ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ ଡ୍ୟାମରୁ ସ୍ପିଲଓ୍ବେ ମୁଖ୍ୟ ଫାଟକର ୨ଟି ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ାଯାଉଥିବା ଜଳସମ୍ପଦ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଦାସ ଜଣାଇଛନ୍ତି। ଶନିବାର ରାତିରେ ବ୍ରହ୍ମପୁର ଜଳସମ୍ପଦ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଇଂ.ସୁବ୍ରତ ପାଢ଼ୀ, ଅତିରିକ୍ତ ସହକାରୀ ଅଧୀକ୍ଷଣ ଯନ୍ତ୍ରୀ ଇଂ.ଜୟଦୀପ ପଣ୍ଡା ଏବଂ ଅନ୍ୟ ପଦସ୍ଥ ଅଧିକାରୀ ବୃନ୍ଦ ଡ୍ୟାମ୍‌ରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ରବିବାର ଭୋର୍‌ରେ ଫେରିଛନ୍ତି।

ଶୁକ୍ରବାର ଡ୍ୟାମ୍‌ ଇଲାକାରେ ୨୫ ମିଲିମିଟର ବର୍ଷା ହୋଇଥିବାବେଳେ ଶନିବାର ୨୮ ମି.ମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ନଦୀ ତଟବର୍ତ୍ତୀ ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି, ଗୁମ୍ମା, ପନାଡ଼, ଜକମେରିପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା, ଆମ୍ବ ଗାଁ, ତିଳେଶ୍ୱର, ମହାନଳା, ପଳାଶପୁର, ନୂଆଗଡ଼, ଖୁଲଡ଼ି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀଙ୍କୁ ନଦୀ ମଧ୍ୟକୁ ନ ଯିବା ସହ କୌଣସି ଗୃହପାଳିତ ପ୍ରାଣୀମାନଙ୍କୁ ନ ଛାଡ଼ିବା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯାଇଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ରବିବାର ସକାଳ ସୁଦ୍ଧା ଡ୍ୟାମ୍‌ରେ ୯୬ ଭାଗ ଅର୍ଥାତ୍‌ ୧୧୭.୪୦ ମିଟର ପାଣି ଗଚ୍ଛିତ ରହିଥିଲା। ଡ୍ୟାମ୍‌ରେ ୯୦ ପ୍ରତିଶତ ୧୧୬.୮୦ ମିଟର ପାଣି ରଖାଯାଇ ଉଦ୍‌ବୃତ୍ତ ଜଳ ନଦୀ ମଧ୍ୟକୁ ଛାଡ଼ି ଦିଆଯିବ ବୋଲି ଉପନିର୍ବାହୀ ଯନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri