ଜଳସଙ୍କଟ, ଶିଳ୍ପ ପ୍ରଦୂଷଣ ବଢୁଛି

କେନ୍ଦ୍ରାପଡ଼ା ଅଫିସ, ୪।୯: ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ମଧୁର ଜଳ ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏଥିପାଇଁ କାରଣ ସାଜିଛି। କେବଳ ବ୍ରାହ୍ମଣୀ ନଦୀରୁ ଶିଳ୍ପ ଓ ଖଣି ପାଇଁ ବର୍ଷକୁ ୮୬.୨୬ ମିଲିୟନ କ୍ୟୁବିକ୍‌ ମିଟର ଜଳ ଉଠାଯାଉଛି। ସେହିପରି ଶିଳ୍ପ ପ୍ରଦୂଷଣରେ ଅନୁଗୋଳ ଓ ଭିତରକନିକା ମଧ୍ୟରେ ଥିବା ବ୍ରାହ୍ମଣୀ ଜଳ ବିଷାକ୍ତ ବୋଲି କେନ୍ଦ୍ର ପର୍ଯ୍ୟାବରଣ ବିଭାଗର ରିପୋର୍ଟରୁ ପ୍ରକାଶ ପାଇଛି।
ଭିତରକନିକା ଜୈବ ବିବିଧତା ଓ ଏହାର ସମନ୍ବିତ ପରିଚାଳନା ସମ୍ପର୍କରେ ଗବେଷଣା କରୁଥିବା ଅଧ୍ୟାପକ ଦେବୀ ପ୍ରସାଦ ସାହୁ, ଅଧ୍ୟାପକ ଶରତ କୁମାର ସାହୁ ଓ ଅଧ୍ୟାପକ କ୍ଷିତୀଶ କୁମାର ସିଂହ କହିଛନ୍ତି, ଭିତରକନିକା ପରିବେଶ ଏବେ ଉଦ୍‌ବେଗଜନକ ସ୍ଥିତି ଆଡ଼କୁ ଯାଉଛି। ପ୍ରତ୍ୟେକ ଦିନ ଏହି ଆର୍ଦ୍ରଭୂମିରେ ଜମା ହେଉଥିବା ପ୍ରଦୂଷିତ ଜଳ ଜୀବଜଗତ ପ୍ରତି ବିପଦ ସାଜିଛି। କେନ୍ଦ୍ର ପର୍ଯ୍ୟାବରଣ ବିଭାଗ ପକ୍ଷରୁ ୨୦୦୮ରେ ବ୍ରାହ୍ମଣୀ, ବୈତରଣୀ ଅବବାହିକାର ଜଳ ସମ୍ପର୍କରେ ଅନୁଧ୍ୟାନ କରାଯାଇ ଏକ ରିପୋର୍ଟ ପ୍ରସ୍ତୁତ ହୋଇଛି। ଏଥିସହ ଭିତରକନିକାକୁ ପ୍ରବେଶ କରୁଥିବା ଜଳ ଉତ୍ସ ଉପରେ ନିର୍ଭର କରୁଥିବା ଲୁହା ଓ ଆଲୁମିନିୟମ ଶିଳ୍ପ, ସିମେଣ୍ଟ, ଫେରୋକ୍ରମ, ସାର କାରଖାନା ଆଦିର ଜଳ ଗ୍ରହଣ ଏବଂ ପ୍ରଦୂଷିତ ଜଳ ପ୍ରେରଣକୁ ନେଇ ଅନୁଧ୍ୟାନ ହୋଇଥିଲା। ଏହି ଅନୁଧ୍ୟାନରେ ବ୍ରାହ୍ମଣୀ ଜଳ ଶିଳ୍ପ ପାଇଁ ଅଧିକ ପ୍ରଦୂଷିତ ହେଉଥିବା ଦର୍ଶାଯାଇଛି। ଏପରି କି ଅନୁଗୋଳଠାରୁ ଓ ଭିତରକନିକାରୁ ପାଣି ସାମ୍ପୁଲ ମଧ୍ୟରେ ୧୦ ଗୁଣ ବ୍ରାହ୍ମଣୀ ଜଳ ବିଷାକ୍ତ ବୋଲି ରିପୋର୍ଟରେ ଉଲ୍ଲେଖ ହୋଇଛି। ଭିତରକନିକା ଜୈବ ବିବିଧତା