ଘୋଡାହାଡ ଡ୍ୟାମ୍‌ରୁ ଛଡାଗଲା ପାଣି: ନଦୀ ତଟବର୍ତ୍ତୀ ଗ୍ରାମରେ ସତର୍କ ସୂଚନା ଜାରି

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ବାତ୍ୟା ‘ମୋନ୍ଥା’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ ଅଧିନ ଦିଗପହଣ୍ଡିସ୍ଥିତ ଘୋଡାହାଡ ଡ୍ୟାମରୁ ସ୍ପିଲ ୱେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ାଯାଉଥିବା ଜଳସମ୍ପଦ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ଜଣାଇଛନ୍ତି।
ନଦୀ ତଟବର୍ତ୍ତୀ ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା,କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି,ଗୁମା, ପନାଡ,ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା ,ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶପୁର,ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀଙ୍କୁ ନଦୀ ମଧ୍ୟକୁ ନ ଯିବା ସହ କୌଣସି ଗୃହପାଳିତ ପ୍ରାଣୀମାନଙ୍କୁ ନ ଛାଡିବା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯାଇଛି।
ଡ୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ସୋମବାର ସକାଳ ସୁଦ୍ଧା ଜଳଭଣ୍ଡାରରେ ୮୭.୫ ଭାଗ ଅର୍ଥାତ୍‌ ୧୧୬.୫୦ ମିଟର ପାଣି ଗଚ୍ଛିତ ରହିଥିଲା। ଡ୍ୟାମରୁ ନଦୀଗର୍ଭକୁ ପାଣି ଛଡ଼ାଯାଇଥିବା ସମ୍ପର୍କରେ ଜଳସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ନିକଟସ୍ଥ ଥାନା ଓ ଦମକଳ କେନ୍ଦ୍ରଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri