ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର ଜଣାପଡିବା ପରେ ପ୍ରଦ୍ୟୁମ୍ନଙ୍କ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଅପରପକ୍ଷେ ପ୍ରଦ୍ୟୁମ୍ନଙ୍କ ନିଯୁକ୍ତି ପରେ ରାଜ୍ୟରେ ଭାଜପା ଓବିସି ମୋର୍ଚ୍ଚା ସଂଗଠନ ଆହୁରି ଶକ୍ତିଶାଳୀ ହେବ ବୋଲି ଆଶା କରାଯାଉଛି। ଅପରପକ୍ଷେ ପ୍ରଦ୍ୟୁମ୍ନଙ୍କୁ ଏହି ନୂତନ ଦାୟିତ୍ବ ମିଳିବା ପରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖଙ୍କୁ କୃତଜ୍ଞତା ଜଣାଇଛନ୍ତି।

ସୂଚନାଯୋଗ୍ୟ ଯେ, ପ୍ରଦ୍ୟୁମ୍ନ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ପ୍ରଥମଥର ପାଇଁ ଗତ ସାଧାରଣ ନିର୍ବାଚନରେ ନିର୍ବାଚିତ ହୋଇଥିଲେ। ଏହା ପୂର୍ବରୁ ସେ ଭଞ୍ଜନଗର ବାର ଆସୋସିଏସନ ସଭାପତି ୧୦ ଥର ନିର୍ବାଚିତ ହୋଇଥିଲେ। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରୁ ଦୁଇଥର ଛାତ୍ର ସଂସଦ ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ଏଥିସହ ସେ କୁର୍ମି କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ବହୁ ପଦ ପଦବୀରେ ବହୁବର୍ଷ ହେବ ରହି ଆସିଛନ୍ତି। ସେ ଜଣେ ଓବିସି ନେତା ଭାବେ ବେଶ ଜଣାଶୁଣା। ପ୍ରଦ୍ୟୁମ୍ନ ବିଧାୟକ ନିର୍ବାଚିତ ହେବାପରେ ଦଳରେ ତାଙ୍କର ପ୍ରଭାବ ବଢୁଥିବାବେଳେ ଦଳ ତାଙ୍କର ଦକ୍ଷତାକୁ ଦେଖି ଆଜି ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ଭାବେ ନିଯୁକ୍ତି ଦେଇଛି। ଯାହାକି ଅଞ୍ଚଳବାସୀଙ୍କ ପାଇଁ ଖୁସିର ଖବର।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri