ଜଳକ୍ଳିଷ୍ଟ ଅଞ୍ଚଳରେ ଜଳ ଯୋଗାଣ ନିର୍ଦ୍ଦେଶ

କେନ୍ଦୁଝର,୧୧ା୩(ଡି.ଏନ୍‌.ଏ): ଗ୍ରୀଷ୍ମ ପ୍ରବାହର ମୁକାବିଲା ନିମନ୍ତେ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍‌ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଶିଷ ଠାକ୍‌ରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବ୍ୟାପକ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷ କରି ଜଳକ୍ଳିଷ୍ଟ ଅଞ୍ଚଳରେ ପାନୀୟ ଜଳର ବ୍ୟବସ୍ଥା କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏଥିସହ ଗ୍ରୀଷ୍ମପ୍ରବାହ ସମୟରେ ସତ୍ତର୍କତା ଅବଲମ୍ବନ ନିମନ୍ତେ ପୋଷ୍ଟର, ଲିଫ୍‌ଲେଟ୍‌ ବଣ୍ଟନ, ଅଚଳ ନଳକୂପ ମରାମତି, ହାଟବଜାର, ବସ୍‌ ଷ୍ଟାଣ୍ଡ୍‌, ଶିକ୍ଷାନୁଷ୍ଠାନ/ହଷ୍ଟେଲ୍‌ମାନଙ୍କରେ ଜଳଛତ୍ର, ପାନୀୟଜଳ ବ୍ୟବସ୍ଥା ଉପରେ ପଦକ୍ଷେପ ନେବାକୁ କହିଥିଲେ। ଗ୍ରୀଷ୍ମ ପ୍ରବାହଜନିତ ଜୀବନହାନୀ ଯେପରି ନ ଘଟିବ ସେଥିପାଇଁ ସମସ୍ତେ ଦୃଢ଼ ମାନସିକତା ରଖି କାର୍ଯ୍ୟ କରିବା ଉପରେ ବୈଠକରେ ଆଲୋଚନା ହୋଇଥିଲା। ଶ୍ରମିକମାନଙ୍କୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ ଘଟିକା ମଧ୍ୟରେ ଟାଣ ଖରାରେ କାମ ନ କରାଇବା, ଜିଲାର ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ପର୍ଯ୍ୟାପ୍ତ ପରିମାଣରେ ଓଆର୍‌ଏସ୍‌ ପାଉଡ଼ର, ବରଫ, ଅଂଶୁଘାତର ପ୍ରତିକାର ପାଇଁ ଔଷଧ, ଜୀବନ ରକ୍ଷାକାରୀ ଔଷଧ ମହଜୁଦ୍‌ ରଖିବା, ଆମ୍ବୁଲାନ୍ସ ବ୍ୟବସ୍ଥା ସହ ଜନସାଧାରଣଙ୍କୁ ଗ୍ରୀଷ୍ମପ୍ରବାହ ଓ ଅଂଶୁଘାତର ମୁକାବିଲା ପାଇଁ ସଚେତନତା ସୃଷ୍ଟି କରିବା, କଂଟ୍ରୋଲ୍‌ ରୁମ୍‌ କାର୍ଯ୍ୟକ୍ଷମ କରିବା ଓ ସମସ୍ତ ଚିକିତ୍ସାଳୟରେ ଅଂଶୁଘାତ ଆକ୍ରାନ୍ତମାନଙ୍କ ପାଇଁ ସ୍ବତନ୍ତ୍ର ଚିକିତ୍ସା ନିମନ୍ତେ ବେଡ୍‌ ପ୍ରସ୍ତୁତ ରଖିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରାରମ୍ଭରେ ଡେପୁଟି କଲେକ୍ଟର ଏମର୍‌ଜେନ୍ସି ସୁରଞ୍ଜିକା ବେହେରା ସ୍ବାଗତ ଭାଷଣ ଦେଇଥିବା ବେଳେ ଅତିରିକ୍ତ ଜିଲାପାଳ ସୁଷମା ବିଲୁଙ୍ଗ, ଅତିରିକ୍ତ ଜିଲାପାଳ(ରାଜସ୍ବ) ଯଦୁମଣି ମହଲା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଘାସିରାମ ମୁର୍ମୁ, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ଆନନ୍ଦପୁର ଉପଜିଲାପାଳ ଅନିଲ ସେଠୀ, ଅତିରିକ୍ତ ଜିଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ଭିବିଡି) ଡ. ଦେବେନ ଦାସ, ଏସ୍‌ଡିପିଓ ମହେନ୍ଦ୍ରନାଥ ମୁର୍ମୁଙ୍କ ସମେତ ଜିଲାର ବିଭିନ୍ନ ବିଭାଗୀୟ ଜିଲାସ୍ତରୀୟ ଅଧିକାରୀ, ତହସିଲଦାର ଓ ପୌରପାଳିକାର ନିର୍ବାହୀ ଅଧିକାରୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri