Posted inଜାତୀୟ

ଆମେ ଥ୍ରୀ-ଡି ହେଲେ ଭାଜପା ସରକାର ୪-ଡି: କଂଗ୍ରେସ…

ଚଣ୍ଡିଗଡ଼,୨୧।୬ : କଂଗ୍ରେସ ରାଜ୍ୟସଭା ଏମପି ହରିୟାଣା ଦୀପେନ୍ଦ୍ର ସିଂ ହୁଡା ପୁଣିଥରେ ଭାଜପା ସରକାର ଉପରେ ଆକ୍ରମଣ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଥ୍ରୀ-ଡି ବିବୃତ୍ତି ନେଇ ହୁଡା ଜବାବ ନେଇଛନ୍ତି। ହୁଡା ଭାଜପାକୁ ୪-ଡି ସରକାର ବୋଲି ବର୍ଣ୍ଣନା କରି ସରକାରଙ୍କ ସଂଜ୍ଞା ମଧ୍ୟ କହିଛନ୍ତି।

ଦୀପେନ୍ଦ୍ର ହୁଡାଙ୍କ ଅନୁଯାୟୀ, ପ୍ରଥମ ଡି ର ଅର୍ଥ ହେଲା ‘ବିଭାଜନ ଏବଂ ଶାସନ’(ଡିଭାଇଡ ଆଣ୍ଡ ରୁଲ), ଭାଇଙ୍କୁ ଭାଇ ସହିତ ଲଢିବାକୁ କୁହାଯାଇଛି। ଦ୍ୱିତୀୟ ଡି ର ଅର୍ଥ ହେଉଛି ‘ପ୍ରତାରଣା’(ଡିଭିସ), ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଭାଜପାର କାମ। ସେ କହିଛନ୍ତି ପ୍ରତିବର୍ଷ ୫,୧୦୦ ଟଙ୍କା ପେନସନ, ୨ କୋଟି ଚାକିରୀ, କୃଷକଙ୍କ ଦୁଇଗୁଣା ଆୟ, କମ ମୁଦ୍ରାସ୍ଫୀତି ଏବଂ ଭଲ ଦିନର ପ୍ରତିଶୃତି ଦେଇ ଭାଜପା ଲୋକଙ୍କୁ ପ୍ରତାରଣା କରିଛି।

ସେହିପରି ତୃତୀୟ ଡିର ଅର୍ଥ ହେଉଛି ଡାଇଭର୍ଟ। ମୂଳ ପ୍ରସଙ୍ଗରୁ ଲୋକଙ୍କ ଧ୍ୟାନ ହଟାଇବା ହେଉଛି ଭାଜପାର ଡାଇଭର୍ଟିଂ’ ନୀତି। ଚତୁର୍ଥ ଡି ହେଇଛି ‘ଡକାୟତି’। ଭାଜପା ସରକାର ଜନସାଧାରଣଙ୍କ ପକେଟରୁ ଲୁଟ କରୁଛନ୍ତି, ରନ୍ଧନ ଗ୍ୟାସ, ପେଟ୍ରୋଲ ଏବଂ ଡିଜେଲ ଉପରେ ଟିକସ ଲାଗୁ କରି ଲୋକଙ୍କ ଟଙ୍କା ଲୁଟ ହେଉଛି।

ଆମେ ଥ୍ରୀ-ଡି ହେଲେ ଭାଜପା ସରକାର ହେଉଛନ୍ତି ୪-ଡି। ଅନ୍ୟକୁ ଆକ୍ଷେପ କରିବା ପୂର୍ବରୁ ଭାଜପା ସରକାର ନିଜ କାମ ପ୍ରତି ନଜର ରଖିବା ଜରୁରୀ ବୋଲି ସେ କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?