୪ଦିନ ହେଲା ଜଳଯୋଗାଣ ବନ୍ଦ

ସମ୍ବଲପୁର,୧୬ା୩(ବ୍ୟୁରୋ): ରାସ୍ତା କଡରେ ଡ୍ରେନ୍‌ କାମ ସମୟରେ ଜଳଯୋଗାଣ ମୁଖ୍ୟ ପାଇପ୍‌ ଫାଟିଯାଇଥିବାରୁ ୪ଦିନ ହେଲା ଅଞ୍ଚଳକୁ ଜଳ ଯୋଗାଣ ବନ୍ଦ ରହିଛି। ଫଳରେ ଛୋଟବଡ ୮ ଗ୍ରାମର ପ୍ରାୟ ୩ ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ସମ୍ବଲପୁର ମହାନଗର ନିଗମ ୪୦ ନମ୍ବର ୱାର୍ଡରେ ଏଭଳିି ଘଟଣା ଦେଖିବାକୁ ମିଳିିଛି। ୫୫ନଂ. ଜାତୀୟ ରାଜପଥ ନିର୍ମାଣକାରୀ ସଂସ୍ଥା ଓ ଜନସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ସାଧାରଣ ଲୋକମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ରାସ୍ତା କାମ ଆରମ୍ଭରୁ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଜମି ଅଧିଗ୍ରହଣ କରାଯାଇଥିଲା। ପରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଳ ଯୋଗାଣ ପାଇଁ ପ୍ରକଳ୍ପ କାମ ହୋଇଥିଲା। ଅଧିକୃତ ଜମିରେ ଜନସ୍ବାସ୍ଥ୍ୟ ବିଭାଗ ମୁଖ୍ୟ ପାଇପ ଓ ସର୍ଭିସ ପାଇପ ବିଛାଇଛି। ଏବେ ରାସ୍ତା କାମ ସମୟରେ ଠିକା ସଂସ୍ଥା ଜେସିବି ସାହାଯ୍ୟରେ ମନଇଚ୍ଛା ଖୋଳିଚାଲିଛି। ପାଇପ୍‌ ବିଛା ହୋଇଥିବା ଜାଣିବା ପରେ ମଧ୍ୟ ଡ୍ରେନ୍‌ ପାଇଁ ମାଟି ଖୋଳିଦେଲେ। ତେଣୁ ପାଇପ୍‌ ଛିଣ୍ଡି ଦୁଇଖଣ୍ଡ ହୋଇଯାଇଛି। ଫଳରେ ଜଳ ଯୋଗାଣ ବନ୍ଦ ହୋଇଯାଇଛି। ଅଭିଯୋଗ କରିବା ପରେ ଜନସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ହେଲେ ପାଇପ୍‌ ମରାମତିି କରିବା ପାଇଁ ଆବଶ୍ୟକ ସାମଗ୍ରୀ ନ ଥିବା କହି ଫେରିଆସିଥିଲେ। ୩ଦିନ ହେଲା ସାମଗ୍ରୀ ନ ଆସିବାରୁ ମରାମତି କରାଯାଇ ପାରି ନ ଥିଲା। ନିକଟରେ ଅନୁଷ୍ଠିତ ବୈଠକରେ ଗ୍ରୀଷ୍ମଋତୁର ମୁକାବିଲା ପାଇଁ ଜିଲା ପ୍ରଶାସନ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲା। ଏପରି କି ଆବଶ୍ୟକ ସାମଗ୍ରୀ ରଖିବାକୁ କୁହାଯାଇଥିଲା। ହେଲେ ଜନସ୍ବାସ୍ଥ୍ୟ ବିଭାଗ ପାଖରେ ସାମାନ୍ୟ ପାଇପ୍‌ ଯୋଡିବା ସାମଗ୍ରୀ ନ ଥିବାରୁ ମରାମତି ହୋଇପାରିନାହିଁ। ଆଗକୁ ବିଭାଗ କିଭଳି ମୁକାବିଲା କରିବ ସେ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି। ଅନ୍ୟପଟେ ସ୍ଥାନୀୟ ଲୋକେ ପାଇପ ନଷ୍ଟ କରିଥିବା ଠିକା କମ୍ପାନୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ବିଭାଗ ଅଧିକାରୀ ମଙ୍ଗଳ ସିଂ କହିଛନ୍ତି, ପାଇପ୍‌ ମରାମତି କରିବାକୁ କର୍ମଚାରୀ ଯାଇଥିଲେ, ହେଲେ ହୋଇପାରି ନାହିଁ। ଆଜି ସନ୍ଧ୍ୟା ସୁଦ୍ଧା ଯେଭଲି ଭାବେ ମରାମତି କରାଯାଇ ଲୋକଙ୍କୁ ପାଣି ଦିଆଯିବ ବୋଲି ସେ କହିଥିଲେ। ଅନ୍ୟପଟେ ଠିକା ସଂସ୍ଥା ପ୍ରକଳ୍ପ ମ୍ୟାନେଜର ଗୌରବ ଦାସ କହିଛନ୍ତି, କାମ କରୁଥିବା ସମୟରେ ପାଇପ୍‌ ଫାଟି ଯାଇଥିଲା। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମରାମତି କାମ କରାଯିବ। ମରାମତି ବାବଦକୁ କମ୍ପାନୀ ପକ୍ଷରୁ କ୍ଷତିପୂରଣ ଦିଆଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?