ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡ଼େକା) ଗଠନ କରିଥିଲେ। ଏହାର ମୂଳ ଲକ୍ଷ୍ୟ ଥିଲା ସମାଜସେବା କରିବା। ଏଥିପାଇଁ ବର୍ତ୍ତମାନର କର୍ମଚାରୀ ଏବଂ ଅବସରପ୍ରାପ୍ତ କର୍ମଚାରୀମାନେ ପ୍ରତି ମାସରେ ମାସିକ ଚାନ୍ଦା ଦିଅନ୍ତି। ଆଜକୁ ୧୫ ବର୍ଷ ହେବ କର୍ମଚାରୀମାନେ ଯେଉଁ ଲକ୍ଷ୍ୟ ନେଇ ଏହି ଅନୁଷ୍ଠାନ ଗଢିଥିଲେ ତାହା ଧିରେ ଧିରେ ଆଗକୁ ବଢୁଛି। ଏହିଭଳି ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠାନ ଆଉ ଏକ ପାଦ ଆଗକୁ ବଢିଛି। ଅଞ୍ଚଳବାସୀଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ବେଲେଶ୍ୱର କଲ୍ୟାଣ ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କଲ୍ୟାଣ ମଣ୍ଡପକୁ ଉଦଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଅଞ୍ଚଳବାସୀଙ୍କ ସ୍ବାର୍ଥ ପାଇଁ ବିଡେକା ଯେଉଁ କାର୍ଯ୍ୟକ୍ରମ ହାତକୁ ନେଉଛି ତାହା ପ୍ରଶଂସାଯୋଗ୍ୟ। ବିଡେକାର ଉନ୍ନତି ପାଇଁ ଆଗାମୀ ଦିନରେ ଯାହା ସାହାଯ୍ୟ ସହଯୋଗ ଲୋଡ଼ା ତାହା ଯୋଗାଇଦେବି ବୋଲି ପ୍ରତିଶ୍ରୁତି ଦେଇଥିଲେ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ନଗରପାଳ ଗୋପବନ୍ଧୁ ମହାପାତ୍ର, ନଗର ଏମ୍‌ପି ପ୍ରତିନିଧି ସନ୍ତୋଷ ତିଆଡ଼ି, ବିଡ଼େକା କାର୍ଯ୍ୟକାରୀ ସଭାପତି ତଥା ଭଞ୍ଜନଗର ଜଳସେଚନ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଇଂ.ସଞ୍ଜୟ କୁମାର ପ୍ରଧାନ ଏବଂ ସମ୍ପାଦକ ଇଂ.ସନ୍ତୋଷ କୁମାର ଗୌଡ଼ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବିଡ଼େକା ସଭ୍ୟ ତଥା ନିର୍ବାହୀ ଯନ୍ତ୍ରୀ ସୁମା ପ୍ରଧାନ, ସହକାରୀ ଯନ୍ତ୍ରୀ ଇଂ.ରଶ୍ମିରଞ୍ଜନ ରଥ, ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ସ୍ବାଇଁ, କ୍ୟାସୀୟର ରାକେଶ ପଟ୍ଟନାୟକ, ସଭ୍ୟ ଅନ୍ତର୍ଯାମୀ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ। ଏହି ଅବସରରେ ଭାଜପା ନେତା ତଥା ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ସୁଧୀର ରଞ୍ଜନ ବେହେରା, ପରିବେଶବିତ୍‌ ରମେଶ ପାତ୍ର, ଚିଦାନନ୍ଦ ସ୍ବାଇଁ, ଶିବଶଙ୍କର ମହାପାତ୍ର, ବୁବୁନୁ ମହାନ୍ତି, ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ବିଡେକା ପକ୍ଷରୁ ବର୍ତ୍ତମାନ ଆମ୍ବୁଲାନ୍ସ ସେବା ଚାଲିଛି, ଗରିବ ଛାତ୍ରୀଛାତ୍ରଙ୍କୁ ଉଚ୍ଚତର ଶିକ୍ଷା ପାଇଁ ସହାୟତା କରୁଛି। ପ୍ରତି କିଛି ମାସ ବ୍ୟବଧାନରେ ରକ୍ତଦାନ ଶିବିର ଆୟୋଜନ ହେଉଛି। ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି ବେଲେଶ୍ୱର ପୀଠରେ ସ୍ଥାପନ ହୋଇଛି। ଯାହାକି ରାଜ୍ୟର ଏକ ଅଗ୍ରଣୀ ପର୍ଯ୍ୟଟନସ୍ଥଳୀ ଭାବେ ବେଲେଶ୍ୱର ପୀଠ ପରିଚିତ। ବିଡେକାର ଅତ୍ୟାଧୁନିକ ଗେଷ୍ଟ ହାଉସ୍‌ ମଧ୍ୟ ନିର୍ମାଣ ହୋଇଛି। ବର୍ତ୍ତମାନ ଜଗନ୍ନାଥ ମନ୍ଦିର ନିର୍ମାଣ ଚାଲିଛି। ଅନୁଷ୍ଠାନ ପକ୍ଷରୁ ଆଗକୁ ବୃଦ୍ଧ ଆଶ୍ରମ ସହ ଆହୁରି ଅନେକ କିଛି ସେବା କାର୍ଯ୍ୟ କରିବା ଲକ୍ଷ୍ୟ ରଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?