ଗଞ୍ଜାମ ଏନଏସିରେ ପ୍ରହସନ ପାଲଟିଛି ଜଳଛତ୍ର

ଗଞ୍ଜାମ,୨୯।୪(ବିଦ୍ୟାଧର ସାହୁ ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ କାମରେ ବାହାରୁ ଆସୁଥିବା ଲୋକଙ୍କ ସୁବିଧା ନିମନ୍ତେ ଗଞ୍ଜାମ ଏନଏସି ପ୍ରଶାସନ ପକ୍ଷରୁ ତ୍ରିବେଣୀ ମଠ ଛକ,ଷ୍ଟେଟ ବ୍ୟାଙ୍କ ଛକ ଏବଂ ଦାମଦୋରପୁର ଯାତ୍ରୀ ବିଶ୍ରାମଗାର ଠାରେ ଜଳଛତ୍ର ଖୋଲାଯାଇଛି । ଏଥିସହ ପାଣି ବଣ୍ଟନ ଏନଏସି ପ୍ରଶାସନ ତିନୋଟି ଜାଗାରେ ତିନୋଟି ମହିଳାଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଜଳଛତ୍ର ଏବେ ପ୍ରହସନ ପାଲଟିଥିବା ସହର ବୁଦ୍ଧିଜୀବି ମହଲା ଠାରେ ମତ ପ୍ରକାଶ ପାଇଛି । କିଛି ଜଳଛତ୍ର କେନ୍ଦ୍ର ଠାରେ କେହି ରହୁ ନ ଥିବା ଦେଖି ବାକୁ ମିଳୁଥିବା ବେଳେ ଆଉ କିଛି ଜଳଛତ୍ର ଠାରେ ପାଣି ରହୁ ନ ଥିବା ଦେଖିବାକୁ ମିଳିଛି। ଏନଏସି ପ୍ରଶାସନ ହଜାର ହଜାର ଟଙ୍କା ଜଳଛତ୍ର ପାଇଁ ଖର୍ଚ୍ଚ କରୁଥିବାବେଳେ ତାହା ଲୋକଙ୍କ କାମରେ ଆସୁ ନ ଥିବା ଅଭିଯୋଗ ହୋଇଛି। ଜଳଛତ୍ର ଖୋଲାଯିବା ପରେ ତାହାର ଫଟୋ ଉଠାଇ ମୁହଁରେ ତୁଣ୍ଡି ବାନ୍ଧି ବସିଛି ଏନଏସି ପ୍ରଶାସନ। ଏନଏସି କର୍ତ୍ତୃପକ୍ଷ ଏହାର ତଦାରଖ କରୁ ନଥିବା ଯୋଗୁ ଏହିଭଳି ସମସ୍ୟା ଉପୁଜୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri