ଜଳକ୍ଳିଷ୍ଟ ଅଞ୍ଚଳରେ ଜଳ ଯୋଗାଣ ନିର୍ଦ୍ଦେଶ

କେନ୍ଦୁଝର,୧୧ା୩(ଡି.ଏନ୍‌.ଏ): ଗ୍ରୀଷ୍ମ ପ୍ରବାହର ମୁକାବିଲା ନିମନ୍ତେ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍‌ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଶିଷ ଠାକ୍‌ରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବ୍ୟାପକ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷ କରି ଜଳକ୍ଳିଷ୍ଟ ଅଞ୍ଚଳରେ ପାନୀୟ ଜଳର ବ୍ୟବସ୍ଥା କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏଥିସହ ଗ୍ରୀଷ୍ମପ୍ରବାହ ସମୟରେ ସତ୍ତର୍କତା ଅବଲମ୍ବନ ନିମନ୍ତେ ପୋଷ୍ଟର, ଲିଫ୍‌ଲେଟ୍‌ ବଣ୍ଟନ, ଅଚଳ ନଳକୂପ ମରାମତି, ହାଟବଜାର, ବସ୍‌ ଷ୍ଟାଣ୍ଡ୍‌, ଶିକ୍ଷାନୁଷ୍ଠାନ/ହଷ୍ଟେଲ୍‌ମାନଙ୍କରେ ଜଳଛତ୍ର, ପାନୀୟଜଳ ବ୍ୟବସ୍ଥା ଉପରେ ପଦକ୍ଷେପ ନେବାକୁ କହିଥିଲେ। ଗ୍ରୀଷ୍ମ ପ୍ରବାହଜନିତ ଜୀବନହାନୀ ଯେପରି ନ ଘଟିବ ସେଥିପାଇଁ ସମସ୍ତେ ଦୃଢ଼ ମାନସିକତା ରଖି କାର୍ଯ୍ୟ କରିବା ଉପରେ ବୈଠକରେ ଆଲୋଚନା ହୋଇଥିଲା। ଶ୍ରମିକମାନଙ୍କୁ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ ଘଟିକା ମଧ୍ୟରେ ଟାଣ ଖରାରେ କାମ ନ କରାଇବା, ଜିଲାର ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ପର୍ଯ୍ୟାପ୍ତ ପରିମାଣରେ ଓଆର୍‌ଏସ୍‌ ପାଉଡ଼ର, ବରଫ, ଅଂଶୁଘାତର ପ୍ରତିକାର ପାଇଁ ଔଷଧ, ଜୀବନ ରକ୍ଷାକାରୀ ଔଷଧ ମହଜୁଦ୍‌ ରଖିବା, ଆମ୍ବୁଲାନ୍ସ ବ୍ୟବସ୍ଥା ସହ ଜନସାଧାରଣଙ୍କୁ ଗ୍ରୀଷ୍ମପ୍ରବାହ ଓ ଅଂଶୁଘାତର ମୁକାବିଲା ପାଇଁ ସଚେତନତା ସୃଷ୍ଟି କରିବା, କଂଟ୍ରୋଲ୍‌ ରୁମ୍‌ କାର୍ଯ୍ୟକ୍ଷମ କରିବା ଓ ସମସ୍ତ ଚିକିତ୍ସାଳୟରେ ଅଂଶୁଘାତ ଆକ୍ରାନ୍ତମାନଙ୍କ ପାଇଁ ସ୍ବତନ୍ତ୍ର ଚିକିତ୍ସା ନିମନ୍ତେ ବେଡ୍‌ ପ୍ରସ୍ତୁତ ରଖିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରାରମ୍ଭରେ ଡେପୁଟି କଲେକ୍ଟର ଏମର୍‌ଜେନ୍ସି ସୁରଞ୍ଜିକା ବେହେରା ସ୍ବାଗତ ଭାଷଣ ଦେଇଥିବା ବେଳେ ଅତିରିକ୍ତ ଜିଲାପାଳ ସୁଷମା ବିଲୁଙ୍ଗ, ଅତିରିକ୍ତ ଜିଲାପାଳ(ରାଜସ୍ବ) ଯଦୁମଣି ମହଲା, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଘାସିରାମ ମୁର୍ମୁ, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ଆନନ୍ଦପୁର ଉପଜିଲାପାଳ ଅନିଲ ସେଠୀ, ଅତିରିକ୍ତ ଜିଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ଭିବିଡି) ଡ. ଦେବେନ ଦାସ, ଏସ୍‌ଡିପିଓ ମହେନ୍ଦ୍ରନାଥ ମୁର୍ମୁଙ୍କ ସମେତ ଜିଲାର ବିଭିନ୍ନ ବିଭାଗୀୟ ଜିଲାସ୍ତରୀୟ ଅଧିକାରୀ, ତହସିଲଦାର ଓ ପୌରପାଳିକାର ନିର୍ବାହୀ ଅଧିକାରୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ଆସନ୍ତା ୨୦ ତାରିଖରେ ସୁନ୍ଦରଗଡ଼ ଜିଲାରେ ହେବ ଭୋଟ୍‌ ଗ୍ରହଣ। ଏଥି ନିମନ୍ତେ ବୁଧବାର ଥିବା ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସ। ଏହି...

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା...

ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଜୟକ୍ରିଷ୍ଣା ଛୁରିଆ ବୁଧବାର...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଭଟଲି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ମହମ୍ମଦ ଶାହାରୁଖ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ମହମ୍ମଦ ଶାହାରୁଖ ଲୋଧିଆ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri