ଖତ ଖାଉଛି ଓ୍ବେ ବ୍ରିଜ୍‌

କେନ୍ଦୁଝର,୬ା୪(ସ୍ବ.ପ୍ର.): ବ୍ୟବହାର ହୋଇ ପାରୁ ନ ଥିବା ଏବଂ ରକ୍ଷଣାବେକ୍ଷଣ ଅଭାବରୁ ସଦର ଥାନା ମୁରୁସୁଆଁ ଟୋଲ ପ୍ଲାଜା ନିକଟରେ ଥିବା ଦୁଇଟି ବ୍ୟୟ ବହୁଳ ଓ୍ବେ ବ୍ରିଜ୍‌ ଖତ ଖାଉଛି। ‘ସରକାର କା ମାଲ ଦରିଆ ମେ ଡାଲ’ ନୀତିରେ ଏହି ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ଏନ୍‌ଏଚ୍‌ ୨୦ର ଦୁଇ ପାର୍ଶ୍ୱରେ ନିର୍ମାଣ ହୋଇଥିବା ଏହି ଦୁଇ ଓ୍ବେ ବ୍ରିଜ୍‌ ଏବେ ଜଙ୍ଗଲରେ ପରିଣତ ହୋଇ ନଷ୍ଟ ହୋଇଗଲାଣି। ଦୁଇଟି ଯାକ ଓ୍ବେ ବ୍ରିଜ୍‌ କଳଙ୍କି ଲାଗି ଅବ୍ୟବହାର ହୋଇପଡ଼ିଛି। ଏନେଇ ଏନ୍‌ଏଚ୍‌ଏଆଇ ପକ୍ଷରୁ କିମ୍ବା ଟୋଲ ଆଦାୟରେ ବ୍ୟସ୍ତ ଠିକା କମ୍ପାନୀ ମଧ୍ୟ ଏହି ଦୁଇ ଓ୍ବେ ବ୍ରିଜ୍‌ର କୌଣସି ରକ୍ଷଣାବେକ୍ଷଣ ବ୍ୟବସ୍ଥା କରୁ ନ ଥିବାରୁ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏପରିକି ଏହି ସ୍ଥାନ ଦ୍ୱୟ ଅସୁରକ୍ଷିତ ଅବସ୍ଥାରେ ରହିଥିବାରୁ ଦୁର୍ଘଟଣା ଘଟିଲେ ବହୁ କ୍ଷୟକ୍ଷତି ହେବ ବୋଲି ସାମାଜିକ କର୍ମୀ ନିର୍ମଳ ନାୟକ କହିଛନ୍ତି।

ସୂଚନାଯୋଗ୍ୟ, କେନ୍ଦୁଝର ଜିଲାର ଏହି ରାସ୍ତା ଦେଇ ଦୈନିକ ବହୁ ସଂଖ୍ୟାରେ ଓଭରଲୋଡ୍‌ ଟ୍ରକ୍‌, ହାଇଓ୍ବା, ଟ୍ରେଲର ଚଳାଚଳ କରୁଥିଲେ ହେଁ ସେସବୁର ଧରପଗଡ଼ କରି ସୁବିଧା ଥିବା ସତ୍ତ୍ୱେ ଓଜନ କରାଯାଉନାହିଁ। ଫଳରେ ରାସ୍ତା ଦୁର୍ଘଟଣା ଘଟିବା ସହ ରାସ୍ତା ଭାଙ୍ଗୁଛି। ଏଣୁ ଏହି ଦୁଇ ଓ୍ବେ ବ୍ରିଜ୍‌କୁ ବ୍ୟବହାର ଯୋଗ୍ୟ କରିବା ସହ ଏହାର ଦାୟିତ୍ୱରେ ଥିବା ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କ୍ଷତିପୂରଣ ଆଦାୟ କରାଯାଉ ବୋଲି ବ୍ରଜ କିଶୋର ରାୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri