ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୈତୃକ ଗ୍ରାମକୁ ଦିଆଗଲା ପାଣି: ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ନିଆଗଲା ପଦକ୍ଷେପ

ଭଞ୍ଜନଗର,୧୬।୫(ବାବୁଲା ପ୍ରଧାନ):ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୈତୃକ ଗ୍ରାମ ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ନୂଆଗାଁକୁ ପାଇପ ଯୋଗେ ପାଣି ଯୋଗାଣ ୫ ଦିନ ଧରି ବନ୍ଦ ଥିଲା। ଏନେଇ ଧରିତ୍ରୀ ପୋର୍ଟାଲରେ ବୁଧବାର ଏବଂ ପତ୍ରିକାରେ ଗୁରୁବାର ଖବର ପ୍ରକାଶିତ ହୋଇଥିଲା । ଏହାପରେ ପ୍ରଶାସନ ପକ୍ଷରୁ ଗ୍ରାମକୁ ପାଇପ ଯୋଗେ ପାଣି ଯୋଗାଣ ଗୁରୁବାର ସଂଧ୍ୟାରେ ସାଭାବିକ କରିଛନ୍ତି। ଯାହାକୁ ନେଇ ଗ୍ରାମବାସୀ ଖୁସିବ୍ୟକ୍ତ କରିଛନ୍ତି । ପ୍ରଶାସନର ପଦକ୍ଷେପକୁ ଗ୍ରାମର ସଞ୍ଜୟ କୁମାର ନାୟକ, ଗୋବର୍ଦ୍ଧନ ପ୍ରଧାନ ପ୍ରମୁଖ ସ୍ବାଗତ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ ଅଧିନରେ ଥିବା ବେଲଗୁଣ୍ଠା ବ୍ଲକ ନୂଆଗାଁ ପାଇପ ଜଳ ଯୋଗାଣ ପ୍ରକଳ୍ପ ଗତ ୧୦ ତାରିଖରେ ଅଚଳ ହୋଇପଡିଥିଲା। ଫଳରେ ଲୋକେ ବିଶୁଦ୍ଧ ପାଣି ଟୋପାଏ ପାଇ ପାରୁନଥିଲେ। ଯାହାକୁ ନେଇ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ପମ୍ପ ହାଉସ ମୋଟରଟି ଅଚଳ ଯୋଗୁ ଏହି ସମସ୍ୟା ଦେଖାଦେଇଥିଲା। ନୂଆଗାଁ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୈତୃକ ଗ୍ରାମ। ନବୀନ ପଟ୍ଟନାୟକ ଦୀର୍ଘବର୍ଷ ଧରି ଶାସନ କ୍ଷମତାରେ ରହିବା ସମୟରେ ପୈତୃକ ଗ୍ରାମରେ ଥିବା ଘରକୁ ଦୁଇଥର ବୁଲିବାକୁ ଆସିଥିଲେ। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ସମୟରେ ନୂଆଗାଁଠାରେ ଏକ ହାଇଲେବଲ ସେତୁ ନିର୍ମାଣ ସହ ଗ୍ରାମକୁ ପକ୍କା ରାସ୍ତା ହୋଇଥିଲା। କିନ୍ତୁ ନବୀନଙ୍କ ହାତରେ ପ୍ରାୟ ୧୦ ବର୍ଷ ପୂର୍ବେ ଗ୍ରାମରେ ଉଦଘାଟିତ ହୋଇଥିବା ପାଠାଗାରଟି ଆଜି ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ଖୋଲିପରିଲା ନାହିଁ। ଉଦଘାଟନ ପରଠୁ ପାଠାଗାରରେ ତାଲା ଝୁଲୁଛି।

ବର୍ତ୍ତମାନ କ୍ଷମତା ଚାଲିଯିବା ପରେ ପ୍ରଶାସନ ମଧ୍ୟ ଉକ୍ତ ଗ୍ରାମବାସୀଙ୍କ ସମସ୍ୟାକୁ ତୁରନ୍ତ ସମାଧାନ କରିବା ପାଇଁ ଆଉ ଗୁରୁତ୍ୱ ଦେଉ ନ ଥିବା ଅଭିଯୋଗ ହୋଇଛି। ନୂଆଗାଁ ଗ୍ରାମଟି ଏକ ବଡ ଗ୍ରାମ ହୋଇଥିବା ବେଳେ ଗ୍ରାମରେ ଏକ ହଜାରରୁ ଉର୍ଦ୍ଧ ପରିବାର ବସବାସ କରୁଛନ୍ତି । ଦେଶ ସାଧୀନତା ପୁର୍ବରୁ ଉକ୍ତ ଗ୍ରାମରେ ବ୍ରିଟିଶ ଶାସକ ମାନେ ନିଜର କାର୍ଯ୍ୟାଳୟ ଖୋଲିଥିଲେ। ଇତିହାସ ପ୍ରସିଦ୍ଧ ଘୁମୁସର ନୂଆଗାଁ ଆଜି ବିଭିନ୍ନ କ୍ଷେତ୍ରରେ ଅବହେଳିତ ଅବସ୍ଥାରେ। ଗ୍ରାମରେ ବସବାସ କରୁଥିବା ଲୋକଙ୍କୁ ବଡ ନଦୀରୁ ପାଇପ ଯୋଗେ ଆଣି ଯୋଗାଇ ଦିଆଯାଉଛି । କିନ୍ତୁ ବଡନଦୀ କୂଳରେ ଥିବା ପମ୍ପ ହାଉସ ମୋଟର ଟି ଅଚଳ ହୋଇପଡ଼ିବା ପରେ ବିକଳ୍ପ ଭାବେ ତୁରନ୍ତ ପାଣି ଦେବା ବ୍ୟବସ୍ଥା କରାଯାଇନଥିଲା । ଅଚଳ ମୋଟରକୁ ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ପକ୍ଷରୁ
ମରାମତି କରିବା ଦ୍ୱାରା ପାଣି ଯୋଗାଣ ବିଳମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?