ବାଲିଗୁଡ଼ାରେ ୩ଦିନ ହେଲା ବନ୍ଦ ରହିଛି ଜଳ ଯୋଗାଣ, ଲୋକେ ହନ୍ତସନ୍ତ

ବାଲିଗୁଡ଼ା,୨୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧିକାଂଶ ସମୟରେ ଜଳ ସମସ୍ୟା ଦେଖିବାକୁ ମିଳୁଛି। ଖରା, ବର୍ଷା, ଶୀତ ସବୁବେଳେ ଏହି ସମାନ ପରିସ୍ଥିତି ଉପୁଜିଛି। ବିଭାଗୀୟ ଅଧିକାରୀଙ୍କ ଦେଖା ମିଳୁ ନ ଥିବା ବେଳେ କର୍ମଚାରୀମାନଙ୍କୁ ସମସ୍ୟା ବାବଦରେ ପଚାରିଲେ କିଛି ସନ୍ତୋଷଜନକ ଉତ୍ତର ମିଳୁନାହିଁ। କେତେବେଳେ ମୋଟର ପୋଡ଼ିଯାଇଛି ତ ଆଉ କେତେବେଳେ ଟାଙ୍କିରେ ପାଣି ନାହିଁ ବୋଲି ଉତ୍ତର ମିଳୁଥିବା କହୁଛନ୍ତି ଅଞ୍ଚଳବାସୀ । ସରକାର ଗାଁ ଠୁ ସହର ସବୁ ଅଞ୍ଚଳରେ ଅଞ୍ଚଳବାସୀଙ୍କୁ ଘରକୁ ଘର ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ସରକାରୀବାବୁମାନଙ୍କ ବୈମାତୃକ ମନଭାବ ଯୋଗୁ ସମସ୍ତ ଯୋଜନା ବାଟବଣା ହେଉଛି। ଆଜିକୁ ୩ଦିନ ବିତିଲାଣି ସହରରେ ଜଳ ଯୋଗାଣ ବନ୍ଦ ରହିଛି। ଫଳରେ ବୁନ୍ଦାଏ ପାଣି ପାଇଁ ସହରବାସୀ ହାହାକାର ହେଉଛନ୍ତି। ତେବେ ତୁରନ୍ତ ସମସ୍ୟାର ସ୍ଥାୟୀ ସମାଧାନ କରିବା ସହ ନିୟମିତ ଜଳଯୋଗାଣ କରିବା ପାଇଁ ସହରବାସୀଙ୍କ ପକ୍ଷରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଦେଇ ଦିଲ୍ଲୀ ଟ୍ରେନ ଚଳାଚଳ ଦାବି: ଦାବି ପୂରଣ ନ ହେଲେ ରେଳରୋକୋ

କେନ୍ଦୁଝର,୫।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ରେଳବାଇ ରାଜସ୍ବ ଆଦାୟ କ୍ଷେତ୍ରରେ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ହେଲେ ରେଳ ବିଭାଗ କେନ୍ଦୁଝର ଜିଲାକୁ...

ଗୋଟିଏ ପୋଲ: ୨ ଥର ଶିଳାନ୍ୟାସ

ଲଙ୍ଗଳେଶ୍ୱର,୫।୧୨(କମଳାକାନ୍ତ ଦାସ): ଗୋଟିଏ ପୋଲକୁ ଦୁଇଥର ଶିଳାନ୍ୟାସ। ସକାଳେ ବିଧାୟକ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି ଗୋଟିଏ ଜାଗାରେ ଫଳକ ଶିଳାନ୍ୟାସ କରିଥିବା ବେଳେ...

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ଟିଟିଲାଗଡ଼,୫।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri