ଜଳକଷ୍ଟରେ ଗତରକଣ୍ଡାବାସୀ

ନନ୍ଦପୁର, ୧୧ା୨: ନନ୍ଦପୁର ବ୍ଲକ ପାଡୁଆ ପଞ୍ଚାୟତର ୮ ନମ୍ବର ୱାର୍ଡ ତଥା ଦୁର୍ଗମ ଗତରକଣ୍ଡା ଗ୍ରାମବାସୀ ପାନୀୟ ଜଳକଷ୍ଟ ଭୋଗୁଛନ୍ତି। ଖରାଦିନ ପୂର୍ବରୁ ଅନୁଭୂତ ହେଉଥିବା ଏହି ଜଳକଷ୍ଟ ଖରାଦିନେ ଆହୁରି ଅଧିକ ଅସହ୍ୟ ହେବ ବୋଲି ଗ୍ରାମବାସୀ ଆଶଙ୍କା ପ୍ରକାଶ କରିଛନ୍ତି। ୨୫ ପରିବାରର ୭୫ରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଥିବା ଏହି ଗ୍ରାମରେ ନଳକୂପଟିଏ ନାହିଁ। ଗ୍ରାମକୁ ରାସ୍ତା ନ ଥିବାରୁ କିଛିଦିନ ତଳେ ନଳକୂପ ଖନନ କରିବାକୁ ଆସିଥିବା ଗାଡ଼ି ଅଧାବାଟରୁ ଫେରିଯାଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। କିଛି ଉପାୟ ନ ଥିବାରୁ ସେମାନେ ଜଙ୍ଗଲରେ ଥିବା ଝରପାଣି (ଚୁଆପାଣି) ବ୍ୟବହାର କରୁଛନ୍ତି। ଏହି ପାଣିକୁ ବ୍ୟବହାର କରି ବିଶୋଧନ ପ୍ରଣାଳୀରେ ସ୍ପ୍ରିଙ୍ଗ୍‌ ବେସ୍‌ ଜଳ ଯୋଗାଣ ବ୍ୟବସ୍ଥା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ପଞ୍ଚାୟତ ପିଇଓ ଗୌରାଙ୍ଗ ଦିଶାରି ଓ ଗ୍ରାମ୍ୟ ଜଳଯୋଗାଣ ଯନ୍ତ୍ରୀ କାହୁଁଚରଣ ସେଠୀଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଉଭୟେ କହିଲେ, ଗତରକଣ୍ଡା ଗ୍ରାମଟି ପାହାଡ଼ ଉପରେ ରହିଛି। ଆସନ୍ତା ଆର୍ଥିକ ବର୍ଷ ମାର୍ଚ୍ଚ ମାସ ବେଳକୁ ପାଣ୍ଠି ବ୍ୟବସ୍ଥା କରି ଗ୍ରାମରେ ଜଳ ଯୋଗାଣ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri