ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ ଯୋଗେ ଜଳଯୋଗାଣ ହେଉଛି। ଏହି କ୍ରମରେ ଗ୍ରାମର କଲୋନୀପଡାବାସୀ ଗୋଟିଏ ସପ୍ତାହ ହେବ ପାଇପ ଜଳ ଯୋଗାଣରୁ ବଞ୍ଚତ୍ତ ହୋଇ ହଟହଟା ହେଉଛନ୍ତି। ଉକ୍ତ ପଡାକୁ ପାଇପ ଯୋଗେ ପିଇବା ପାଣି ଯୋଗାଣ ବନ୍ଦ ରହିଥିବାରୁ ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ପରିବାର ଜଳ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ା ଏ ନେଇ ଅସନ୍ତୋଷ ବଢିବାରେ ଲାଗିଛି ା
ସୂଚନା ଅନୁଯାୟୀ, ଫାସଡସ୍ଥିତ ସୁକତେଲ ନଦୀରୁ ବୁର୍ଡା ଗ୍ରାମକୁ ପିଇବା ପାଣି ଯୋଗାଣ ବ୍ୟବସ୍ଥା କରାଯାଇଛି ା ଗ୍ରାମରେ ଥିବା ପମ୍ପହାଉସ ମାଧ୍ୟମରେ ବସ୍ତି ଅଞ୍ଚଳକୁ ପାଇବ ଯୋଗେ ଜଳ ଯୋଗାଣ ହୋଇଥାଏ ା କିନ୍ତୁ ଖରାଦିନ ଆସିବା ମାତ୍ରେ ପ୍ରକଳ୍ପରେ ପାଣି ଅଭାବ ଦର୍ଶାଇ ବିଭିନ୍ନ ଅଞ୍ଚଳକୁ ପାଳି କରି ଜଳଯୋଗାଣ କରାଯାଉଛି। ଏଥିଯୋଗୁ ବିଭିନ୍ନ ପଡାର ଲୋକଙ୍କୁ ଗୋଟିଏ ସପ୍ତାହରୁ ଅଧିକ ସମୟ ଧରି ପାଣି ପାଇଁ ଅପେକ୍ଷା କରିବାକୁ ପଡୁଛି। ତେବେ କଲୋନୀ ପଡ଼ାକୁ ଏକ ସପ୍ତାହରୁ ଅଧିକ ସମୟ ହେବ ଜଳ ଯୋଗଣ ସମ୍ପୂର୍ଣ୍ଣ ବନ୍ଦ ରହିଥିବା ଅଭିଯୋଗ ହୋଇଛି। ପଡାରେ ଥିବା ନଳକୂପ ପାଣି ପିଇବା ଅନୁପଯୋଗୀ ହୋଇଥିବାରୁ ଲୋକେ ବାଧ୍ୟ ହୋଇ ଦୂରଦୂରାନ୍ତରୁ ପାଣି ସଂଗ୍ରହ କରୁଛନ୍ତି। ବିଶେଷ କରି ମହିଳାମାନେ ଦୈନନ୍ଦିନ କାମ ଛାଡି ପାଣି ପାଇଁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। କଲୋନୀପଡା ସମେତ ବସ୍ତିର ବିଭିନ୍ନ ଅଞ୍ଚଳକୁ ନିୟମିତ ଭାବେ ଜଳଯୋଗାଣ କରିବାକୁ ଦାବି ହେଉଛି ା

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri