ଅନଶନରେ ପାଣିପମ୍ପ ଡ୍ରାଇଭର

ସିମୁଳିଆ, ୨୦।୧୨(ଡି.ଏନ.ଏ.)  ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ କାର୍ଯ୍ୟରତ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ(ଆରଡବ୍ଲ୍ୟୁଏସ୍‌ଏସ୍‌)ର ଜଳ ଯୋଗାଣ କର୍ମଚାରୀ(ପମ୍ପ ଡ୍ରାଇଭର)ମାନଙ୍କୁ ଗତ ୬ବର୍ଷ ହେଲା ଦରମା ମିଳିନାହିଁ। ସିମୁଳିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ୧୬ଜଣ ପମ୍ପ ଡ୍ରାଇଭର ନିଜ ପରିବାର ସହିତ ଶୁକ୍ରବାର ବ୍ଲକ କାର୍ଯ୍ୟାଳୟ ଫାଟକ ସମ୍ମୁଖରେ ଆମରଣ ଅନଶନରେ ବସିଥିଲେ। ଚଳିତବର୍ଷ ୩ଥର ଏହି ଡ୍ରାଇଭରମାନେ ଅନଶନରେ ବସିଥିଲେ ଓ ସେମାନଙ୍କୁ ପ୍ରତିଶ୍ରୁତି ଦିଆଯାଇ ଉଠାଇ ଦିଆଯାଉଥିଲେ ହେଁ ଅଦ୍ୟାବଧି ଦରମା ପ୍ରଦାନ କରାଯାଉନାହିଁ ା ଏଥର ପ୍ରତିଶ୍ରୁତି ନୁହେଁ ପୂର୍ଣ୍ଣ ଦରମା ନ ମିଳିଲେ ଆମରଣ ଅନଶନ ଚାଲୁ ରହିବ ବୋଲି ପମ୍ପ ଡ୍ରାଇଭର ସଂଘ ପକ୍ଷରୁ କୁହାଯାଇଛି। ଅନଶନରେ ବସିଥିବା ଶାନ୍ତିଲତା ଦାଶ(୨୪)ନାମ୍ନୀ ଜଣେ ମହିଳା ଅସୁସ୍ଥ ହୋଇପଡିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?