ବୁଡ଼ିଲା ଜଳ ଯୋଗାଣ ଗୃହ: ୮୦୦ରୁ ଊର୍ଦ୍ଧ୍ୱ ପରିବାର ପାଣି ପାଇଁ ଆକୁଳ, ଚିନ୍ତାରେ ମୋହନାବାସୀ

ମୋହନା, ୨୮।୧୦(ମନ୍ମଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରକୋପରେ ଗତ ଦୁଇଦିନ ହେଲା ଲଗାଣ ବର୍ଷା ଜାରି ରହିଥିବା ବେଳେ ଗଜପତି ଜିଲା ମୋହନା ଅଞ୍ଚଳ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇପଡ଼ିଛି। ବୁଧବାର ସନ୍ଧ୍ୟାରେ ନଦୀ ପତନଠାରୁ ପ୍ରାୟ ୨୦ ଫୁଟ୍ ଉଚ୍ଚରେ ଥିବା ଏକ ଘରୋଇ ଜଳ ଯୋଗାଣ ପମ୍ପ୍ ହାଉସ୍‌ରେ ବନ୍ୟାପାଣି ପଶିଯାଇ ବୁଡ଼ିଯାଇଛି। ଫଳରେ ମୋହନାର ୮୦୦ରୁ ଉର୍ଦ୍ଧ୍ୱ ପରିବାରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି।

ପମ୍ପ ହାଉସ୍‌ ବୁଡ଼ିଯିବା ଯୋଗୁ ଯନ୍ତ୍ରପାତି ଓ ମୋଟର ଅଚଳ ହୋଇପଡ଼ିଛି। ବର୍ଷା କେବେ କମିବ ଏବଂ ଜଳ ଯୋଗାଣ ଯନ୍ତ୍ରପାତି ମରାମତି ହୋଇ ଘରକୁ ପାଣି ଆସିବ, ସେ ନେଇ ସ୍ଥାନୀୟ ମୋହନାବାସୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ବିଶୁଦ୍ଧ ପିଇବା ପାଣି ଟୋପାଏ ପାଇଁ ଲୋକଙ୍କ ମଧ୍ୟରେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି।

ଏହି ସମସ୍ୟା ନେଇ ମୋହନା ଜଳ ଯୋଗାଣ ଅଧିକାରୀ ପଦ୍ମନାଭ ଖଣ୍ଡେଇ କହିଛନ୍ତି ଯେ, ବନ୍ୟା ଜଳସ୍ତର ହ୍ରାସ ପାଇବା ଏବଂ ବର୍ଷା କମିବା ପରେ ତୁରନ୍ତ ଯୁଦ୍ଧକାଳୀନ ଭିତ୍ତିରେ ପମ୍ପ୍ ଗୃହର ମରାମତି କାର୍ଯ୍ୟ ଶେଷ କରାଯିବ। ଅତି ଶୀଘ୍ର ଜଳ ଯୋଗାଣ ସ୍ୱାଭାବିକ କରାଯିବ ବୋଲି ସେ ଆଶ୍ୱାସନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନଦୀ ପାର ହୋଇ କୋଟିଆ ସୀମାନ୍ତ ଗ୍ରାମ ଝାଙ୍ଗରବାଲସାରେ ପହଞ୍ଚିଲେ ଉପଜିଲାପାଳ, ବାଣ୍ଟିଲେ ରିଲିଫ୍

ପଟ୍ଟାଙ୍ଗି, ୨୮।୧୦(ଶରତ କୁମାର ଧଳ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ରେ ଗତ ଦୁଇଦିନ ହେଲା ପ୍ରବଳ ଲଗାଣ ବର୍ଷା ଜାରି ରହିଛି। ବ୍ଲକ୍‌ରେ…

ବରଗଡ଼ ଧନୁଯାତ୍ରା: ନଭେମ୍ବର ୧ରୁ କଂସ ଚୟନ ପ୍ରକ୍ରିୟା ଆରମ୍ଭ, ଉଠିଲା ବୟସ କଟକଣା

ବରଗଡ଼, ୨୮।୧୦(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୭ ମସିହା ଜାନୁଆରୀ ୧୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଦୀର୍ଘ ୧୧…

ରାତିରେ ଋଷିକୁଲ୍ୟାରେ ବନ୍ୟାପାଣି ପଶି ଆସିବା ଆଶଙ୍କା: ପୁରୁଷୋତ୍ତମପୁରବାସୀଙ୍କୁ ସତର୍କ କଲା ପ୍ରଶାସନ,ସୁରକ୍ଷିତ ସ୍ଥାନକୁ…

ପୁରୁଷୋତ୍ତମପୁର,୨୮।୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଋଷିକୁଲ୍ୟା ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ହୁ…

ଅତି ପ୍ରବଳ ବର୍ଷା ଆଶଙ୍କା: କଳାହାଣ୍ଡି ଜିଲାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ଭବାନୀପାଟଣା, ୨୮।୧୦(ଉତ୍ତମ କୁମାର ଦାଶ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗର ଏହି ପୂର୍ବାନୁମାନକୁ ଦୃଷ୍ଟିରେ…

ଡେରାବିଶ ବ୍ଲକ୍‌ରେ କୋଟିଏରୁ ଉର୍ଦ୍ଧ୍ୱ ଟଙ୍କାର ସରକାରୀ ଅର୍ଥ ହଡ଼ପ: ସିନିୟର ଆସିଷ୍ଟାଣ୍ଟଙ୍କ ନାଁରେ ଅଭିଯୋଗ, ତଦନ୍ତ ପାଇଁ…

ଡେରାବିଶ, ୨୮।୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ରେ ଏକ ବଡ଼ଧରଣର ସରକାରୀ ଅର୍ଥ ହେରଫେର ଓ ଦୁର୍ନୀତିର ପର୍ଦ୍ଦାଫାଶ ହୋଇଛି। ବ୍ଲକ୍‌ରେ କାର୍ଯ୍ୟରତ ସିନିୟର…

ଘୁଞ୍ଚିଲା ଆନ୍ଧ୍ର ନିର୍ବାଚନ: ପରିବର୍ତ୍ତନ ହେଲା ଭୋଟ୍-ଗଣନା ତାରିଖ, କୋଟିଆ ପଞ୍ଚାୟତରୁ ପ୍ରାର୍ଥୀ ହେଲେ ୨

ପଟ୍ଟାଙ୍ଗି, ୨୮।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ହେବାକୁ ଥିବା ଜିଲ୍ଲା ପରିଷଦ (ZPTC) ଏବଂ ସମିତି ସଭ୍ୟ (MPTC)…

ତପ୍ତପାଣି ଘାଟି ରାସ୍ତାରେ ପାହାଡ଼ି ଝରଣା ପାଣି: ୩୨୬ ନଂ ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ, ଶହ ଶହ…

ଦିଗପହଣ୍ଡି, ୨୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ପାଳୁଖୋଳା ଗାଁ ନିକଟସ୍ଥ ୩୨୬ ନମ୍ବର ଜାତୀୟ ରାଜପଥରେ ବୁଧବାର ସକାଳୁ ପାହାଡ଼ି ଝରଣା ପାଣି…

୪ ଲେନ୍ ହେବ କନ୍ଦରପୁର-ପାରାଦ୍ବୀପ ରାଜ୍ୟ ରାଜପଥ, ସର୍ଭେ କାର୍ଯ୍ୟ ଆରମ୍ଭ

କଟକ ସଦର, ୨୮।୧୦(ସୁଶାନ୍ତ କୁମାର ଜେନା): ଜଗତସିଂହପୁର ପୂର୍ତ୍ତ ଡିଭିଜନ ଅନ୍ତର୍ଗତ କନ୍ଦରପୁର-ପାରାଦ୍ବୀପ ୧୨ ନମ୍ବର ରାଜ୍ୟ ରାଜପଥର ପ୍ରଶସ୍ତୀକରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାଥମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?