ସୁରକ୍ଷାରେ ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀର ଜଳ ଗୁରୁତ୍ୱ ବହନ କରୁଛି। ତେବେ ଏଥିମଧ୍ୟରୁ ସର୍ବାଧିକ ଜଳ ବ୍ରାହ୍ମଣୀ ନଦୀ ଯୋଗାଇଥାଏ। ଏହି ନଦୀ ଅବବାହିକାରେ ଜନସଂଖ୍ୟା ବୃଦ୍ଧିକୁ ତାଳ ଦେଇ ଶିଳ୍ପ ସଂଖ୍ୟା ବୃଦ୍ଧି ପାଉଛି। ଶିଳ୍ପରୁ ବାହାରୁଥିବା ଫ୍ଲାଏ ଆଶ୍‌ ବା ଉଡନ୍ତା ପାଉଁଶର ନିୟନ୍ତ୍ରଣ ପାଇଁ ଜଳର ଆବଶ୍ୟକତା ଅଛି। ଶିଳ୍ପ ଓ ଖଣି କାର୍ଯ୍ୟ ପାଇଁ ବର୍ଷକୁ ୮୬.୨୬ ଏମ୍‌ସିଏମ୍‌ ବ୍ରାହ୍ମଣୀ ନଦୀରୁ ଜଳ ଉତ୍ତୋଳନ ହେଉଛି। ନଦୀ ଅବବାହିକାରେ ଥିବା ଅନୂ୍ୟନ ୧୦ ଖଣି ପାଇଁ ଦୈନିକ ୧୫, ୮୦୦ କିଲୋ ଲିଟର ବ୍ୟବହାର ହେଉଛି। ଏହାବ୍ୟତୀତ ଜନସାଧାରଣଙ୍କ ମୌଳିକ ଆବଶ୍ୟକତା ପାନୀୟ ଜଳ ଓ ଚାଷ ପାଇଁ ମେଗା ପ୍ରନୀୟ ଜଳ ପ୍ରକଳ୍ପ ମାନ ପ୍ରତିଷ୍ଠା ହୋଇଛି। ଶିଳ୍ପରୁ ବାହାରୁଥିବା ପ୍ରଦୂଷିତ ଜଳ ନଦୀକୁ ବିଷାକ୍ତ କରୁଥିବା ବେଳେ ଶିଳ୍ପ ଓ ଜନସାଧାରଣଙ୍କ ଆବଶ୍ୟକତା ପାଇଁ ନଦୀରେ ଜଳ ସଙ୍କଟ ଆରମ୍ଭ ହୋଇଛି। ଏହି କେନ୍ଦ୍ରୀୟ ବିଭାଗର ୨୦୧୩ ରିପୋର୍ଟ ମଧ୍ୟ ଅନୁରୂପ ମତ ଉଲ୍ଲେଖ କରିଛି। ଭିତରକନିକାରେ ଜମା ହେଉଥିବା ବିଷାକ୍ତ ଜଳ ସାମୁଦ୍ରିକ ଓ ବନ୍ୟ ପ୍ରାଣୀ ସମେତ ଜୈବ ବିବିଧତାର ବିପଦ ସାଜିଛି। ବିଷାକ୍ତ ଜଳର ନିରାକରଣ ବ୍ୟବସ୍ଥା ସମ୍ପର୍କରେ ଅଦ୍ୟାବଧି କୌଣସି ଯୋଜନା ପ୍ରସ୍ତୁତ ହୋଇନାହିଁ। ଏପରି କି ନିକଟରେ ଥିବା ଧାମରା ଓ ପାରାଦୀପ ବନ୍ଦରକୁ ବଡ ଜାହାଜ ଓ ନିକଟସ୍ଥ ଅଏଲ ରିଫାଇନେରିରୁ ତେଲ ଲିକ୍‌ ହେବାର ସମ୍ଭାବନା ଅଛି। ଏହି ବିପଦରୁ ମୁକ୍ତ ପାଇଁ ଓ ଜୈବ ବିବିଧତା ସମନ୍ବିତ ପରିଚାଳନା ଲାଗି ପର୍ଯ୍ୟାବରଣ ବିଭାଗ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି ଗବେଷକମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri