Posted inରାଜ୍ୟ

ଆନ୍ଦୋଳନ ବେଳେ ହାତଯୋଡି କ୍ଷମା ମାଗିଲେ ଭକ୍ତ, କାହିଁକି…

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବୁଧବାର ବିଜେଡି ଆନ୍ଦୋଳନ କରିଥିବାବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗେସ। ଲୋୟର ପିଏମଜିରେ ଆନ୍ଦୋଳନ କରୁଛି କଂଗ୍ରେସ। ଯେଉଁଥିରେ ପୂରା ରାଜଧାନୀ ଉଠୁଛି ପଡୁଛି। ଏହି ସମୟରେ ଭକ୍ତ ବଡ଼ ବୟାନ ଦେଇ କହିଛନ୍ତି, ନ୍ୟାୟର ଲଢ଼େଇରେ ଜନସାଧାରଣ ସମର୍ଥନ କରନ୍ତୁ। ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ହେବ। ଓଡ଼ିଶାରେ ନାରୀ ନିର୍ଯାତନା ବଢ଼ିଛି, ସୁରକ୍ଷା ଦରକାର। ପୀଡ଼ିତାକୁ ନ୍ୟାୟ ଦେବାକୁ କଂଗ୍ରେସ ବନ୍ଦ ପାଳନ କରୁଛି। ବନ୍ଦ ପାଇଁ ଅସୁବିଧା ହେଉଥିବାରୁ ଜନସାଧାରଣଙ୍କୁ କ୍ଷମା ମାଗିଛନ୍ତି ଭକ୍ତ। ସମସ୍ତ ପ୍ରକାର ଗାଡିସେବା ରହିଛି, ବିଭିନ୍ନ ଷ୍ଟେଶନରେ ରେଳକୁ ରୋକାଯାଇଛି। ଲୋକେ ହଇରାଣ ହରକତ ହେଉଛନ୍ତି। ତାଙ୍କୁ ଆମେ କ୍ଷମା ମାଗୁଛୁ।

ଭକ୍ତ ଆହୁରି କହିଛନ୍ତି, ଆନ୍ଦୋଳନ ଯେତେଯାଏ ହେବ ମୁଁ ହଟିବି ନାହିଁ। ପଛଘୁଞ୍ଚା ନାହିଁ ବୀରର ଜାତକେ। ମୋହନ ମାଝୀଙ୍କୁ ଆଜି ଗାଦି ଛାଡିବାକୁ ପଡିବ। ମୋତେ ପୋଲିସ ଉଠାଇବେ, ସମସ୍ତଙ୍କୁ ଉଠାଇବେ। ହେଲେ ବି ଆନ୍ଦୋଳନ ଜୋରଦାର ହେବ। ଗତକାଲି ଏକ କାର୍ଯ୍ୟକ୍ରମରେ ମୁଁ ମନମୋହନ ସାମଲଙ୍କୁ କହିଥିଲି, ପୀଡିତାଙ୍କୁ ନ୍ୟାୟ ଦିଅନ୍ତୁ ମୁଁ ଆଜି ହିଁ ଆନ୍ଦୋଳନ ଡାକରା ଫେରାଇନେବି। ହେଲେ ଅହଙ୍କାରୀ ସରକାର ଏଥିରେ ରାଜି ହେଲେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri