ଜଳସଙ୍କଟ, ଶିଳ୍ପ ପ୍ରଦୂଷଣ ବଢୁଛି

କେନ୍ଦ୍ରାପଡ଼ା ଅଫିସ, ୪।୯: ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ମଧୁର ଜଳ ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏଥିପାଇଁ କାରଣ ସାଜିଛି। କେବଳ ବ୍ରାହ୍ମଣୀ ନଦୀରୁ ଶିଳ୍ପ ଓ ଖଣି ପାଇଁ ବର୍ଷକୁ ୮୬.୨୬ ମିଲିୟନ କ୍ୟୁବିକ୍‌ ମିଟର ଜଳ ଉଠାଯାଉଛି। ସେହିପରି ଶିଳ୍ପ ପ୍ରଦୂଷଣରେ ଅନୁଗୋଳ ଓ ଭିତରକନିକା ମଧ୍ୟରେ ଥିବା ବ୍ରାହ୍ମଣୀ ଜଳ ବିଷାକ୍ତ ବୋଲି କେନ୍ଦ୍ର ପର୍ଯ୍ୟାବରଣ ବିଭାଗର ରିପୋର୍ଟରୁ ପ୍ରକାଶ ପାଇଛି।
ଭିତରକନିକା ଜୈବ ବିବିଧତା ଓ ଏହାର ସମନ୍ବିତ ପରିଚାଳନା ସମ୍ପର୍କରେ ଗବେଷଣା କରୁଥିବା ଅଧ୍ୟାପକ ଦେବୀ ପ୍ରସାଦ ସାହୁ, ଅଧ୍ୟାପକ ଶରତ କୁମାର ସାହୁ ଓ ଅଧ୍ୟାପକ କ୍ଷିତୀଶ କୁମାର ସିଂହ କହିଛନ୍ତି, ଭିତରକନିକା ପରିବେଶ ଏବେ ଉଦ୍‌ବେଗଜନକ ସ୍ଥିତି ଆଡ଼କୁ ଯାଉଛି। ପ୍ରତ୍ୟେକ ଦିନ ଏହି ଆର୍ଦ୍ରଭୂମିରେ ଜମା ହେଉଥିବା ପ୍ରଦୂଷିତ ଜଳ ଜୀବଜଗତ ପ୍ରତି ବିପଦ ସାଜିଛି। କେନ୍ଦ୍ର ପର୍ଯ୍ୟାବରଣ ବିଭାଗ ପକ୍ଷରୁ ୨୦୦୮ରେ ବ୍ରାହ୍ମଣୀ, ବୈତରଣୀ ଅବବାହିକାର ଜଳ ସମ୍ପର୍କରେ ଅନୁଧ୍ୟାନ କରାଯାଇ ଏକ ରିପୋର୍ଟ ପ୍ରସ୍ତୁତ ହୋଇଛି। ଏଥିସହ ଭିତରକନିକାକୁ ପ୍ରବେଶ କରୁଥିବା ଜଳ ଉତ୍ସ ଉପରେ ନିର୍ଭର କରୁଥିବା ଲୁହା ଓ ଆଲୁମିନିୟମ ଶିଳ୍ପ, ସିମେଣ୍ଟ, ଫେରୋକ୍ରମ, ସାର କାରଖାନା ଆଦିର ଜଳ ଗ୍ରହଣ ଏବଂ ପ୍ରଦୂଷିତ ଜଳ ପ୍ରେରଣକୁ ନେଇ ଅନୁଧ୍ୟାନ ହୋଇଥିଲା। ଏହି ଅନୁଧ୍ୟାନରେ ବ୍ରାହ୍ମଣୀ ଜଳ ଶିଳ୍ପ ପାଇଁ ଅଧିକ ପ୍ରଦୂଷିତ ହେଉଥିବା ଦର୍ଶାଯାଇଛି। ଏପରି କି ଅନୁଗୋଳଠାରୁ ଓ ଭିତରକନିକାରୁ ପାଣି ସାମ୍ପୁଲ ମଧ୍ୟରେ ୧୦ ଗୁଣ ବ୍ରାହ୍ମଣୀ ଜଳ ବିଷାକ୍ତ ବୋଲି ରିପୋର୍ଟରେ ଉଲ୍ଲେଖ ହୋଇଛି। ଭିତରକନିକା ଜୈବ ବିବିଧତା ସୁରକ୍ଷାରେ ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀର ଜଳ ଗୁରୁତ୍ୱ ବହନ କରୁଛି। ତେବେ ଏଥିମଧ୍ୟରୁ ସର୍ବାଧିକ ଜଳ ବ୍ରାହ୍ମଣୀ ନଦୀ ଯୋଗାଇଥାଏ। ଏହି ନଦୀ ଅବବାହିକାରେ ଜନସଂଖ୍ୟା ବୃଦ୍ଧିକୁ ତାଳ ଦେଇ ଶିଳ୍ପ ସଂଖ୍ୟା ବୃଦ୍ଧି ପାଉଛି। ଶିଳ୍ପରୁ ବାହାରୁଥିବା ଫ୍ଲାଏ ଆଶ୍‌ ବା ଉଡନ୍ତା ପାଉଁଶର ନିୟନ୍ତ୍ରଣ ପାଇଁ ଜଳର ଆବଶ୍ୟକତା ଅଛି। ଶିଳ୍ପ ଓ ଖଣି କାର୍ଯ୍ୟ ପାଇଁ ବର୍ଷକୁ ୮୬.୨୬ ଏମ୍‌ସିଏମ୍‌ ବ୍ରାହ୍ମଣୀ ନଦୀରୁ ଜଳ ଉତ୍ତୋଳନ ହେଉଛି। ନଦୀ ଅବବାହିକାରେ ଥିବା ଅନୂ୍ୟନ ୧୦ ଖଣି ପାଇଁ ଦୈନିକ ୧୫, ୮୦୦ କିଲୋ ଲିଟର ବ୍ୟବହାର ହେଉଛି। ଏହାବ୍ୟତୀତ ଜନସାଧାରଣଙ୍କ ମୌଳିକ ଆବଶ୍ୟକତା ପାନୀୟ ଜଳ ଓ ଚାଷ ପାଇଁ ମେଗା ପ୍ରନୀୟ ଜଳ ପ୍ରକଳ୍ପ ମାନ ପ୍ରତିଷ୍ଠା ହୋଇଛି। ଶିଳ୍ପରୁ ବାହାରୁଥିବା ପ୍ରଦୂଷିତ ଜଳ ନଦୀକୁ ବିଷାକ୍ତ କରୁଥିବା ବେଳେ ଶିଳ୍ପ ଓ ଜନସାଧାରଣଙ୍କ ଆବଶ୍ୟକତା ପାଇଁ ନଦୀରେ ଜଳ ସଙ୍କଟ ଆରମ୍ଭ ହୋଇଛି। ଏହି କେନ୍ଦ୍ରୀୟ ବିଭାଗର ୨୦୧୩ ରିପୋର୍ଟ ମଧ୍ୟ ଅନୁରୂପ ମତ ଉଲ୍ଲେଖ କରିଛି। ଭିତରକନିକାରେ ଜମା ହେଉଥିବା ବିଷାକ୍ତ ଜଳ ସାମୁଦ୍ରିକ ଓ ବନ୍ୟ ପ୍ରାଣୀ ସମେତ ଜୈବ ବିବିଧତାର ବିପଦ ସାଜିଛି। ବିଷାକ୍ତ ଜଳର ନିରାକରଣ ବ୍ୟବସ୍ଥା ସମ୍ପର୍କରେ ଅଦ୍ୟାବଧି କୌଣସି ଯୋଜନା ପ୍ରସ୍ତୁତ ହୋଇନାହିଁ। ଏପରି କି ନିକଟରେ ଥିବା ଧାମରା ଓ ପାରାଦୀପ ବନ୍ଦରକୁ ବଡ ଜାହାଜ ଓ ନିକଟସ୍ଥ ଅଏଲ ରିଫାଇନେରିରୁ ତେଲ ଲିକ୍‌ ହେବାର ସମ୍ଭାବନା ଅଛି। ଏହି ବିପଦରୁ ମୁକ୍ତ ପାଇଁ ଓ ଜୈବ ବିବିଧତା ସମନ୍ବିତ ପରିଚାଳନା ଲାଗି ପର୍ଯ୍ୟାବରଣ ବିଭାଗ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି ଗବେଷକମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri