ବନ୍ୟାଞ୍ଚଳରେ ବ୍ୟାପୁଛି ଜଳବାହିତ ରୋଗ

ଭୁବନେଶ୍ୱର, ୨୩।୮(ବ୍ୟୁରୋ):ରାଜ୍ୟରେ ଏବେ ବନ୍ୟା ସ୍ଥିତି ଜାରି ରହିଛି। ଏଥିପାଇଁ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ବିଶେଷକରି ବନ୍ୟାଞ୍ଚଳରେ ସଂକ୍ରାମକ ଓ ଜଳବାହିତ ରୋଗ ବ୍ୟାପିବାରେ ଲାଗିଛି। ଏ ସମ୍ପର୍କରେ ସୂଚନା ଦେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ବନ୍ୟାଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ ବଢ଼ିବା ସହ ସାପ କାମୁଡ଼ା ରୋଗୀଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବନ୍ୟା ପ୍ରପୀଡ଼ିତ ୧୪ ଜିଲାରେ ୨୩,୩୬୭ଜଣ ଲୋକ ଚିକିତ୍ସିତ ହେଉଛନ୍ତି। ସେହିପରି ୩୨ଜଣ ସାପ କାମୁଡ଼ା ରୋଗୀ ଚିକିତ୍ସା ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ରିପୋର୍ଟ ନ ଥିବାବେଳେ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜଳ ବିଶୋଧନ କିପରି ହେବ ସେଥିପାଇଁ ପଦକ୍ଷେପ ନିଆଯାଉଛି। ୫ଲକ୍ଷ ୩୭ହଜାର ହାଲୋଜେନ ବଟିକା ଓ ୧ଲକ୍ଷ ୨୨ହଜାର ଓଆର୍‌ଏସ୍‌ ବଣ୍ଟାଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ୨୧୦ଟି ମେଡିକାଲ ରିଲିଫ୍‌ ସେଣ୍ଟର ରହିଥିବାବେଳେ ୧୨୫ଟି ମୋବାଇଲ ଟିମ୍‌ କାମ କରୁଛି। ସଫାସୁତୁରା ରହିବା ପାଇଁ ଲୋକଙ୍କୁ ସଚେତନ କରାଯାଉଛି। ଏବେ ବାଲେଶ୍ୱରରେ ରୋଗୀ ସଂଖ୍ୟା ବଢ଼ିବ ବୋଲି ଆଶଙ୍କା କରାଯାଉଛି। ତେଣୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସହିତ ସ୍ବାସ୍ଥ୍ୟ ବିଭାଗ ଆଲୋଚନା କରିଛି। ସ୍ବାସ୍ଥ୍ୟ ବିଭାଗର ଟିମ୍‌ ସେହି ଅଞ୍ଚଳକୁ ଯାଇଛନ୍ତି। ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri