ଆମେ ବି ସକ୍ଷମ: ବିଭିନ୍ନ ପ୍ରତିଯୋଗିତାରେ ସାମିଲ ହେଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୩।୧୨ (ଅରୁଣ ସାହୁ): ଜଣେ ଦିବ୍ୟାଙ୍ଗ ଜଣେ ସକ୍ଷମ ଛାତ୍ରୀଛାତ୍ରଙ୍କ ସହ ସମାନ। ସେମାନଙ୍କୁ ସମାନ ସମ୍ମାନ ମିଳିବା ଦରକାର। ସେମାନେ ଦିବ୍ୟାଙ୍ଗ ନୁହଁନ୍ତି, ତାଙ୍କ ନିକଟରେ ମଧ୍ୟ ଅନ୍ତର୍ନିହିତ ଗୁଣ ଭରି ରହିଛି। ସେମାନେ ଜଣେ ସାଧାରଣ ଲୋକଙ୍କଠାରୁ କୌଣସି ଗୁଣରେ କମ ନୁହଁନ୍ତି। ଏଭଳି ବାର୍ତ୍ତା ନେଇ ବୁଧବାର ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସରେ ଏକ ବିରାଟ ଶୋଭାଯାତ୍ରାରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସମେତ ରାପାଡାବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବାହାରି ସହର ପରିକ୍ରମା କରି ଲୋକଙ୍କୁ ସଚେତନ କରିଛନ୍ତି। ଏହି ଦିବସ ପାଳନର ମହତ୍ୱ ସମ୍ପର୍କରେ ଲୋକଙ୍କୁ ସଚେତନ କରାଇ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ନେଇ ଶୋଭାଯାତ୍ରା ପାଳନ କରାଯାଇଛି।

ଶୋଭାଯାତ୍ରାରେ ଦାରିଙ୍ଗବାଡି ସହର ପରିକ୍ରମା କରି ଲୋକଙ୍କୁ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଗୁରୁତ୍ୱ ଓ ସେମାନେ ମଧ୍ୟ ସାମାଜିକ ସ୍ତରରେ ଅନେକ ଉତ୍ତମ ଓ ଉଲ୍ଲେଖନୀୟ କାର୍ଯ୍ୟକରି ପାରୁଥିବା କୁହାଯାଇଥିଲା। ପରେ ଶୋଭାଯାତ୍ରାରୁ ଫେରି ସେମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଛି। ଅପରାହ୍ନରେ ସେମାନଙ୍କୁ ପୁରସ୍କୃତ କରାଯିବ। ବୋଲି ଗୋଷ୍ଠୀ ସମ୍ବଳ ଶିକ୍ଷକ ମାନସ କୁମାର ଷଡ଼ଙ୍ଗୀ କହିଛନ୍ତି। କାର୍ଯ୍ୟକ୍ରମରେ ଏବିଇଓ ଗୋକୁଳାନନ୍ଦ ନାୟକ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚାରୁଶିଲା ମଲିକ, ବିଭିନ୍ନ କ୍ଲଷ୍ଟରର ସିଆରସିସି, ଶିକ୍ଷୟିତ୍ରୀଶିକ୍ଷକ, ଅଭିଭାବକ ଉପସ୍ଥିତ ରହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ…

ମହିଳାଙ୍କୁ ଉଦ୍ଧାର କଲେ ପାଟପୁର ପୋଲିସ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁ ରୁ ଜଣେ ମାନସିକ ବିକୃତ ମହିଳାଙ୍କୁ ସୋମବାର ସନ୍ଧ୍ୟାରେ ପାଟପୁର ଥାନା ପୋଲିସ ଉଦ୍ଧାର…

ନମସ୍କାର ପକାଇ କଲେ ହ୍ୟାଣ୍ଡ୍‌ସେକ୍‌: ସନ୍ଧ୍ୟା ଭ୍ରମଣବେଳେ ଘଟିଗଲା…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଚିନ୍ନାରି.ରାଘବ ସୁବୁଦ୍ଧି ସନ୍ଧ୍ୟା ଭ୍ରମଣରେ ଯାଉଥିବାବେଳେ ଗାଁର ଶେଷ ମୁଣ୍ଡରେ ଜଣେ ହେଲିମେଟ ପିନ୍ଧିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri