ଜଳକଷ୍ଟରେ ଗତରକଣ୍ଡାବାସୀ

ନନ୍ଦପୁର, ୧୧ା୨: ନନ୍ଦପୁର ବ୍ଲକ ପାଡୁଆ ପଞ୍ଚାୟତର ୮ ନମ୍ବର ୱାର୍ଡ ତଥା ଦୁର୍ଗମ ଗତରକଣ୍ଡା ଗ୍ରାମବାସୀ ପାନୀୟ ଜଳକଷ୍ଟ ଭୋଗୁଛନ୍ତି। ଖରାଦିନ ପୂର୍ବରୁ ଅନୁଭୂତ ହେଉଥିବା ଏହି ଜଳକଷ୍ଟ ଖରାଦିନେ ଆହୁରି ଅଧିକ ଅସହ୍ୟ ହେବ ବୋଲି ଗ୍ରାମବାସୀ ଆଶଙ୍କା ପ୍ରକାଶ କରିଛନ୍ତି। ୨୫ ପରିବାରର ୭୫ରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଥିବା ଏହି ଗ୍ରାମରେ ନଳକୂପଟିଏ ନାହିଁ। ଗ୍ରାମକୁ ରାସ୍ତା ନ ଥିବାରୁ କିଛିଦିନ ତଳେ ନଳକୂପ ଖନନ କରିବାକୁ ଆସିଥିବା ଗାଡ଼ି ଅଧାବାଟରୁ ଫେରିଯାଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। କିଛି ଉପାୟ ନ ଥିବାରୁ ସେମାନେ ଜଙ୍ଗଲରେ ଥିବା ଝରପାଣି (ଚୁଆପାଣି) ବ୍ୟବହାର କରୁଛନ୍ତି। ଏହି ପାଣିକୁ ବ୍ୟବହାର କରି ବିଶୋଧନ ପ୍ରଣାଳୀରେ ସ୍ପ୍ରିଙ୍ଗ୍‌ ବେସ୍‌ ଜଳ ଯୋଗାଣ ବ୍ୟବସ୍ଥା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ପଞ୍ଚାୟତ ପିଇଓ ଗୌରାଙ୍ଗ ଦିଶାରି ଓ ଗ୍ରାମ୍ୟ ଜଳଯୋଗାଣ ଯନ୍ତ୍ରୀ କାହୁଁଚରଣ ସେଠୀଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଉଭୟେ କହିଲେ, ଗତରକଣ୍ଡା ଗ୍ରାମଟି ପାହାଡ଼ ଉପରେ ରହିଛି। ଆସନ୍ତା ଆର୍ଥିକ ବର୍ଷ ମାର୍ଚ୍ଚ ମାସ ବେଳକୁ ପାଣ୍ଠି ବ୍ୟବସ୍ଥା କରି ଗ୍ରାମରେ ଜଳ ଯୋଗାଣ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri