ଆଗକୁ ନିଅଣ୍ଟ ପଡ଼ିବ ଜଳ

କେନ୍ଦ୍ରାପଡ଼ା ଅଫିସ,୧୪ା୧୧: ନଭେମ୍ବର ପ୍ରଥମ ସପ୍ତାହରୁ ମହାନଦୀ ପରେ ଏବେ ବ୍ରାହ୍ମଣୀରେ ଜଳ ସଙ୍କଟ ଦେଖାଦେଇଛି। ବୈତରଣୀରେ ବ୍ୟାରେଜ ନିର୍ମାଣ ପରେ ଏହି ସମସ୍ୟା କେନ୍ଦ୍ରାପଡ଼ା ଜିଲା ପାଇଁ ଚିନ୍ତାର କାରଣ ହୋଇଛି। ଖରା ଆରମ୍ଭରୁ ମହାନଦୀ ଓ ବ୍ରାହ୍ମଣୀ ସିଷ୍ଟମରେ ଥିବା ନଦୀ ଶୁଖିଲା ପଡିବାରୁ ଜାତୀୟ ଉଦ୍ୟାନ ଭିତରକନିକାକୁ ଆବଶ୍ୟକ ମୁତାବକ ଜଳ ମିଳୁନାହିଁ। ଏହା ଆଗକୁ ଭୟଙ୍କର ରୂପ ନେବ। ନଦୀର ଉପରମୁଣ୍ଡରେ ହେଉଥିବା ପ୍ରକଳ୍ପକୁ ନେଇ ଜିଲାବାସୀଙ୍କ ଚିନ୍ତା ବଢ଼ିଛି। କେନ୍ଦ୍ରାପଡ଼ା ଜିଲାରେ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ୭ ନଦୀ ପ୍ରବାହିତ ହେଉଛି। ଏହାର ଜଳ ଦୈନନ୍ଦିନ ନିତ୍ୟକର୍ମ ସହ କୃଷି ପାଇଁ ବ୍ୟବହାର ହେଉଛି। ଏଥିସହିତ ଏହାର ମଧୁର ଜଳ ଜାତୀୟଉଦ୍ୟାନ ଭିତରକନିକାର ଜୈବବିବିଧତାକୁ ରକ୍ଷା କରୁଛି। ତେବେ ନଦୀ ପରିଚାଳନା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଥିବାରୁ ଆଗାମୀ ଦିନରେ ଏହା ସମସ୍ୟା ସୃଷ୍ଟି କରିବ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି।
ଶିକ୍ଷାବିତ୍‌ ଭୁବନମୋହନ ଜେନା, ସାମାଜିକ କର୍ମୀ ସୁନୀଲ କୁମାର ଗନ୍ତାୟତ, ପ୍ରତାପ କୁମାର ତ୍ରିପାଠୀ, ବାନାମ୍ବର ସାହୁ, ପ୍ରଦୀପ କୁମାର ପ୍ରଧାନ ପ୍ରମୁଖ ନଦୀ ଜଳ ପରିଚାଳନାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେମାନେ କହିଛନ୍ତି, ଓଡ଼ିଶା ଓ ଛତିଶଗଡ଼ ସରକାର ମହାନଦୀର ଜଳ ପ୍ରବାହ ବିବାଦକୁ ତୁରନ୍ତ ସମାଧାନ କରିବା ଦରକାର। ତଳ ମୁଣ୍ଡରେ ଥିବା କେନ୍ଦ୍ରାପଡ଼ା ଜିଲା ଏଥିନେଇ ବହୁ ଭାବେ ପ୍ରଭାବିତ ହେଉଥିବା ବେଳେ ଆଗାମୀ ଦିନରେ ହେବାକୁ ଥିବା ଷ୍ଟିଲ୍‌ ପ୍ଲାଣ୍ଟ ଓ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ଉପରେ ପ୍ରଭାବ ପଡିବ। ସେହିପରି ଯାଜପୁରଠାରେ ବ୍ୟାରେଜ ନିର୍ମାଣ ପରେ ଜାତୀୟ ଉଦ୍ୟାନ ଭିତରକନିକାକୁ ବୈତରଣୀ ନଦୀର ଜଳ ପ୍ରବାହ କମିବ। ବ୍ରାହ୍ମଣୀ ନଦୀ ଉପର ମୁଣ୍ଡରେ ରେଙ୍ଗାଲି ପ୍ରୋଜେକ୍ଟ ନିର୍ମାଣ ଚାଲିଛି। ଏହା ଚାଷ ପାଇଁ ବ୍ୟବହାର ହେବ।ସେହିପରି ଏହି ନଦୀ ଜଳ ଉପରେ କଳିଙ୍ଗ ନଗର ଶିଳ୍ପାଞ୍ଚଳ ନିର୍ଭର କରୁଛି। ଉକ୍ତ ଶିଳ୍ପାଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଶିଳ୍ପ ପାଇଁ ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରୁ ୧୨୦ କ୍ୟୁସେକ ପାଣି ଉତ୍ତୋଳନ ହେଉଛି। ପଙ୍କପାଳସ୍ଥିତ ବ୍ରାହ୍ମଣୀ ନଦୀ ମୁହାଣରେ ଇଡ୍‌କୋ ପକ୍ଷରୁ ଉଚ୍ଚଶକ୍ତି ସମ୍ପନ୍ନ ପମ୍ପ ହାଉସ ନିର୍ମାଣ କରାଯାଇଛି। ସେହିପରି ବ୍ରାହ୍ମଣୀର ଶାଖା ନଦୀ ଖରସ୍ରୋତାରୁ ମାର୍ଥାପୁରଠାରେ ଶିଳ୍ପକୁ ପାଣି ଯୋଗାଣ ହେଉଛି। ଆଗାମୀ ଦିନରେ ମେସ୍କୋ, ମୈଥାନ ଆଦି ଶିଳ୍ପ ବ୍ରାହ୍ମଣୀ ନଦୀକୁ ଉପଯୋଗ କରିବେ। ଶିଳ୍ପ ପରି ରାଜ୍ୟ ସରକାର କୃଷି ଓ ପାନୀୟ ଜଳକୁ ଗୁରୁତ୍ୱ ଦେଉଛନ୍ତି। ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରୁ ବିଞ୍ଝାରପୁର, ଯାଜପୁର, କୋରେଇ ଓ ରସୁଲପୁର ବ୍ଲକ ଅଞ୍ଚଳର ୨୮୦ ଗ୍ରାମକୁ ପାନୀୟ ଜଳ ଯୋଗାଣ ପାଇଁ ମଞ୍ଜୁରୀ ଦିଆଯାଇଛି। ଏଥିସହିତ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାରେ ଖରସ୍ରୋତା ନଦୀରୁ ଭଦ୍ରକର ୪ ବ୍ଲକ ଅଞ୍ଚଳ ପାଇଁ ପ୍ରକଳ୍ପ ଆରମ୍ଭ ହୋଇଥିବା ବେଳେ ନିକଟରେ ଆଳି, ରାଜନଗର, ରାଜକନିକା ଓ ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳକୁ ପିଇବା ପାଣି ଯୋଗାଇବା ପାଇଁ ଜଳ ଜୀବନ ମିଶନରେ ବ୍ୟୟ ବରାଦ ହୋଇଛି। ଏହା ବ୍ୟତୀତ କୃଷି ପାଇଁ ଜିଲାରେ ପ୍ରବାହିତ ବହୁ ନଦୀରେ ପ୍ରକଳ୍ପ ଅଛି। ନଦୀ ଜଳର ପରିଚାଳନା ଦ୍ୱାରା ସ୍ଥାନୀୟ ଜିଲାବାସୀଙ୍କ ସୁଖ ସମୃଦ୍ଧି ବଢ଼ିବ। ପାନୀୟ ଜଳ ସହ କୃଷି ଓ ପରିବେଶକୁ ଗୁରୁତ୍ୱ ଦେବା ଆବଶ୍ୟକ। ଅପରପକ୍ଷେ ଜିଲାର ଭୂତଳ ଜଳ ଚିନ୍ତାଜନକ ସ୍ଥିତିରେ ଥିବା ବିଭିନ୍ନ ସର୍ଭେ ରିପୋର୍ଟରୁ ଜଣାପଡିଛି।
୨୦୧୭ରେ କେନ୍ଦ୍ର ଭୂତଳ ଜଳ ବୋର୍ଡ ଦ୍ୱାରା ହୋଇଥିବା ସର୍ଭେ ରିପୋର୍ଟ ଅନୁଯାୟୀ, ଆଗାମୀ ୩ ଦଶନ୍ଧିରେ ବ୍ରାହ୍ମଣୀରେ ଯେତିକି ଜଳ ପ୍ରବାହିତ ହେବ, ତା’ଠାରୁ ପ୍ରାୟ ୩ ହଜାର କ୍ୟୁବିକ ମିଟର ଅଧିକ ଜଳ ଆବଶ୍ୟକ କରିବ। ରାଜ୍ୟରେ ଉପଲବ୍ଧ ହେଉଥିବା ମୁଣ୍ଡପିଛା ହାରାହାରି ଜଳ ପରିମାଣ ଦ୍ରୁତ ବେଗରେ ହ୍ରାସ ପାଉଥିବା ବେଳେ ମହାନଦୀ, ବ୍ରାହ୍ମଣୀ ପରି ପ୍ରମୁଖ ନଦୀଗୁଡିକରେ ଯେଉଁ ଜଳାଭାବ ଦେଖାହେବ, ସେଥିଯୋଗୁ ମୁଣ୍ଡ ପିଛା ଜଳ ଉପଲବ୍ଧତା ଆହୁରି ହ୍ରାସ ପାଇବ ବୋଲି ସେମାନେ ଆଶଙ୍କା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?