ବନ୍ୟାଞ୍ଚଳରେ ବ୍ୟାପୁଛି ଜଳବାହିତ ରୋଗ

ଭୁବନେଶ୍ୱର, ୨୩।୮(ବ୍ୟୁରୋ):ରାଜ୍ୟରେ ଏବେ ବନ୍ୟା ସ୍ଥିତି ଜାରି ରହିଛି। ଏଥିପାଇଁ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ବିଶେଷକରି ବନ୍ୟାଞ୍ଚଳରେ ସଂକ୍ରାମକ ଓ ଜଳବାହିତ ରୋଗ ବ୍ୟାପିବାରେ ଲାଗିଛି। ଏ ସମ୍ପର୍କରେ ସୂଚନା ଦେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ବନ୍ୟାଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ ବଢ଼ିବା ସହ ସାପ କାମୁଡ଼ା ରୋଗୀଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବନ୍ୟା ପ୍ରପୀଡ଼ିତ ୧୪ ଜିଲାରେ ୨୩,୩୬୭ଜଣ ଲୋକ ଚିକିତ୍ସିତ ହେଉଛନ୍ତି। ସେହିପରି ୩୨ଜଣ ସାପ କାମୁଡ଼ା ରୋଗୀ ଚିକିତ୍ସା ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ରିପୋର୍ଟ ନ ଥିବାବେଳେ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜଳ ବିଶୋଧନ କିପରି ହେବ ସେଥିପାଇଁ ପଦକ୍ଷେପ ନିଆଯାଉଛି। ୫ଲକ୍ଷ ୩୭ହଜାର ହାଲୋଜେନ ବଟିକା ଓ ୧ଲକ୍ଷ ୨୨ହଜାର ଓଆର୍‌ଏସ୍‌ ବଣ୍ଟାଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ୨୧୦ଟି ମେଡିକାଲ ରିଲିଫ୍‌ ସେଣ୍ଟର ରହିଥିବାବେଳେ ୧୨୫ଟି ମୋବାଇଲ ଟିମ୍‌ କାମ କରୁଛି। ସଫାସୁତୁରା ରହିବା ପାଇଁ ଲୋକଙ୍କୁ ସଚେତନ କରାଯାଉଛି। ଏବେ ବାଲେଶ୍ୱରରେ ରୋଗୀ ସଂଖ୍ୟା ବଢ଼ିବ ବୋଲି ଆଶଙ୍କା କରାଯାଉଛି। ତେଣୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସହିତ ସ୍ବାସ୍ଥ୍ୟ ବିଭାଗ ଆଲୋଚନା କରିଛି। ସ୍ବାସ୍ଥ୍ୟ ବିଭାଗର ଟିମ୍‌ ସେହି ଅଞ୍ଚଳକୁ ଯାଇଛନ୍ତି। ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri