ଘୋଡାହାଡ ଡ଼୍ୟାମରୁ ଛଡାଯିବ ପାଣି : ନଦୀ ତଟବର୍ତ୍ତିି ଗ୍ରାମବାସୀଙ୍କୁ ସତର୍କ

ଦିଗପହଣ୍ଡି,୨୩|୧୦(ଅଶେଷ ନାଥ ମିଶ୍ର) ଦକ୍ଷିଣ – ପୂର୍ବ ଓ ସଂଲଗ୍ନ ପୂର୍ବ – ମଧ୍ୟ  ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି।ଏହାର ପ୍ରଭାବରେ ଆସନ୍ତା ସୋମବାର  ଠାରୁ  ପ୍ରବଳ ପବନ ଓ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ରୁ ଅତିପ୍ରବଳ  ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧିନ ଦିଗପହଣ୍ଡି ସ୍ଥିତ ଘୋଡାହାଡ ଜଳସେଚନ ଉପ ବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀ ଙ୍କ କାର୍ଯ୍ୟାଳୟ  ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡାହାଡ ଡ଼୍ୟାମରୁ ସ୍ପିଲ୍ ୱେ ମୁଖ୍ୟ ଫାଟକ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ାଯିବ ବୋଲି ନଦୀ ତଟବର୍ତ୍ତୀ  ଗୋଲଣ୍ଡା,ମଧୁବନ, ସେବକ ଟିକରପଡ଼ା,କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି,ଗୁମା, ପନାଡ,ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା ,ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶପୁର,ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀଙ୍କୁ  ସତର୍କ ସୂଚନା ଜାରି କରାଯାଇଛି। ନଦୀ ମଧ୍ୟକୁ କୌଣସି ବ୍ୟକ୍ତି ନଯିବା ସହ ଗୃହ ପାଳିତ ପ୍ରାଣୀ ମାନଙ୍କୁ ନ ଛାଡ଼ିବା ପାଇଁ ଅନୁରୋଧ କରାଯାଇଛି।  ଡ଼୍ୟାମ ର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ଶୁକ୍ରବାର ସକାଳ ସୁଦ୍ଧା ଜଳଭଣ୍ଡାରରେ ୭୧.୨୨ ଭାଗ  ଅର୍ଥାତ୍ ୧୧୫.୨୮ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ସହକାରୀ  ନିର୍ବାହୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଦାସ  ଜଣାଇଛନ୍ତି। ଡ଼୍ୟାମ ରୁ ନଦୀଗର୍ଭ କୁ ପାଣି ଛଡ଼ାଯିବ ବୋଲି ଜଳସମ୍ପଦ କାର୍ଯ୍ୟାଳୟ ପକ୍ଷରୁ  ବିଭିନ୍ନ ସରକାରୀ କାର୍ଯ୍ୟାଳୟ , ନିକଟସ୍ଥ  ଥାନା ଓ ଦମକଳ କେନ୍ଦ୍ର ଗୁଡ଼ିକୁ ନୋଟିସ ର ଏକକିତା ନକଲ ପ୍ରେରଣ  କରାଯାଇଥିବା  ଜଣାପଡିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?