ଗଞ୍ଜାମରୁ କୃଷ୍ଣପ୍ରସାଦକୁ ଯୋଗାଣ ହେବ ପାଣି

ଛତ୍ରପୁର,୨।୬ (ଡି.ଏନ.ଏ.): ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀରୁ ଗଞ୍ଜାମ ବ୍ଲକ ଓ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକକୁ ପାଇପ ଯୋଗେ ପାଣି ଯୋଗାଣ ପାଇଁ ମେଗା ପ୍ରକଳ୍ପ ଲାଗି ପରିକଳ୍ପନା କରାଯାଇଛି। ବୁଧବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଡିଆରଡିଏର ଜଉଗଡ଼ ସମ୍ମିଳନୀ କକ୍ଷରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏହି କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି । ଏହାପୂର୍ବରୁ ସେ ପ୍ରକଳ୍ପ ସ୍ଥଳକୁ ଯାଇ ଅନୁଧ୍ୟାନ କରିଥିଲେ। ତେବେ ପ୍ରକଳ୍ପ ବହୁ ବିଳମ୍ବ ହୋଇଥିବା ସମୀକ୍ଷାରୁ ଜଣାପଡ଼ିଛି। ନିର୍ଦ୍ଧାରିତ ସମୟରେ କାମ ନ ସାରିଲେ ଠିକାଦାରଙ୍କୁ କଳା ତାଲିକା ଭୁକ୍ତ କରାଯିବ। ଏଥିସହ ଜରିିମାନା ପକାଇବା ଆରମ୍ଭ ହୋଇଛି ବୋଲି କୁହାଯାଇଥିଲା। ଏହି ପ୍ରକଳ୍ପ ପାଇଁ ୨୦୩.୪୬ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି । ୨୦୧୮ ଅଗଷ୍ଟ ୨୮ରେ ଆରମ୍ଭ ହୋଇଥିବା ଏହି କାମ ପ୍ରଥମେ ୨୦୨୦ ଅଗଷ୍ଟ ୨୬ରେ ସାରିବା ଲକ୍ଷ୍ୟ ଥିଲା। ପରେ ଆସନ୍ତା ଅଗଷ୍ଟ ପର୍ଯ୍ୟନ୍ତ ଅବଧି ବଢ଼ାଯାଇଛି। କାର୍ଯ୍ୟ ଆହୁରି ବିଳମ୍ବ ହେବ ବୋଲି ଜଣାପଡିଛି। ଗଞ୍ଜାମ ବ୍ଲକର ୭ଟି ପଞ୍ଚାୟତର ୫୫ ଗାଁ ଓ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ୧୪ଟି ପଞ୍ଚାୟତର ୯୨ ଗାଁକୁ ଗଞ୍ଜାମ ଜିଲା ବରଦା ନିକଟ ଋଷିକୂଲ୍ୟା ନଦୀରୁ ଏହି ମେଗା ପ୍ରକଳ୍ପରୁ ପାଣି ମିଳିବା ଯୋଜନା ହୋଇଛି। ଏଥପାଇଁ ଇନଟେକ ୱେଲ ଓ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ କାର୍ଯ୍ୟ ନିର୍ମାଣ ସରିଛି। ତେବେ ଜାତୀୟ ରାଜପଥ ଓ ରେଳପଥ ଦେଇ ପାଇପ ଯିବାକୁ ଥିବାରୁ ସମସ୍ୟା ଲାଗି ରହିଛି । ଏହା ଉପରେ ପଦକ୍ଷେପ ନିଆଯିବ ବୋଲି କୁହାଯାଇଛି। ଠିକାଦାର ସଂସ୍ଥାର ଅବହେଳା ଯୋଗୁ ଏହି ପ୍ରକଳ୍ପ ବିଳମ୍ବ ହେଉଥିବା ଆଲୋଚନା ହୋଇଥିଲା। ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ବୈଠକରେ ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ସର୍ବୋଚ୍ଚ ଯନ୍ତ୍ରୀ ହାଡୁବନ୍ଧୁ ବେହେରା, ମୁଖ୍ୟ ଯନ୍ତ୍ରୀ ସର୍ବେଶ୍ୱର ବାରିକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ଯନ୍ତ୍ରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri