ପାଣି ପାଇଁ ଡହଳବିକଳ ଆତରସିଂବାସୀ

ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢ଼ୀ): ଗଜପତି ଜିଲାର ଅନେକ ଅଞ୍ଚଳରେ ପିଇବା ପାଣିର ଘୋର ଅଭାବ ପରିଲକ୍ଷିତ ହେଉଛି। ଆର.ଉଦୟଗିରି ଥାନା ଆତରସିଂ ଗ୍ରାମରେ ଉତ୍କଟ ଜଳାଭାବ ଦେଖାଦେଇଛି। ମହିଳାମାନେ ଗ୍ରାମଠାରୁ କିଛି ଦୂରରେ ଥିବା ଝରଣା ଓ ସନ୍ତସନ୍ତିଆ ଜାଗାରୁ ପିଇବା ପାଣି ସଂଗ୍ରହ କରି ଆଣୁଛନ୍ତି। ରାଜ୍ୟ ସରକାର ସହର, ଗ୍ରାମାଞ୍ଚଳ ହେଉ କିମ୍ବା ଦୁର୍ଗମ ଅଞ୍ଚଳ ମାନଙ୍କରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଏବଂ ଠିକାଦାରଙ୍କ ଖାମଖିଆଲି ନୀତି ଯୋଗୁ ବର୍ଷ ବର୍ଷ ବିତିଯାଇଥିଲେ ମଧ୍ୟ ପ୍ରକଳ୍ପଗୁଡ଼ିକର ନିର୍ମାଣ କାର୍ଯ୍ୟ ସରୁନାହିଁ। ଫଳରେ ଲୋକେ ଯୋଜନାର ସଠିକ ଉପକାର ପାଇପାରୁନାହାନ୍ତି। ଠିକ୍‌ ସେହିଭଳି ବସୁଧା ଯୋଜନା ମାଧ୍ୟମରେ ଗାଁରେ ପାଇପ ବିଛାଯିବା ସହ କେତେକ ଘର ସମ୍ମୁଖରେ ଟ୍ୟାପ ଖଞ୍ଜାଯାଇଛି, ହେଲେ ତାହା ଲୋକଙ୍କ କାମରେ ଆସୁନାହିଁ। ଫଳରେ ଗ୍ରାମବାସୀ ଚୁଆ ପାଣିରେ ଶୋଷ ମେଣ୍ଟାଉଛନ୍ତି। ବିଭାଗୀୟ ଅଧିକାରୀଙ୍କୁ ଅଭିଯୋଗ କଲେ ମଧ୍ୟ କୌଣସି ସମାଧାନ ହେଉନଥିବା ଅଭିଯୋଗ ହେଉଛି। ଏହି ଗ୍ରାମରେ ପ୍ରାୟ ୨୦୦ ପରିବାର ଥିବାବେଳେ ୧୫୦୦ରୁ ଊର୍ଦ୍ଧ ଲୋକେ ବସବାସ କରନ୍ତି। ଏଠାରେ ୩ଟି ନଳକୂପ ଅଛି, କିନ୍ତୁ କେଉଁଟି କଳଙ୍କି ପାଣି ବାହାରୁଛି ତ କେଉଁଠି ବିଳମ୍ବରେ ବାହାରୁଛି। ହେଲେ ତାହା ଗ୍ରାମବାସୀଙ୍କ ଶୋଷ ମେଣ୍ଟାଇବାରେ ଅକ୍ଷମ ହେଉଛି। ଏ ନେଇ ଗ୍ରାମ୍ୟ ଜଳ ଯୋଗାଣ ଏବଂ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ(୧) ପ୍ରଭାକର ମୁନିଙ୍କୁ ଯୋଗାଯୋଗ କରିବାରୁ ସେ କହିଥିଲେ କିଛି ସମସ୍ୟା ଯୋଗୁ ଗ୍ରାମରେ ପାଣି ଯୋଗାଣ ହୋଇପାରି ନାହିଁ। ତାହାକୁ ଅତିଶୀଘ୍ର ସମାଧାନ କରି ଗ୍ରାମରେ ପାଣି ଯୋଗାଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri