ଜଳସମ୍ପଦ ବିଭାଗ ଅତିରିକ୍ତ ଶାସନ ସଚିବଙ୍କ ନିର୍ଦ୍ଦେଶକୁ ବେଖାତିର

ନୂଆପଡ଼ା,୨୬ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା ଖଡିଆଳ ତିଖାଳିଠାରେ ନିର୍ମାଣ ହୋଇଥିବା ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପରେ ଜାଲ୍‌ ବିସ୍ଥାପିତ ନାମରେ କେଳେଙ୍କାରି ଘଟଣା ସାମ୍ନାକୁ ଆସିଛି। ୨୦୨୦ରେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର କୋମନା ବ୍ଲକ ବେଲଗଁା, ହରିପୁର, ଲମ୍ବିପାଣି, କାଳିମାଟି, ରଜନା ଓ ବୋଡେନ ବ୍ଲକର ଦରଗଁାର ମୋଟ ୪୫ ଜଣ ବିସ୍ଥାପିତ ନାମରେ ୧ କୋଟି ୮୨ ଲକ୍ଷ ୯୪ ହଜାର ୭୬୮ ଟଙ୍କା ଆତ୍ମସାତ୍‌ ଅଭିଯୋଗ ହୋଇଛି। ୨୦୨୨ରେ ଜଳସମ୍ପଦ ବିଭାଗ ଚିଠି ସଂଖ୍ୟା ୧୮୪୧୪ରେ ପୁନର୍ବାସ ଓ ଥଇଥାନ ବିଭାଗ ନିର୍ଦ୍ଦେଶକ ତଥା ଜଳ ସମ୍ପଦ ବିଭାଗର ତକତ୍ାଳୀନ ଅତିରିକ୍ତ ଶାସନ ସଚିବ ଆଲୋକ କର ଏହାର ତଦନ୍ତ କରିବାକୁ ତକତ୍ାଳୀନ ଖଡିଆଳ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାର ଏକକିତା ନକଲ ନୂଆପଡା ଜିଲାପାଳଙ୍କୁ ମଧ୍ୟ ପ୍ରଦାନ କରାଯାଇଥିଲା। ଏହି ନିର୍ଦ୍ଦେଶକୁ ୩ବର୍ଷ ବିତିଯାଇଥିଲେ ମଧ୍ୟ ଜିଲା ପ୍ରଶାସନ ବେଖାତିର କରୁଥିବା ବିସ୍ଥାପିତମାନେ ଅଭିଯୋଗ କରିଛନ୍ତି। ଗତ ମାର୍ଚ୍ଚ ୧ରେ ଜିଲାପାଳଙ୍କ ଚିଠିସଂଖ୍ୟା ୫୦ରେ ଉପଜିଲାପାଳଙ୍କୁ ୧୫ ଦିନ ଭିତରେ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏଯାଏ ତଦନ୍ତ ରିପୋର୍ଟ ମିଳିନାହିଁ। ମୃତବ୍ୟକ୍ତି ଓ ଅଜଣାବ୍ୟକ୍ତିଙ୍କ ନାମରେ ଥଇଥାନ ରାଶି ଆତ୍ମସାତ୍‌ ଅଭିଯୋଗ ହୋଇଛି। ଚଳିତ ବିଧାନସଭାର ପ୍ରଥମ ଦିନରେ ଖଡିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ବିସ୍ଥାପିତଙ୍କ ସମସ୍ୟା ଉପସ୍ଥାପନ କରିଥିଲେ। ବିସ୍ଥାପିତମାନେ କ୍ଷତିପୂରଣ ପାଇ ନାହାନ୍ତି। ରାଜ୍ୟ ସରକାର ସୋସିଆଲ ଅଡିଟ କରିବେ କି ବୋଲି ମୁଖ୍ୟମନ୍ତ୍ରୀଙ୍କଠାରେ ବିଧାୟକ ପ୍ରଶ୍ନ କରିଥିଲେ। ଗତ ୧୯ ତାରିଖରେ ଜଳସମ୍ପଦ ବିଭାଗ ଚିଠିସଂଖ୍ୟା ୨୬୬୨୬ରେ ନୂଆପଡା ଜିଲାପାଳ, ଜଳସେଚନ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ, ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ଜଳସମ୍ପଦ ବିଭାଗ ଉପ ନିର୍ଦ୍ଦେଶକ ତଥା ଅନୁଶାସନ ସଚିବ ସତ୍ୟଜିତ ସାହୁ ରିପୋର୍ଟ ମାଗିଛନ୍ତି। ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରି ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିସ୍ଥାପିତମାନେ ଦାବି କରିଛନ୍ତି ା ଏ ସଂକ୍ରାନ୍ତରେ ନୂଆପଡା ଉପଜିଲାପାଳ ସୁର୍ମି ସୋରେନଙ୍କୁ ପଚାରିବାରୁ ପୂର୍ବରୁ ଅଭିଯୋଗ ଆସିଥିଲା। ମୁଁ ଯୋଗଦାନ କରିବା ଦିନଠାରୁ ସେ ପ୍ରକାର ଅଭିଯୋଗ ଆସି ନାହିଁ ା କ’ଣ ହୋଇଛି ତଦନ୍ତ କଲା ପରେ ଜଣାପଡିବ ବୋଲି କହିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri