୭ ଦିନ ହେଲା ଜଳ ଯୋଗାଣ ବନ୍ଦ

ଲାଞ୍ଜିଗଡ଼,୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ସହରରେ ଆଜକୁ ୭ ଦିନ ହେଲା ପୁଣି ଜଳ ସଙ୍କଟ ଦେଖା ଦେଇଛି। ପାଇପରେ ଆସୁଥିବା ପାଣି ସମ୍ପୂର୍ଣ୍ଣ ବନ୍ଦ ହେବା ଫଳରେ ସହରର ବିଭିନ୍ନ ପଡାର ହଜାର ହଜାର ଲୋକ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଗତ ଜାନୁୟାରୀରେ ମୋଟର ପୋଡ଼ିଯାଇଥିବା ଯୋଗୁ ୨୭ ଦିନ ପାଣି ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଥିଲା। ଗଣମାଧ୍ୟମରେ ପ୍ରସାରଣ ପରେ ୨୯ ଦିନରେ ପାଣି ଯୋଗାଣ ହୋଇଥିଲା। ଯଦି ଏହାର କୌଣସି ସମାଧାନ କରା ନ ଯାଏ ତାହାହେଲେ ପଞ୍ଚାୟତ ଓ ବ୍ଲକ କାର୍ଯ୍ୟାଳୟ ଘେରାଉ କରିବୁ ବୋଲି ଲାଞ୍ଜିଗଡ଼ବାସୀ ଚେତାବନୀ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଲାଞ୍ଜିଗଡ଼ଠାରେ ଜଳ ସଙ୍କଟ ଦୂର ପାଇଁ ୨୦୧୦ରେ ୧ କୋଟି ୩୦ ଲକ୍ଷ ଅଟକଳ ମୂଲ୍ୟରେ ନିକଟସ୍ଥ ବଂଶଧାରା ନଦୀରେ ୨ଟି ଷ୍ଟକ ଟାଙ୍କି ନିର୍ମାଣ ହୋଇଥିଲା। କିନ୍ତୁ ଠିକାଦାରଙ୍କ ନିମ୍ନମାନର କାମ ଓ ଦାୟିତ୍ୱରେ ଥିବା ପ୍ରଶାସନନିକ ଅଧିକାରୀଙ୍କ ଅନୁପସ୍ଥିତ ଯୋଗୁ ପାଇପଗୁଡିକ ନିମ୍ନମାନର ହୋଇଥିବାରୁ ନିର୍ମାଣର ୮ ମାସ ମଧ୍ୟରେ ସହରରେ ଜଳ ଯୋଗାଣରେ ବ୍ୟାହତ ହୋଇଥିଲା। ଏ ନେଇ ପ୍ରଥମରୁ ଲୋକେ ଅଭିଯୋଗ କରୁଥିଲେ ମଧ୍ୟ ଲୋକଙ୍କ କଥାକୁ ଠିକାଦାର କିମ୍ବା କୌଣସି ପ୍ରଶାସନିକ ଅଧିକାରୀ ଶୁଣି ନ ଥିଲେ। ଫଳରେ ନିର୍ମାଣର ୮ ମାସ ପରେ ବିଛାଯାଇଥିବା ପାଇପ ବିଭିନ୍ନ ସ୍ଥାନରେ ଫାଟି ଯାଇଥିଲା। ଫଳରେ ଆଜିକୁ ୧୧ ବର୍ଷ ହେଲା ନିମ୍ନମାନର ପାଇପ ଫାଟିବା ଫଳରେ ମାସକୁ କଷ୍ଟେମଷ୍ଟେ ୧୦ ଦିନ ପାଣି ମିଳୁଥିବା ବେଳେ ୨୦ଦିନ ବନ୍ଦ ରହୁଥିବା ଦେଖିବାକୁ ମିଳୁଛି। ଜଳ ଯୋଗାଣ ପାଇଁ ଅଭିଯୋଗ କଲେ ଦାୟିତ୍ୱରେ ଥିବା ପଞ୍ଚାୟତ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଅଞ୍ଚଳବାସୀଙ୍କୁ ଅଣଦେଖା କରୁଥିବା ଲୋକେ କହିଛନ୍ତି। ବର୍ଷ ବର୍ଷ ଧରି ଏହି ସମସ୍ୟା ଲାଗି ରହିଛି। ଏ ନେଇ ଅଭିଯୋଗ ପରେ ଦାୟିତ୍ୱରେ ଥିବା କର୍ମଚାରୀମାନେ ବିଭିନ୍ନ ବାହାନା ଦେଖାଇ ଗୁରୁତ୍ୱ ଦେଉ ନ ଥିବାରୁ ଆଜକୁ ୭ ଦିନ ହେଲା ଲାଞ୍ଜିଗଡ଼ ସହରର ପୂଜାରିପଡା, ଡ଼ମ୍ବିଶିପଡା, ଗଉଡ଼ପଡା, କଲୋନୀପଡା, ପ୍ରଧାନୀପଡା, ରଜାପଡା ଓ ମହାଦେବ ପଡାକୁ ଜଳଯୋଗାଣ ବନ୍ଦ ରହିଥିବା ଯୋଗୁ ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ଏ ନେଇ ଲୋକେ ବାରମ୍ବାର ପଞ୍ଚାୟତ ତଥା ବ୍ଲକସ୍ତରୀୟ ଅଧିକାରୀଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ପ୍ରକାଶ କରିଛନ୍ତି। ଏ ନେଇ ବ୍ଲକ ଜଳଯୋଗାଣ ଦାୟିତ୍ୱରେ ଥିବା ଯନ୍ତ୍ରୀ ଦଶମନ୍ତ ମାଝିଙ୍କୁ ପଚାରିବାରୁ ବିଭିନ୍ନ ଜାଗାରେ ପାଇପ ଫାଟି ଯାଇଥିବାରୁ ଜଳ ଯୋଗାଣ ବନ୍ଦ ଅଛି। ଆଜି ଆମ ଷ୍ଟାଫମାନଙ୍କୁ ପାଇପ ଫାଟିଥିବା ସ୍ଥାନରେ ଖୋଳି ୱେଲଡିଂ କରିବାକୁ କୁହାଯାଉଛି, ତାହା ଠିକ ହେଲେ ପାଣି ଯୋଗାଣ ହୋଇଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?