ଜମିକୁ ମାଡ଼ିବ ଜଳ

ବଇଣ୍ଡା,୨୧।୬(ଡି.ଏନ.ଏ.) ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ହୋଇ ନ ଥିଲେ ମଧ୍ୟ ଚାଷ ଜମିକୁ ମାଡ଼ୁଥିଲା ଝରଣା ପାଣି। ନିର୍ମାଣ କରାଯାଇଥିବା ୭ କିଲୋମିଟର କେନାଲ ଯୋଗୁ ଶତାଧିକ ଚାଷୀ ଉପକୃତ ହେଉଥିଲେ। ହେଲେ ୨୦୧୧ ଠାରୁ ଏହି କେନାଲ ପ୍ରତି ସରକାରୀ ଅବହେଳା ଅସନ୍ତୋଷର କାରଣ ହୋଇଆସିଥିଲା। ବାରମ୍ବାର ଅଭିଯୋଗ ସତ୍ତ୍ୱେ କେନାଲ ସଫେଇ କରାଯାଉ ନ ଥିଲା। ଫଳରେ ଏହା ପୋତିହୋଇ ପଡ଼ିବାରୁ ଜମି ନିକଟରେ ଜଳ ପହଞ୍ଚିପାରୁ ନ ଥିଲା। ଏଥିଯୋଗୁ ଏହି ଝରଣା ପାଣି ଉପରେ ନିର୍ଭର କରୁଥିବା ଚାଷ କାର୍ଯ୍ୟ ଠପ୍‌ ହୋଇଯାଇଥିଲା। ତେବେ ଦୀର୍ଘ ୧୧ ବର୍ଷ ପରେ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ପଞ୍ଚାୟତ ପକ୍ଷରୁ ଚାଷୀଙ୍କ ଦୁଃଖ ଦୂର କରିବାକୁ ଉଦ୍ୟମ ଆରମ୍ଭ ହୋଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କେନାଲର ପୁନରୁଦ୍ଧାର କାର୍ଯ୍ୟ ଗତ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବାରୁ ଏବେ ଜମି ନିକଟରେ ପହଞ୍ଚିପାରିବ କେନାଲ ଜଳ।
କିଶୋରନଗର ବ୍ଲକ ବାମୁର ପଞ୍ଚାୟତରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ସରକାର ଦେଇଥିବା ପ୍ରତିଶ୍ରୁତି ଏଯାଏ ପୂରଣ ହୋଇନାହିଁ। ତଥାପି ଝରଣା ପାଣିକୁ ଜମି ଯାଏ ପହଞ୍ଚାଇବାକୁ ଏଠାରେ ୭ କିଲୋମିଟର କେନାଲ ରହିଛି। କିନ୍ତୁ ଜଳସେଚନ ବିଭାଗର ଅବହେଳା ଯୋଗୁ ତାହା ୨ରୁ ୩ ଫୁଟ ପର୍ଯ୍ୟନ୍ତ ମାଟି ବାଲିରେ ପୋତିହୋଇ ଯାଇଛି। ଫଳରେ ସୁରେଶ୍ୱରୀ ନାଳରୁ ଆସୁଥିବା ପାଣି ଚାଷ ଜମିଯାଏ ପହଞ୍ଚିପାରୁ ନ ଥିବାରୁ ଚାଷ କାର୍ଯ୍ୟ ହୋଇପାରୁ ନାହିଁ। କିଶୋରନଗର ଜୀବନ ଜୀବିକା ଓ କୃଷି ଜମି ସୁରକ୍ଷା କମିଟି ପକ୍ଷରୁ କେନାଲର ପୁନରୁଦ୍ଧାର କରିବା ସହ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଦୀର୍ଘବର୍ଷ ହେଲା ଦାବି କରାଯାଇ ଆସୁଛି। ଜିଲା ପ୍ରଶାସନ ଠାରୁ ଆରମ୍ଭ କରି ରାଜ୍ୟ ଜଳସମ୍ପଦ ବିଭାଗ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କିନ୍ତୁ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉ ନ ଥିବା ଯୋଗୁ ଖଣ୍ଡହତା, ବନ୍ଧୁପାଲି, ପିପଳମୁଣ୍ଡା, କରମଳକଟା, ବଏଜା, ରାମଚନ୍ଦ୍ରପୁର, ଜଏରାଟ ଆଦି ଗ୍ରାମର ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୁରେଶ୍ୱରୀ ନାଳଠାରୁ ବାହାରିଥିବା ସମସ୍ତ କେନାଲ ସଫା କରିବା ପାଇଁ କିଶୋରନଗର କୃଷକ ସଙ୍ଗଠନ ପକ୍ଷରୁ ବହୁବାର ଜଳସେଚନ ବିଭାଗକୁ ଅଭିଯୋଗ କରାଯାଇଛି। କିନ୍ତୁ ପଦକ୍ଷେପ ନିଆଯାଇ ନ ଥିବା ଜୀବନ ଜୀବିକା ଓ କୃଷି ଜମି ସୁରକ୍ଷା କମିଟି ପକ୍ଷରୁ ଅଭିଯୋଗ କରାଯାଇଛି। ଦୀର୍ଘବର୍ଷ ହେଲା ଚାଷୀ ହଇରାଣ ହେଉଥିବାରୁ ବାମୁର ପଞ୍ଚାୟତ ବିଭାଗ ପକ୍ଷରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କେନାଲ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଛି। ଏ ନେଇ କିଶୋରନଗର କ୍ଷୁଦ୍ର ଜଳ ସେଚନ ବିଭାଗ କନିଷ୍ଠ ଯନ୍ତ୍ରୀ ତ୍ରିପୁରାରୀ ନାୟକ କହିଛନ୍ତି, କେନାଲ ସଫା କରିବା ପାଇଁ ଜଳସେଚନ ବିଭାଗକୁ ଚିଠି କରାଯାଇଥିବା ବେଳେ ଏହାକୁ ପଞ୍ଚାୟତ ବିଭାଗ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଅନ୍ତର୍ଭୁକ୍ତ କରାଯାଇଛି। ଆଉ ୨୫ କି.ମି. କେନାଲ ନିର୍ମାଣ ପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ଅର୍ଥ ମଞ୍ଜୁର ହେଲେ କାର୍ଯ୍ୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri