ବନ୍ୟା ପରେ ବିଶୁଦ୍ଧ ପାଣି ମିଳୁନି

ବରୀ,୧।୧୦(ଡି.ଏନ.ଏ.): ସରକାର ବିଶୁଦ୍ଧ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ପ୍ରତିବର୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଉଛି। କିନ୍ତୁ ଚଳିତ ବନ୍ୟା ପରେ ବରୀ ବ୍ଲକ୍‌ର ସାହୁପଡ଼ା, ଧାରପୁର, ଇଶାଣପୁର, ବାଲିଆ, ଉଦୟନାଥପୁର, ଭଅଁରା, କଳାମାଟିଆ, ଅନ୍ୟାସୀପୁର, ବାଲିବିଲି ଆଦି ପଞ୍ଚାୟତରେ ବିଶୁଦ୍ଧ ପାଣି ମିଳୁନାହିଁ। ବିଭିନ୍ନ ଗାଁରେ ଥିବା ନଳକୂପଗୁଡ଼ିକ ବନ୍ୟାଜଳରେ ବୁଡ଼ି ଯାଇଥିଲା। ନିୟମ ଅନୁଯାୟୀ, ବନ୍ୟା ଜଳରେ ବୁଡ଼ି ରହିଥିବା ନଳକୂପଗୁଡିକୁ ବନ୍ୟାଜଳ ହ୍ରାସ ପରେ ବ୍ଲିଚିଂ ପକାଯାଇ ସେହି ଜଳକୁ ବିଶୋଧନ କରାଯାଇଥାଏ। ଏହାପରେ ସେଥିରୁ ବାହାରୁ ଥିବା ପାଣିର ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଏ। ସେହି ପାଣି ବ୍ୟବହାର ଉପଯୋଗୀ କି ନୁହେଁ ତାହା ବିଭାଗୀୟ ଅଧିକାରୀ ଘୋଷଣା କରିବା ପରେ ସ୍ଥାନୀୟ ଲୋକମାନେ ବ୍ୟବହାର କରିଥାଆନ୍ତି। ଯେଉଁ ନଳକୂପର ଜଳ ପାନୀୟ ଉପଯୋଗୀ ସେଥିରେ ନୀଳ ରଙ୍ଗର କପଡ଼ା ଓ ବ୍ୟବହାର ଅନୁପଯୋଗୀ ନଳକୂପରେ ଲାଲ୍‌ ରଙ୍ଗର କପଡ଼ା ବନ୍ଧା ଯାଇଥାଏ। କିନ୍ତୁ ବନ୍ୟାଜଳ କମିବାରେ ୨ ସପ୍ତାହ ବିତିଛି ।ଅଦ୍ୟାବଧି ବିଭାଗ ତରଫରୁ ନଳକୂପର ଜଳକୁ ବିଶୋଧନ କରାଯାଇ ନାହିଁ। ପାନୀୟ ଜଳର ଅଭାବ ଯୋଗୁ ଲୋକମାନେ ଗାଁରେ ଥିବା ନଳକୂପ ପାଣିକୁ ବ୍ୟବହାର କରୁଛନ୍ତି। ଏହାଦ୍ୱାରା ଆଗାମୀ ଦିନରେ ବିଭିନ୍ନ ପ୍ରକାର ରୋଗ ବ୍ୟାପିବାର ଆଶଙ୍କା ସୃଷ୍ଟି ହୋଇଛି। ତୁରନ୍ତ ବନ୍ୟା ପ୍ରଭାବିତ ନଳକୂପର ଜଳକୁ ବିଶୋଧନ କରିବାକୁ ସାଧାରଣରେ ଦାବି ହୋଇଛି।
ଏ ସଂକ୍ରାନ୍ତରେ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଅପର୍ତ୍ତି ବେହେରାଙ୍କ ସହିତ ଯୋଗାଯୋଗ କରାଯାଇଥିଲା। ହେଲେ ସେ ଫୋନ୍‌ ନ ଉଠାଇବାରୁ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri