ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଯିବ ପାଣି, ନଦୀ ତଟବର୍ତ୍ତୀ ଗ୍ରାମରେ ସତର୍କ ସୂଚନା ଜାରି

ଦିଗପହଣ୍ଡି,୨୪ା୧୧(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ଗୁରୁବାର ଠାରୁପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧୀନ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ାଯିବ ବୋଲି ନଦୀ ତଟବର୍ତ୍ତୀ ଗୋଲଣ୍ଡା, ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି,ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା , ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶପୁର, ନୂଆଗଡ଼, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀଙ୍କୁ ସୋମବାର ଡାକବାଜି ଯନ୍ତ୍ର ମାଧ୍ୟମରେ ସତର୍କ ସୂଚନା ଜାରି କରାଯାଇଛି। ଡ୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ସୋମବାର ସକାଳ ସୁଦ୍ଧା ଜଳଭଣ୍ଡାରରେ ୯୯ ଭାଗ ଅର୍ଥାତ୍‌ ୧୧୭.୬୬ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ଜଣାଇଛନ୍ତି। ଡ୍ୟାମ୍‌ରୁ ନଦୀଗର୍ଭକୁ ପାଣି ଛଡ଼ାଯିବ ବୋଲି ଜଳସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ନିକଟସ୍ଥ ଥାନା ଓ ଦମକଳ କେନ୍ଦ୍ରଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri