ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର ଜଣାପଡିବା ପରେ ପ୍ରଦ୍ୟୁମ୍ନଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଅପରପକ୍ଷେ ପ୍ରଦ୍ୟୁମ୍ନଙ୍କ ନିଯୁକ୍ତି ପରେ ରାଜ୍ୟରେ ଭାଜପା ଓବିସି ମୋର୍ଚ୍ଚା ସଂଗଠନ ଆହୁରି ଶକ୍ତିଶାଳୀ ହେବ ବୋଲି ଆଶା କରାଯାଉଛି। ଅପରପକ୍ଷେ ପ୍ରଦ୍ୟୁମ୍ନଙ୍କୁ ଏହି ନୂତନ ଦାୟିତ୍ବ ମିଳିବା ପରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖଙ୍କୁ କୃତଜ୍ଞତା ଜଣାଇଛନ୍ତି।

ସୂଚନାଯୋଗ୍ୟ ଯେ, ପ୍ରଦ୍ୟୁମ୍ନ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ପ୍ରଥମଥର ପାଇଁ ଗତ ସାଧାରଣ ନିର୍ବାଚନରେ ନିର୍ବାଚିତ ହୋଇଥିଲେ। ଏହା ପୂର୍ବରୁ ସେ ଭଞ୍ଜନଗର ବାର ଆସୋସିଏସନ ସଭାପତି ୧୦ ଥର ନିର୍ବାଚିତ ହୋଇଥିଲେ। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରୁ ଦୁଇଥର ଛାତ୍ର ସଂସଦ ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ଏଥିସହ ସେ କୁର୍ମି କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ବହୁ ପଦ ପଦବୀରେ ବହୁବର୍ଷ ହେବ ରହି ଆସିଛନ୍ତି। ସେ ଜଣେ ଓବିସି ନେତା ଭାବେ ବେଶ ଜଣାଶୁଣା। ପ୍ରଦ୍ୟୁମ୍ନ ବିଧାୟକ ନିର୍ବାଚିତ ହେବାପରେ ଦଳରେ ତାଙ୍କର ପ୍ରଭାବ ବଢୁଥିବାବେଳେ ଦଳ ତାଙ୍କର ଦକ୍ଷତାକୁ ଦେଖି ଆଜି ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ଭାବେ ନିଯୁକ୍ତି ଦେଇଛି। ଯାହାକି ଅଞ୍ଚଳବାସୀଙ୍କ ପାଇଁ ଖୁସିର ଖବର।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri