୨୭ ଦିନ ହେଲା ଜଳ ଯୋଗାଣ ବନ୍ଦ

ଲାଞ୍ଜିଗଡ଼,୨୬।୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ସହରରେ ଆଜକୁ ୨୭ଦିନ ହେଲା ପାଇପ ଯୋଗେ ଆସୁଥିବା ପାଣି ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଫଳରେ ସହରର ବିଭିନ୍ନ ପଡାର ହଜାର ହଜାର ଲୋକ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଲାଞ୍ଜିଗଡ଼ଠାରେ ଜଳ ସଙ୍କଟ ଦୂର ପାଇଁ ୨୦୧୦ରେ ୧ କୋଟି ୩୦ ଲକ୍ଷ ଅଟକଳ ମୂଲ୍ୟରେ ନିକଟସ୍ଥ ବଂଶଧାରା ନଦୀରେ ୨ଟି ଷ୍ଟକ ଟାଙ୍କି ନିର୍ମାଣ ହୋଇଥିଲା। ସହର ବିଭିନ୍ନ ପଡାକୁ ଜଳ ଯୋଗାଣ ପାଇଁ ପାଇପ ବିଛାଯାଇଥିଲା। ଠିକାଦାରଙ୍କ ନିମ୍ନମାନର କାମ ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅନୁପସ୍ଥିତ ଯୋଗୁ ପାଇପଗୁଡିକ ନିମ୍ନମାନର ହୋଇଥିବାରୁ ନିର୍ମାଣର ୮ ମାସ ମଧ୍ୟରେ ଲାଞ୍ଜିଗଡ଼ ସହରରେ ଜଳ ଯୋଗାଣରେ ବ୍ୟାହତ ହୋଇଥିଲା। ଏ ନେଇ ପ୍ରଥମରୁ ଲୋକେ ଅଭିଯୋଗ କରୁଥିଲେ ମଧ୍ୟ ଲୋକଙ୍କ କଥାକୁ ଠିକାଦାର କିମ୍ବା କୌଣସି ଅଧିକାରୀ ଶୁଣି ନ ଥିଲେ। ଫଳରେ ମାତ୍ର ନିର୍ମାଣର ୮ ମାସ ପରେ ବିଛାଯାଇଥିବା ପାଇପ ବିଭିନ୍ନ ସ୍ଥାନରେ ଫାଟି ଯାଇଥିଲା। ଫଳରେ ଆଜକୁ ୧୧ ବର୍ଷ ହେଲା ପାଇପ ଫାଟିବା ଫଳରେ ମାସକୁ ବହୁ କଷ୍ଟରେ ୧୦ ଦିନ ପାଣି ମିଳୁଥିବା ବେଳେ ୨୦ଦିନ ବନ୍ଦ ରହୁୁଥିବାରୁ ଲୋକଙ୍କୁ ଠିକ ଭାବେ ଜଳ ଯୋଗାଣ ହୋଇପାରୁନାହିଁ। କିଛି ଦିନ ତଳେ ସହରର ବିଭିନ୍ନ ସ୍ଥାନରେ ମୁଖ୍ୟ ରାସ୍ତା କଡରେ ଥିବା ପାଇପ ଫାଟିବା ଯୋଗୁ ଲୋକେ ରାସ୍ତାରେ ଯାତାୟତ କରିବା ସମ୍ଭବ ହୋଇ ନ ଥିଲା। ପାଇପ ଲାଇନ ଓଲଡିଂ କାମ କରିବା ପରେ ପୁଣି ପାଣି ଛଡାଯିବ ବୋଲି କୁହାଯାଉଛି। କିନ୍ତୁ ଆଜକୁ ୨୭ ଦିନ ହେଲା ସହରର ପୂଜାରିପଡା, ଡ଼ମ୍ବିଶିପଡା, ଗଉଡ଼ପଡା, କଲୋନିପଡା, ପ୍ରଧାନୀପଡା, ରଜାପଡା ଓ ମହାଦେବ ପଡାକୁ ଜଳଯୋଗାଣ ବନ୍ଦ ଯୋଗୁ ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ଯଦି ଏହାର ସମାଧାନ କରା ନ ଯାଏ ତାହାହେଲେ ପଞ୍ଚାୟତ ଓ ବ୍ଳକ କାର୍ଯ୍ୟାଳୟ ଘେରାଉ କରିବୁ ବୋଲି ଲାଞ୍ଜିଗଡ଼ବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ବ୍ଲକ ଜଳଯୋଗାଣ ଦାୟିତ୍ୱରେ ଥିବା ଯନ୍ତ୍ରୀ ଦଶମନ୍ତ ମାଝିଙ୍କୁ ପଚାରିବାରୁ ମୋଟର ପୋଡି ଯାଇଥିଲା। ତେଣୁ ଜଳ ଯୋଗାଣ ବନ୍ଦ ଥିଲା। ଆଜି ଆମର ଷ୍ଟାଫମାନେ ପୁରୁଣା ପୋଡି ଯାଇଥିବା ମୋଟର ବାହାର କରି ନୂଆ ମୋଟର ଆଣିବା ପାଇଁ ଯାଇଛନ୍ତି। ଆଣିବା ପରେ ଶୀଘ୍ର ପାଣି ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?