Posted inଜାତୀୟ

ହସ୍ପିଟାଲ୍‌ ଭିତରେ ପଶିଲା ପାଣି, ଅପରେସନ୍‌ ବନ୍ଦ

ପାଟନା, ୨୮।୦୬: ଶୁକ୍ରବାର ଦିଲ୍ଲୀରେ ପ୍ରବଳ ବର୍ଷା ହେତୁ ରାଜଧାନୀ ଜଳମଗ୍ନ ହୋଇଛି । ରାସ୍ତାଘାଟ ପାଣିରେ ଭରି ରହିଥିବାରୁ ଗାଡ଼ିଗୁଡ଼ିକ ଯାଇ ନପାରି ରାସ୍ତା ଜମ୍‌ ଭଳି ସମସ୍ୟା ସୃଷ୍ଟି ହୋଇଛି । ଅନ୍ୟପଟେ ହସ୍ପିଟାଲ୍‌ ମଧ୍ୟ ପ୍ରଭାବିତ ହୋଇଛି । ଦିଲ୍ଲୀ AIIMSର ଅପରେସନ ଥିଏଟରରେ ପାଣି ପଶିଯିବାରୁ ହେବାକୁ ଥିବା ଅପରେସନ୍‌ ହୋଇପାରିନାହିଁ । ଦିଲ୍ଲୀ AIIMS ର ଗୋଟିଏ କିମ୍ବା ଦୁଇଟି ନୁହେଁ ବରଂ ନଅଟି ଅପରେସନ ଥିଏଟର ବନ୍ଦ ରହିଛି । ଅପରେସନ ଥିଏଟର ବନ୍ଦ ଥିବାରୁ ୧୨ରୁ ଅଧିକ ଅସ୍ତ୍ରୋପଚାର ହୋଇପାରିନାହିଁ ।

ଫଳରେ ଗୁରୁତର ରୋଗୀମାନଙ୍କର ଆଜି ଅସ୍ତ୍ରୋପଚାର କରିବାକୁ ଥିବା ବେଳେ ସେମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି । କୁହାଯାଉଛି ଯେ ଡାକ୍ତରଖାନାର ଷ୍ଟୋର ରୁମରେ ମଧ୍ୟ ବର୍ଷା ପାଣି ଭରି ରହିଛି । AIIMS ପକ୍ଷରୁ ଏ ନେଇ କୁହାଯାଇଛି ଯେ, ଜରୁରୀକାଳୀନ ଅସ୍ତ୍ରୋପଚାର ଆବଶ୍ୟକ କରୁଥିବା ରୋଗୀଙ୍କୁ ରାଜଧାନୀର ସଫଦରଜଙ୍ଗ ଏବଂ ଅନ୍ୟାନ୍ୟ ସରକାରୀ ଡାକ୍ତରଖାନାକୁ ପଠାଯିବା ବ୍ୟବସ୍ଥା ହୋଇଛି । ଆସନ୍ତାକାଲି ମଧ୍ୟ ଅପରେସନ ଥିଏଟର ପ୍ରଭାବିତ ହୋଇପାରେ ବୋଲି ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri