ଗଞ୍ଜାମରୁ କୃଷ୍ଣପ୍ରସାଦକୁ ଯୋଗାଣ ହେବ ପାଣି

ଛତ୍ରପୁର,୨।୬ (ଡି.ଏନ.ଏ.): ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀରୁ ଗଞ୍ଜାମ ବ୍ଲକ ଓ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକକୁ ପାଇପ ଯୋଗେ ପାଣି ଯୋଗାଣ ପାଇଁ ମେଗା ପ୍ରକଳ୍ପ ଲାଗି ପରିକଳ୍ପନା କରାଯାଇଛି। ବୁଧବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଡିଆରଡିଏର ଜଉଗଡ଼ ସମ୍ମିଳନୀ କକ୍ଷରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏହି କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି । ଏହାପୂର୍ବରୁ ସେ ପ୍ରକଳ୍ପ ସ୍ଥଳକୁ ଯାଇ ଅନୁଧ୍ୟାନ କରିଥିଲେ। ତେବେ ପ୍ରକଳ୍ପ ବହୁ ବିଳମ୍ବ ହୋଇଥିବା ସମୀକ୍ଷାରୁ ଜଣାପଡ଼ିଛି। ନିର୍ଦ୍ଧାରିତ ସମୟରେ କାମ ନ ସାରିଲେ ଠିକାଦାରଙ୍କୁ କଳା ତାଲିକା ଭୁକ୍ତ କରାଯିବ। ଏଥିସହ ଜରିିମାନା ପକାଇବା ଆରମ୍ଭ ହୋଇଛି ବୋଲି କୁହାଯାଇଥିଲା। ଏହି ପ୍ରକଳ୍ପ ପାଇଁ ୨୦୩.୪୬ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି । ୨୦୧୮ ଅଗଷ୍ଟ ୨୮ରେ ଆରମ୍ଭ ହୋଇଥିବା ଏହି କାମ ପ୍ରଥମେ ୨୦୨୦ ଅଗଷ୍ଟ ୨୬ରେ ସାରିବା ଲକ୍ଷ୍ୟ ଥିଲା। ପରେ ଆସନ୍ତା ଅଗଷ୍ଟ ପର୍ଯ୍ୟନ୍ତ ଅବଧି ବଢ଼ାଯାଇଛି। କାର୍ଯ୍ୟ ଆହୁରି ବିଳମ୍ବ ହେବ ବୋଲି ଜଣାପଡିଛି। ଗଞ୍ଜାମ ବ୍ଲକର ୭ଟି ପଞ୍ଚାୟତର ୫୫ ଗାଁ ଓ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ୧୪ଟି ପଞ୍ଚାୟତର ୯୨ ଗାଁକୁ ଗଞ୍ଜାମ ଜିଲା ବରଦା ନିକଟ ଋଷିକୂଲ୍ୟା ନଦୀରୁ ଏହି ମେଗା ପ୍ରକଳ୍ପରୁ ପାଣି ମିଳିବା ଯୋଜନା ହୋଇଛି। ଏଥପାଇଁ ଇନଟେକ ୱେଲ ଓ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ କାର୍ଯ୍ୟ ନିର୍ମାଣ ସରିଛି। ତେବେ ଜାତୀୟ ରାଜପଥ ଓ ରେଳପଥ ଦେଇ ପାଇପ ଯିବାକୁ ଥିବାରୁ ସମସ୍ୟା ଲାଗି ରହିଛି । ଏହା ଉପରେ ପଦକ୍ଷେପ ନିଆଯିବ ବୋଲି କୁହାଯାଇଛି। ଠିକାଦାର ସଂସ୍ଥାର ଅବହେଳା ଯୋଗୁ ଏହି ପ୍ରକଳ୍ପ ବିଳମ୍ବ ହେଉଥିବା ଆଲୋଚନା ହୋଇଥିଲା। ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ବୈଠକରେ ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ସର୍ବୋଚ୍ଚ ଯନ୍ତ୍ରୀ ହାଡୁବନ୍ଧୁ ବେହେରା, ମୁଖ୍ୟ ଯନ୍ତ୍ରୀ ସର୍ବେଶ୍ୱର ବାରିକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ଯନ୍ତ୍ରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri