Posted inଫୁରସତ

ତରଭୁଜର ଦାମ ୪ ଲକ୍ଷ!

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି। ଆମ ଦେଶରେ ଏହାର ଭଲ ଉତ୍ପାଦନ ବି ହୋଇଥାଏ। ତେଣୁ କମ୍‌ ମୂଲ୍ୟରେ ବି ଏହା ମିଳିଯାଏ। ତେବେ ଚାଇନା, ଜାପାନ, ମାଲେସିଆ ଓ ଥାଇଲାଣ୍ଡରେ ଏମିତି ଏକ ପ୍ରକାରର ତରଭୁଜ ମିଳେ ଯାହାର ଦାମ ଆକାଶଛୁଆଁ। ଖାସ୍‌କରି ଜାପାନର ଉତ୍ତର ପୂର୍ବ ଆଇଲାଣ୍ଡରେ ହେଉଥିବା ଏହି ତରଭୁଜ ଡେନ୍‌ସୁକ୍‌ ନାମରେ ପରଚିତ। ଏହା ୫-୧୦ କି.ଗ୍ରା. ଓଜନରେ ଉପଲବ୍ଧ ହୁଏ। ଆଉ ଏହାର ମୂଲ୍ୟ ୪ ଲକ୍ଷରୁ ଉର୍ଦ୍ଧ୍ୱ। ଏହା ଏକ ସ୍ବତନ୍ତ୍ର ପ୍ରକାର ପରିବେଶରେ ବଢିଥାଏ। ଆଉ ଏଥିରେ ଖାସ୍‌ ପ୍ରକାରର ଖତ ବ୍ୟବହୃତ ହୁଏ। ଏଥିରେ ଅନ୍ୟ ତରଭୁଜ ଅପେକ୍ଷା ଅଧିକ ପାଣି ଥାଏ ଓ ଅଧିକ ମିଠା ଲାଗେ। ୨୦୦୮ରେ ପ୍ରଥମ କରି ଏହାର ଚାଷ ହୋଇଥିଲା। ସେତେବେଳେ ଏହା ୪ ଲକ୍ଷରେ ବିକ୍ରି ହୋଇଥିଲା। ଅନ୍ୟ ତରଭୁଜ ଅପେକ୍ଷା ଏଥିରେ ଅଧିକ ଜିଙ୍କ, ଆଇରନ, କପର, ପଟାସିୟମ ଆଦି ମହଜୁଦ ଥାଏ। ଚର୍ମରେ କୌଣସି ପ୍ରକାରର ସଂକ୍ରମଣ ପାଇଁ ଏହା ବେଶ ଉପାଦେୟ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri