ପମ୍ପ ଅଚଳ ଯୋଗୁଁ ଭଞ୍ଜନଗର ସହରକୁ ପାଣି ଯୋଗାଣ ବନ୍ଦ: ନାହିଁ ବିକଳ୍ପ ବ୍ୟବସ୍ଥା

ଭଞ୍ଜନଗର,୯।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏକ ପ୍ରମୁଖ ରାଜସ୍ୱ ଉପଖଣ୍ଡ ସହର ଭଞ୍ଜନଗରକୁ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧା ମିଳିବା କଥା ଥିଲେ ମଧ୍ୟ ଏହା ବହୁ ବର୍ଷ ହେବ କାର୍ଯ୍ୟକାରୀ ହୋଇପାରିନାହିଁ। ଏହି ପରିପ୍ରେକ୍ଷୀରେ, ଶନିବାର ରାତିରୁ ପମ୍ପ ଅଚଳ ହେବା ଯୋଗୁଁ ସହରକୁ ପାଣି ଯୋଗାଣ ବନ୍ଦ ହୋଇଯାଇଥିଲା।

ଶନିବାର ରାତିରେ ଭଞ୍ଜନଗର ଜଳଭଣ୍ଡାର ଭିତରେ ଥିବା ଜନସ୍ୱାସ୍ଥ୍ୟ ବିଭାଗର ଇଣ୍ଟେକ୍ ୱେଲ୍‌ରେ ଲାଗିଥିବା ପମ୍ପଟି ଅଚଳ ହୋଇପଡ଼ିଥିଲା। ଫଳରେ ରବିବାର ଅପରାହ୍ଣ ୪ଟା ପର୍ଯ୍ୟନ୍ତ ସହରକୁ ପାଣି ଆସିପାରିନଥିଲା।

ଏନେଇ ଜନସ୍ୱାସ୍ଥ୍ୟ ବିଭାଗ ଯନ୍ତ୍ରୀ ଆଦିତ୍ୟ ନାରାୟଣ ରାଓ କହିଛନ୍ତି ଯେ ପମ୍ପ ଅଚଳ ହେତୁ ସମସ୍ୟା ଦେଖାଦେଇଛି। ସହରକୁ ଯେତିକି ପାଣି ଆବଶ୍ୟକ ତା’ଠାରୁ ଅଧିକ ପାଣି ଛଡ଼ାଯାଉଥିବାରୁ ପମ୍ପ ଉପରେ ବାରମ୍ବାର ଚାପ ପଡୁଛି। ସେ ଆଶା କରିଛନ୍ତି ଯେ ଆଜି ରାତି କିମ୍ବା କାଲି ସକାଳ ସୁଦ୍ଧା ସ୍ୱାଭାବିକ ଭାବେ ଜଳ ଯୋଗାଣ ଆରମ୍ଭ ହେବ। ଖବର ଲେଖା ହେବା ବେଳକୁ କିଛି ଅଞ୍ଚଳକୁ ଜଳ ଯୋଗାଣ ଆରମ୍ଭ ହୋଇଛି।

ସହରବାସୀ ଅଭିଯୋଗ କରିଛନ୍ତି ଯେ ଗୋଟିଏ ପମ୍ପ ଅଚଳ ହେଲେ ଅନ୍ୟ ଗୋଟିଏ ବିକଳ୍ପ ପମ୍ପ ବ୍ୟବସ୍ଥା ନଥିବାରୁ ଏଭଳି ପରିସ୍ଥିତି ଉପୁଜୁଛି। ଭବିଷ୍ୟତରେ ବିକଳ୍ପ ଜଳ ଯୋଗାଣ ବ୍ୟବସ୍ଥା କରିବାକୁ ସେମାନେ ଦାବି କରିଛନ୍ତି।

ଜଳ ଯୋଗାଣ ବ୍ୟତୀତ, କଣ୍ଟେଇପଲ୍ଲୀ ଗ୍ରିଡ୍ ସବ୍ ଷ୍ଟେସନ୍‌ରୁ ଭଞ୍ଜନଗରକୁ ଆସିଥିବା ଏକମାତ୍ର ବିଦ୍ୟୁତ୍ ଲାଇନ୍‌ରେ ତ୍ରୁଟି ହେଲେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ ସରବରାହ ବନ୍ଦ ରହୁଛି। କଣ୍ଟେଇପଲ୍ଲୀରୁ ଭଞ୍ଜନଗର ପାଇଁ ଦ୍ୱିତୀୟ ବିଦ୍ୟୁତ୍ ଲାଇନ୍ ନଥିବା ହେତୁ ଏହି ସମସ୍ୟା ମଧ୍ୟ ବାରମ୍ବାର ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri