କେନ୍ଦ୍ରାପଡ଼ା ପାଇଁ ଜଳ ହେବ ମହରଗ

କେନ୍ଦ୍ରାପଡ଼ା ଅଫିସ, ୧୨ା୩: ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀ ନଦୀର ଜୋକଡିଆଠାରେ ଦ୍ୱିତୀୟ ବ୍ୟାରେଜ କାର୍ଯ୍ୟକାରୀ ପରେ ଏହି ଜଳସଙ୍କଟ କେନ୍ଦ୍ରାପଡ଼ା ଜିଲା ପାଇଁ ମହରଗ ହେବ। ଖରା ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ ସିଷ୍ଟମରେ ଥିବା ନଦୀ ଶୁଖିଲା ପଡ଼ିବାରୁ ଜାତୀୟ ଉଦ୍ୟାନ ଭିତରକନିକାକୁ ଆବଶ୍ୟକ ମୁତାବକ ଜଳ ମିଳୁନାହିଁ। ଏହା ଆଗକୁ ଭୟଙ୍କର ହେବ। ନଦୀର ଉପରମୁଣ୍ଡରେ ହେଉଥିବା ପ୍ରକଳ୍ପ ଜିଲାବାସୀଙ୍କ ଚିନ୍ତା ବଢାଇଛି। କେନ୍ଦ୍ରାପଡ଼ା ଜିଲାରେ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ୭ ନଦୀ ପ୍ରବାହିତ ହେଉଛି। ଏହାର ଜଳ ଦୈନନ୍ଦିନ ନିତ୍ୟକର୍ମ ସହ କୃଷି ପାଇଁ ବ୍ୟବହାର ହେଉଛି। ଏଥିସହିତ ଏହାର ମଧୁର ଜଳ ଜାତୀୟଉଦ୍ୟାନ ଭିତରକନିକାର ଜୈବ ବିବିଧତାକୁ ରକ୍ଷା କରୁଛି। ତେବେ ନଦୀ ପରିଚାଳନା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଥିବାରୁ ଆଗାମୀ ୩ ଦଶନ୍ଧିରେ ଜଳସଙ୍କଟ ମହରଗରୁ ଯାଇ କାନ୍ତାରରେ ପରିଣତ ହେବ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।

ଶିକ୍ଷାବିତ ଭୁବନମୋହନ ଜେନା, ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ, ସାମାଜିକ କର୍ମୀ ସଞ୍ଜୟ କୁମାର ବେହୁରା, କ୍ଷିତୀଶ କୁମାର ସିଂହ, ଶ୍ରୀକାନ୍ତ ନାୟକ ପ୍ରମୁଖ ନଦୀ ଜଳ ପରିଚାଳନାକୁ ନେଇ ନିଜର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେମାନେ କହିଛନ୍ତି, ଓଡ଼ିଶା ଓ ଛତିଶଗଡ଼ ସରକାର ମହାନଦୀର ଜଳ ପ୍ରବାହ ବିବାଦକୁ ତୁରନ୍ତ ସମାଧାନ କରିବା ଦରକାର। ତଳ ମୁଣ୍ଡରେ ଥିବା କେନ୍ଦ୍ରାପଡ଼ା ଜିଲା ଏଥିନେଇ ବହୁ ଭାବେ ପ୍ରଭାବିତ ହେଉଥିବା ବେଳେ ଆଗାମୀଦିନରେ ହେବାକୁ ଥିବା ଷ୍ଟିଲ ପ୍ଲାଣ୍ଟ ଓ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ଉପରେ ପ୍ରଭାବ ପଡିବ। ସେହିପରି ଯାଜପୁରଠାରେ ବ୍ୟାରେଜ ନିର୍ମାଣ ପରେ ଜାତୀୟ ଉଦ୍ୟାନ ଭିତରକନିକାକୁ ବୈତରଣୀ ନଦୀର ଜଳ ପ୍ରବାହ କମିବ। ବ୍ରାହ୍ମଣୀ ନଦୀ ଉପର ମୁଣ୍ଡରେ ରେଙ୍ଗାଲି ପ୍ରୋଜେକ୍ଟ ନିର୍ମାଣ ଚାଲିଛି। ଏହା ଚାଷ ପାଇଁ ବ୍ୟବହାର ହେବ। ସେହିପରି ଏହି ନଦୀ ଜଳ ଉପରେ କଳିଙ୍ଗ ନଗର ଶିଳ୍ପାଞ୍ଚଳ ନିର୍ଭର କରୁଛି। ଏହି ଶିଳ୍ପାଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଶିଳ୍ପ ପାଇଁ ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରୁ ୧୨୦ କ୍ୟୁସେକ ପାଣି ଉତ୍ତୋଳନ ହେଉଛି। ପଙ୍କପାଳସ୍ଥିତ ବ୍ରାହ୍ମଣୀ ନଦୀ ମୁହାଣରେ ଇଡ୍‌କୋ ପକ୍ଷରୁ ଉଚ୍ଚ ଶକ୍ତି ସମ୍ପନ୍ନ ପମ୍ପ ହାଉସ ନିର୍ମାଣ କରାଯାଇଛି। ସେହିପରି ବ୍ରାହ୍ମଣୀର ଶାଖା ନଦୀ ଖରସ୍ରୋତାରୁ ମାର୍ଥାପୁରଠାରେ ଶିଳ୍ପକୁ ପାଣି ଯୋଗାଣ ହେଉଛି। ଆଗାମୀଦିନରେ ମେସ୍କୋ, ମୈଥାନ ଆଦି ଶିଳ୍ପ ବ୍ରାହ୍ମଣୀ ନଦୀକୁ ଉପଯୋଗ କରିବେ। ଶିଳ୍ପ ପରି ରାଜ୍ୟ ସରକାର କୃଷି ଓ ପାନୀୟ ଜଳକୁ ଗୁରୁତ୍ୱ ଦେଉଛନ୍ତି। ସୁକିନ୍ଦା, ଦାନଗଦୀ ବ୍ଲକ ପାଇଁ ମେଗା ପାନୀୟ ଜଳ ପ୍ରକଳ୍ପ ଘୋଷଣା ହୋଇଥିବା ବେଳେ ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରୁ ବିଞ୍ଝାରପୁର, ଯାଜପୁର, କୋରେଇ ଓ ରସୁଲପୁର ବ୍ଲକ ଅଞ୍ଚଳର ୨୮୦ ଗ୍ରାମକୁ ପାନୀୟ ଜଳ ଯୋଗାଣ ପାଇଁ ମଞ୍ଜୁରୀ ଦିଆଯାଇଛି। ଏଥିସହ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାରେ ଖରସ୍ରୋତା ନଦୀରୁ ଭଦ୍ରକର ୪ ବ୍ଲକ ଅଞ୍ଚଳ ପାଇଁ ପ୍ରକଳ୍ପ ଆରମ୍ଭ ହୋଇଥିବା ବେଳେ ନିକଟରେ ଆଳି, ରାଜନଗର, ରାଜକନିକା ଓ ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ୬୫ ପଞ୍ଚାୟତରେ ପିଇବା ପାଣି ଯୋଗାଇବାକୁ ଜଳ ଜୀବନ ମିଶନରେ ବ୍ୟୟ ବରାଦ ହୋଇଛି। ଏହାବ୍ୟତୀତ କୃଷି ପାଇଁ ଜିଲାରେ ପ୍ରବାହିତ ବହୁ ନଦୀରେ ପ୍ରକଳ୍ପ ଅଛି। ଜିଲାର ଭୂତଳ ଜଳ ଚିନ୍ତାଜନକ ସ୍ଥିତିରେ ଥିବା ବିଭିନ୍ନ ସର୍ଭେ ରିପୋର୍ଟରୁ ଜଣାପଡିଛି। ୨୦୧୭ରେ ହୋଇଥିବା କେନ୍ଦ୍ର ଭୂତଳ ଜଳ ବୋର୍ଡ ଦ୍ୱାରା ହୋଇଥିବା ସର୍ଭେ ରିପୋର୍ଟ ଅନୁଯାୟୀ, ଆଗାମୀ ୩ ଦଶନ୍ଧିରେ ବ୍ରାହ୍ମଣୀରେ ଯେତିକି ଜଳ ପ୍ରବାହିତ ହେବ, ତାହାଠାରୁ ପ୍ରାୟ ୩ ହଜାର କ୍ୟୁବିକ ମିଟର ଅଧିକ ଜଳ ଆବଶ୍ୟକ କରିବ। ରାଜ୍ୟରେ ଉପଲବ୍ଧ ହେଉଥିବା ମୁଣ୍ଡପିଛା ହାରାହାରି ଜଳ ପରିମାଣ ଦ୍ରୁତ ବେଗରେ ହ୍ରାସ ପାଉଥିବା ବେଳେ ମହାନଦୀ, ବ୍ରାହ୍ମଣୀ ପରି ପ୍ରମୁଖ ନଦୀଗୁଡିକରେ ଯେଉଁ ଜଳାଭାବ ଦେଖାଦେବ, ସେଥିଯୋଗୁ ମୁଣ୍ଡ ପିଛା ଜଳ ଉପଲବ୍ଧତା ଆହୁରି ହ୍ରାସ ପାଇବ ବୋଲି ସେମାନେ ଆଶଙ୍କା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri