ପାଣି ପାଇଁ ଡହଳବିକଳ

ରାଜକନିକା,୨।୪(ଡି.ଏନ.ଏ): ରାଜକନିକା ବ୍ଲକର ଅବଦୁଲପୁର ଗାଁରେ ପାନୀୟ ଜଳ ସଙ୍କଟ ଉତ୍କଟ ରୂପ ଧାରଣା କରିଛି। ଲୋକ ପାଣି ପାଇଁ ଡହଳବିକଳ ହେଉଛନ୍ତି। ଗାଁରେ ଥିବା ସଚଳ ନଳକୂପଟି ଭାଙ୍ଗି ଯିବାରୁ ଲୋକେ ପାନୀୟ ଜଳ ପାଇଁ ହଇରାଣ ହେଉଛନ୍ତି। ବହୁ ନଳକୂପ ଅଚଳ ହୋଇପଡିଛି। ଗୋଟିଏ ନଳକୂପରେ ପାଣି ନେବାକୁ ଅସମ୍ଭବ ଭିଡ ହେଉଛି। ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁ ପାନୀୟ ଜଳର ଅଭାବ ଲୋକଙ୍କ ପାଇଁ କାଳ ହୋଇଛି। ୫ ବର୍ଷ ତଳେ ଗାଁ ପଡିଆରେ ୨୫ ଲକ୍ଷ ଟଙ୍କା ବ୍ୟୟରେ କେନ୍ଦ୍ରାପଡ଼ା ପାନୀୟଜଳ ଓ ପରିମଳ ଡିଭିଜନ ପକ୍ଷରୁ ବିଶୁଦ୍ଧ ପାନୀୟ ଜଳ ଗ୍ରାମବାସୀଙ୍କୁ ଯୋଗାଇ ଦେବାକୁ ସରକାର ସ୍ଥିର କରିଥିଲେ। ହେଲେ ଇତିମଧ୍ୟରେ ୫ ବର୍ଷ ବିତିଲାଣି ହେଲେ ଆଜି ପର୍ଯ୍ୟନ୍ତ ଗାଁକୁ ପାଇପ ବିଛାଇବା ଦୂରର କଥା ମୋଟର ଲାଗିନି କି ପମ୍ପ ହାଉସ ନିର୍ମାଣ ହୋଇନାହିଁ। ଗ୍ରାମବାସୀ ଆଳି ବିଧାୟକ ପ୍ରତାପ କେଶରୀ ଦେବ, କେନ୍ଦ୍ରାପଡ଼ାର ପ୍ରାକ୍ତନ ଜିଲାପାଳ ସମର୍ଥ ବର୍ମାଙ୍କ ନିକଟରେ ପାନୀୟ ଜଳ ପାଇଁ ଦାବି କରିଥିଲେ। ହେଲେ କିଛି ସୁଫଳ ମିଳୁନାହିଁ। ବିଧାୟକ ଦେବ ମାସେ ତଳେ ଗାଁକୁ ମହାତ୍ମା ଗାନ୍ଧୀ ଓ ଆମ୍ବେଡକରଙ୍କ ପ୍ରତିମୂର୍ତ୍ତି ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ଆସିଥିଲେ। ଗାଁର ମହିଳା ଏକଜୁଟ ହୋଇ ତାଙ୍କ ନିକଟରେ ପାଣି ପାଇଁ ଦାବି କରିଥିଲେ। ସେ ପ୍ରତିଶ୍ରୁତି ଦେଇଥିଲେ ଯେ, ମେ ସୁଦ୍ଧା ପ୍ରତି ଘରକୁ ପାନୀୟ ଜଳ ଯୋଗାଇ ଦିଆଯିବ। ତେବେ ତାଙ୍କ ପ୍ରତିଶ୍ରୁତି କେତେଦୂର କାର୍ଯ୍ୟକାରୀ ହେବ ସମୟ ହିଁ କହିବ। ପ୍ରକଳ୍ପ ସମ୍ପର୍କରେ କେନ୍ଦ୍ରାପଡ଼ା ବିଭାଗୀୟ ନିର୍ବାହୀଯନ୍ତ୍ରୀଙ୍କୁ ବାରମ୍ବାର ଗ୍ରାମବାସୀ ଜଣାଇଥିଲେ ବି କିଛି ସୁଫଳ ମିଳିନାହିଁ। ଯଦି ମେ ସୁଦ୍ଧା ରାଜ୍ୟ ସରକାର ପ୍ରକଳ୍ପକୁ କାର୍ଯ୍ୟକାରୀ ନ କରନ୍ତି ତାହା ହେଲେ ମହିଳାମାନେ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇବେ ବୋଲି ପ୍ରଶାସନକୁ ଚେତାବନୀ ଦେଇଛନ୍ତି। ଗାଁର ସ୍ନେହଲତା ଦାସ, ମଞ୍ଜୁଲତା ରାଉତ, କନକଲତା ବାରିକ, ରଞ୍ଜୁଲତା ଦାସ, ଅନୁସୂୟା ଦାସ ପ୍ରମୁଖ ନିର୍ବାହୀଯନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri