ଇନ୍ଦ୍ରାବତୀରୁ ଆରମ୍ଭ ହେଲା ଜଳ ଯୋଗାଣ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ କିିିଛି ଦିନ ହେଲା ଖରିଫ ଚାଷ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷୀମାନେ ପାଣି ପାଇଁ ହନ୍ତସନ୍ତ ହେଉ ଥିବାବେଳେ ଶୁକ୍ରବାରଠାରୁ ଇନ୍ଦ୍ରାବତୀ ବହୁମୁଖୀ ଜଳ ବିଦ୍ୟୁତ୍‌ ପ୍ରକଳ୍ପରୁ କେନାଲ ମାଧ୍ୟମରେ ପାଣି ଛଡାଯାଇଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ମଙ୍ଗଳପୁର ବ୍ୟାରେଜରୁ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ, ବାମ କେନାଲ ଅଧୀକ୍ଷଣ ଯନ୍ତ୍ରୀ ତ୍ରୁପ କୁମାର ପାତ୍ର, ଦକ୍ଷିଣ କେନାଲର ଅଧୀକ୍ଷଣ ଯନ୍ତ୍ରୀ ରାଜ କୁମାର ବେହେରାଙ୍କ ଉପସ୍ଥିତିରେ କେନାଲରେ ପାଣି ଛଡା ଯାଇଥିଲା। ଏଥିରେ ଇନ୍ଦ୍ରାବତୀ ବାମ କେନାଲରେ ୧୦ କ୍ୟୁମେକ୍ସ ଓ ଦକ୍ଷିଣ ମୁଖ୍ୟ କେନାଲ ୭ କ୍ୟୁମେକ୍ସ ପାଣି ଛଡାଯାଇଛି। ସେହିପରି ମଙ୍ଗଳପୁର ବୃହତ ଉଠା ଜଳସେଚନ ପ୍ରକଳ୍ପରେ ମଧ୍ୟ ୭.୫ କ୍ୟୁମେକ୍ସ ପାଣି ଛଡାଯାଇଛି। ଏହା ଯୋଗୁ ଜିଲାରେ ମୋଟ ୪୨୯ଟି ଗାଁର ୧ ଲକ୍ଷ ୧୫ ହଜାର ୬୧୫ ହେକ୍ଟର ଚାଷଜମି ଜଳ ସେଚିତ ହେବ। କେନାଲରେ ପାଣି ଆସିବା ପରେ ବର୍ଷା ନ ହେଲେ ମଧ୍ୟ ଚାଷୀ ଚାଷ କାର୍ଯ୍ୟ କରିପାରିବେ। ଏହାକୁ ନେଇ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଖୁସି ଦେଖିବାକୁ ମିଳିଛି। ଚଳିତବର୍ଷ ଜିଲାରେ ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ୨୪ ହଜାର ୭୪୭ ହେକ୍ଟର, ଧର୍ମଗଡ଼ ନିର୍ବାଚନମଣ୍ଡଳୀର ୪୪ ହଜାର ୮୭୫.୯୬ ହେକ୍ଟର, ଜୁନାଗଡ଼ ନିର୍ବାଚନମଣ୍ଡଳୀର ୪୪ ହଜାର ୮୫୭ ହେକ୍ଟର ଓ ଭବାନୀପାଟଣା ନିର୍ବାଚନମଣ୍ଡଳୀର ୫୦୮୨ ହେକ୍ଟରକୁ ମିଶାଇ ସର୍ବମୋଟ ୧ ଲକ୍ଷ ୧୫ ହଜାର ୬୧୫ ହେକ୍ଟର ଚାଷ ଜମିରେ ଜଳ ସେଚନ ଲକ୍ଷ୍ୟ ରଖାଯାଇଛି। ଏଥିରେ ଜିଲାର ଜୟପାଟଣା, କଲମପୁର, ଜୁନାଗଡ଼, କୋକସରା, ଧର୍ମଗଡ଼, ଗୋଲାମୁଣ୍ଡା, ଭବାନୀପାଟଣା ଓ କେସିଙ୍ଗା ଆଦି ୮ଟି ବ୍ଳକର ୪୨୯ ଗାଁର ଚାଷୀ ଉପକୃତ ହେବେ। ଅନ୍ୟପକ୍ଷରେ ଡାହାଣ ମୁଖ୍ୟ କେନାଲର ପୁନଉଦ୍ଧାର ଓ ପୁନଃନିର୍ମାଣ କାମ ଜାରି ରହିଛି। ଏଥର ଚାଷୀମାନଙ୍କୁ ଆବଶ୍ୟକ ହିସାବରେ ଜଳ ଯୋଗାଇ ଦିଆଯିବ ବୋଲି ବିଭାଗୀୟ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri