ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ  ଶୀର୍ଷ କମିଟି କାର୍ଯ୍ୟାଳୟ ସଭାଗୃହ ଠାରେ ସଭାପତି ରମେଶ ଚନ୍ଦ୍ର ପାତ୍ର ସଭାରେ ଅଧ୍ୟକ୍ଷତା କରିଥିଲେ। ଆସନ୍ତା ୧୭ ତାରିଖରେ ଜଳ ଶୀର୍ଷ କମିଟି ପକ୍ଷରୁ ଦିଗପହଣ୍ଡି ବ୍ଳକ ଖମାରିଗାଁ ନିକଟରେ ଥିବା ଘୋଡାହାଡ଼ ଡ଼୍ୟାମର ଗେଟ୍ ପୂଜା କରାଯିବା ପରେ ଚଳିତ ଖରିଫ ଧାନ ଚାଷ ନିମନ୍ତେ ୨୪ ତାରିଖରେ ଡ଼୍ୟାମର ଉଭୟ ବାମ ଓ ଡାହାଣ କେନାଲରେ  ପାଣି ଛଡାଯିବ ବୋଲି ସଭାରେ ବିସ୍ତୃତ ଆଲୋଚନା କରାଯାଇ ବିଧିବଦ୍ଧ ପ୍ରସ୍ତାବ ଗୃହୀତ କରାଯାଇଛି ।

ସଭାରେ ଚିକିଟି ଜଳସେଚନ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ଇଂ.ସୁବ୍ରତ କୁମାର ପଟ୍ଟନାୟକ, ଘୋଡ଼ାହାଡ଼ ଜଳସେଚନ କାର୍ଯ୍ୟାଳୟ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଦାସ, ପୂର୍ବତନ ସରପଞ୍ଚ ତଥା ଶୀର୍ଷ କମିଟିର ପୂର୍ବତନ ସଭାପତି ବିଦ୍ୟାଧର ମହାପାତ୍ର, କୋଷାଧ୍ୟକ୍ଷ ରାମନାଥ ବିଷୋୟୀ, ସହକାରୀ ଯନ୍ତ୍ରୀ ଇଂ.କ୍ଷୀରୋଦ ବେହେରା  , ଇଂ. ରାଜ କୁମାର ପ୍ରଧାନ  ପ୍ରମୁଖ ମଞ୍ଚାସିନ ଥିଲେ । ସୂଚନା ଯୋଗ୍ୟ, ଗତ ୧୯୭୪ରେ ଘୋଡ଼ାହାଡ଼ ଡ଼୍ୟାମ ପ୍ରତିଷ୍ଠା କରାଯାଇଥିଲା। ତେଣୁ ଚଳିତବର୍ଷ ଡ଼୍ୟାମ ପ୍ରତିଷ୍ଠାର ସୁବର୍ଣ୍ଣ ଜୟନ୍ତୀ ପାଳନ କରାଯିବା ନିମନ୍ତେ ସଭାରେ ସର୍ବସମ୍ମତ ନିଷ୍ପତ୍ତି ନିଆଯାଇଥିଲା।

ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଳକର ବହୁ ସଂଖ୍ୟକ ଗ୍ରାମର ଚାଷୀମାନେ ଚାଷକାର୍ଯ୍ୟ ନିମନ୍ତେ ଘୋଡାହାଡ଼ ଡ଼୍ୟାମ ଉପରେ ନିର୍ଭର କରି ଆସୁଛନ୍ତି । ଡ଼୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ବୁଧବାର ସୁଦ୍ଧା ଜଳସ୍ତର ୧୧୭.୪୦ ମିଟର  ଜଳ ମହଜୁଦ ରହିଛି । ଚଳିତ ବର୍ଷ ଜୁନ୍ ୧ ରୁ ଜୁଲାଇ ୧ ସୁଦ୍ଧା ବର୍ଷାର ପରିମାଣ ପାଖାପାଖି ୧ ହଜାର ମି.ମି ହେବା କଥା କିନ୍ତୁ ଚଳିତ ବର୍ଷ ସ୍ବଳ୍ପ ବର୍ଷା ଯୋଗୁଁ ଘୋଡାହାଡ଼ ଡ୍ୟାମରେ ଖରିଫ ଋତୁ ଜୁନ ୧ ରୁ ଜୁଲାଇ ୮ ସୁଦ୍ଧା ୧୯୫ ମି.ମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

ସେହିପରି ଦିଗପହଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଜୁନ୧ରୁ ଜୁଲାଇ ୮ ତାରିଖ ସୁଦ୍ଧା ୨୦୫ ମି .ମି ବର୍ଷା ହୋଇଥିବା ଜଳସମ୍ପଦ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି।  ବର୍ଷା ପରିମାଣ କମ୍ ଯୋଗୁଁ ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଅର୍ଦ୍ଧାଧିକ ଚାଷ ଜମିରେ ଚାଷକାର୍ଯ୍ୟ ହୋଇ ପାରିନାହିଁ । ଯାହାକୁ ଦୃଷ୍ଟିରେ ରଖି  ଡ୍ୟାମର ଉଭୟ ବାମ ଓ ଡାହାଣ  କେନାଲ ଯୋଗେ ପାଣି ଛଡାଯିବା ପାଇଁ  ସଭାରେ ସର୍ବସମ୍ମତ ନିଷ୍ପତ୍ତି ନିଆଯାଇଥିଲା । ସଭାରେ ପାଣି ପଞ୍ଚାୟତ ଶୀର୍ଷ କମିଟି ଉପସଭାପତି କିର୍ତ୍ତୀଚନ୍ଦ୍ର ଗୈାଡ, କାର୍ଯ୍ୟକର୍ତ୍ତା ତଥା ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ଼, ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼ଙ୍କ ସମେତ ୨୧ ଟି ପାଣି ପଞ୍ଚାୟତ କର୍ମକର୍ତ୍ତା ଓ ସଭ୍ୟବୃନ୍ଦ ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଜଳସେଚନ କାର୍ଯ୍ୟାଳୟ କର୍ମଚାରୀ ପ୍ରଦୀପ କୁମାର ମହାନ୍ତି, ସୁରେନ୍ଦ୍ର ନାଥ ସେଠୀ ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ବୃନ୍ଦ ସଭାକାର୍ଯ୍ୟ ପରିଚାଳନା ରେ ସହାୟତା କରିଥିଲେ।

&nbs

Dharitri – Odisha’s No.1 Odia Daily
p;

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?