Posted inଜାତୀୟ

ଘୋଷଣା ହେଲା ଓ୍ବାୟନାଡ ଉପ-ନିର୍ବାଚନ, କଂଗ୍ରେସରୁ ଲଢିବେ…

ଓ୍ବାୟନାଡ,୧୫।୧୦: ଭାରତୀୟ ନିର୍ବାଚନ କମିଶନର ଆଜି ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏଥିସହ କେରଳର ୱାୟନାଡ ଲୋକ ସଭାର ଉପ-ନିର୍ବାଚନର ତାରିଖ ମଧ୍ୟ ଘୋଷଣା ହୋଇଛି। ୨୦୨୪ ଲୋକ ସଭା ନିର୍ବାଚନବେଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଏଠାରେ ରେକର୍ଡ ବିଜୟ ହାସଲ କରିଥିଲେ। ଏଥିସହ ସେ ରାଏବରେଲୀରୁ ମଧ୍ୟ ଜିତିଥିଲେ। ରେଜଲ୍ଟ ବାହାରିବା ପରେ ତାଙ୍କୁ ୱାୟନାଡ ଆସନ ଛାଡିବାକୁ ପଡିଥିଲା। ପରେ ଏଠାରେ ଆସନ ଖାଲି ପଡିବାରୁ ଇସି ଉପ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଉପ-ନିର୍ବାଚନରେ କଂଗ୍ରେସ ପକ୍ଷରୁ ୱାୟନାଡରୁ ପ୍ରିୟଙ୍କା ଗାନ୍ଧୀ ଲଢିବେ।

ମୁଖ୍ୟ ନିର୍ବାଚନ କମିଶନର ରାଜବୀ କୁମାରଙ୍କ ଘୋଷଣା ଅନୁଯାୟୀ, କେରଳର ୱାୟନାଡ ଲୋକ ସଭା ଆସନରେ ଉପ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗ୍ୟାଜେଟ ନୋଟିଫିକେସନ ୧୮ ଅକ୍ଟୋବରରେ ପ୍ରକାଶ ପାଇବ। ନାମାଙ୍କନ ଦାଖଲ ଶେଷ ତାରିଖ ଅକ୍ଟୋବର ୨୫ ରହିଥିବା ବେଳେ ପ୍ରତ୍ୟାହାର ପାଇଁ ଅକ୍ଟୋବର ୩୦କୁ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୩ରେ ଏଠାରେ ଭୋଟିଂ ହେବାକୁ ଥିବା ବେଳେ ନଭେମ୍ବର ୨୩ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।

ଏହାବାଦ ଦେଶର ବିଭିନ୍ନ ପ୍ରାନ୍ତରେ ଖାଲି ପଡିଥିବା ୪୭ଟି ବିଧାନସଭା ଆସନରେ ମଧ୍ୟ ଉପ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ। ମହାରାଷ୍ଟ୍ରର ଗୋଟିଏ ଲୋକ ସଭା ଆସନ ଓ ଉତ୍ତରାଖଣ୍ଡର ଗୋଟିଏ ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ନଭେମ୍ବର ୨୦ରେ ଅନୁଷ୍ଠିତ ହେବ। ଏହି ଆସନଗୁଡିକ ଭୋଟ ଗଣତି ସହ ରେଜଲ୍ଟ ନଭେମ୍ବର ୨୩ରେ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri