୧୬ରୁ ବାଘୁଆ ଜଳଭଣ୍ଡାରରୁ ଛଡ଼ାଯିବ ପାଣି

ବୁଗୁଡା,୯ା୧୨(ଡି.ଏନ.ଏ.): ବୁଗୁଡାସ୍ଥିତ ବାଘୁଆ ଜଳସେଚନ କାର୍ଯ୍ୟାଳୟରେ ରବି ଚାଷ ପାଇଁ ଚାଷୀମାନଙ୍କ କ୍ଷେତରେ ଜଳଯୋଗାଣ ନିମନ୍ତେ ବୁଧବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବାଘୁଆ ଜଳସେଚନ ସହ ନିର୍ବାହୀ ଯନ୍ତ୍ରୀ କୃଷ୍ଣଚନ୍ଦ୍ର ପାଳ ସଭାପତିତ୍ୱ କରିଥିଲେ। ନିର୍ବାହୀ ଯନ୍ତ୍ରୀ ବୈଠକରେ ବାଘୁଆ ଜଳଭଣ୍ଡାରରେ ଗଚ୍ଛିତ ଜଳ ସମ୍ପର୍କରେ ସୂଚନା ଦେଇ ରବି ଫସଲ ପାଇଁ ଜଳଭଣ୍ଡାରର ବାମ ଓ ଦକ୍ଷିଣ କେନାଲ ଦେଇ ୨୦ କିଲୋମିଟର ପର୍ଯ୍ୟନ୍ତ ଆସନ୍ତା ଜାନୁୟାରୀ ୧୬ତାରିଖ ଠାରୁ ବିଭିନ୍ନ ୫ ଟି ପର୍ଯ୍ୟାୟରେ କ୍ଷେତକୁ ଜଳଯୋଗାଣ ପାଇଁ ସୂଚନା ଦେଇଥିଲେ। ଏଥିସହ ଜଳର ସୁଷମ ବଣ୍ଟନରେ ପୂର୍ଣ୍ଣ ସହଯୋଗ ସକାଶେ ଚାଷୀମାନଙ୍କୁ ସେ ଅନୁରୋଧ କରିଥିଲେ। ବୈଠକରେ ବୁଗୁଡା ସହ କୃଷି ଅଧିକାରୀ ନିହାର ରଂଜନ ପୃଷ୍ଟି ଓ ପୋଲସରା ସହ କୃଷି ଅଧିକାରୀ ଅର୍ଜୁନ ଚନ୍ଦ୍ର ସାହୁ ଯୋଗଦେଇ ଏ ସମ୍ପର୍କରେ ଆଲୋଚନା କରିଥିଲେ। ସହକାରୀ ଯନ୍ତ୍ରୀ ବୈଜୟନ୍ତୀ ସାହୁ ସ୍ବାଗତ ଭାଷଣ ଦେଇଥିଲା ବେଳେ ଅନ୍ୟତମ ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକରେ ଉପସ୍ଥିତ ଚାଷୀମାନେ ସେମାନଙ୍କ ମତାମତ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?