Posted inଜାତୀୟ

ଜଳ ଭିଜନ ୨୦୪୭: ମନରେଗା ଦ୍ୱାରା ନିଆଯାଉ ଅଧିକ ପଦକ୍ଷେପ, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୫।୧ : ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଗୁରୁବାରଠାରୁ ଜଳ ଭିଜନ ୨୦୪୭ ବିଷୟବସ୍ତୁ ଉପରେ ଦୁଇ ଦିନିଆ ପ୍ରଥମ ଅଲ ଇଣ୍ଡିଆ ରାଜ୍ୟ ମନ୍ତ୍ରୀଙ୍କ ବାର୍ଷିକ ସମ୍ମିଳନୀ ଆୟୋଜିତ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି।

ସେ କହିଛନ୍ତି ଯେ ଆଜି ଜଳ ନିରାପତ୍ତା କ୍ଷେତ୍ରରେ ଭାରତ ଅଦ୍ଭୁତପୂର୍ବ କାର୍ଯ୍ୟ କରୁଛି ଏବଂ ବହୁ ପୁଞ୍ଜି ବିନିଯୋଗ କରୁଛି। ଜଳ ସଂରକ୍ଷଣ ପାଇଁ ରାଜ୍ୟଗୁଡିକର ପ୍ରୟାସ ଦେଶର ସାମୂହିକ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମନରେଗା ଅଧୀନରେ ଜଳ ନିରାପତ୍ତା ଉପରେ ସର୍ବାଧିକ କାର୍ଯ୍ୟ କରାଯିବା ଉଚିତ।

ଜଳ ସଂରକ୍ଷଣ ପାଇଁ ଜନସାଧାରଣଙ୍କ ଅଂଶଗ୍ରହଣ ସହିତ ଲୋକଙ୍କ ମନରେ ସଚେତନତା ଜାଗ୍ରତ ହେବା ଆବଶ୍ୟକ। ଏହି ଦିଗରେ ଆମେ ଯେତେ ଚେଷ୍ଟା କରିବୁ, ସେତେ ଅଧିକ ପ୍ରଭାବ ସୃଷ୍ଟି ହେବ। ଦେଶର ପ୍ରତ୍ୟେକ ଜିଲାରେ ୭୫ ଅମୃତ ସରୋବର ତିଆରି କରୁଛି ଏବଂ ଏପର୍ଯ୍ୟନ୍ତ ୨୫ ହଜାର ଅମୃତ ସରୋବର ନିର୍ମାଣ କରାଯାଇଛି । ଆଗାମୀ ୨୫ବର୍ଷ ପାଇଁ ଜଳ ଭିଜନ ୨୦୪୭ ହେଉଛି ଅମୃତ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ଦିଗ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଜଳ ସଂରକ୍ଷଣ କାର୍ଯ୍ୟରେ ଜିଓ ମ୍ୟାପିଂ ଏବଂ ଜିଓ ସେନ୍ସିଂ ଭଳି ଟେକ୍ନୋଲୋଜି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଅନେକ ରାଜ୍ୟ ଏଥିରେ ଏକ ଭଲ କାମ କରିଛନ୍ତି ଏବଂ ଅନେକ ରାଜ୍ୟ ଏହି ଦିଗରେ ଗତି କରୁଛନ୍ତି। ଜଳ ସଂରକ୍ଷଣ ପାଇଁ କେନ୍ଦ୍ର ଅଟଳ ଭୂତଳ ଜଳ ସଂରକ୍ଷଣ ଯୋଜନା ଆରମ୍ଭ କରିଛି।

ସରକାର ବଜେଟରେ ସର୍କୁଲାର ଅର୍ଥନୀତି ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ଜଳ ସଂରକ୍ଷଣ କ୍ଷେତ୍ରରେ ସର୍କୁଲାର ଅର୍ଥନୀତିର ମଧ୍ୟ ଏକ ପ୍ରମୁଖ ଭୂମିକା ରହିଛି ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମ ଦେଶରେ ସହରୀକରଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଯେତେବେଳେ ସହରୀକରଣର ଗତି ଏହିପରି, ସେତେବେଳେ ଆମେ ଜଳ ବିଷୟରେ ଗମ୍ଭୀର ଭାବରେ ଚିନ୍ତା କରିବା ଉଚିତ। ଶିଳ୍ପ ଏବଂ କୃଷି ହେଉଛି ଏହିପରି ଦୁଇଟି କ୍ଷେତ୍ର, ଯେଉଁଥିରେ ଜଳର ଆବଶ୍ୟକତା ଅଧିକ । ଏହି ଉଭୟ କ୍ଷେତ୍ର ଏକତ୍ର ଜଳ ସଂରକ୍ଷଣ ଅଭିଯାନ ଚଳାଇବା ଉଚିତ ଏବଂ ଲୋକଙ୍କୁ ସଚେତନ କରାଯିବା ଜରୁରୀ।

 


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?