Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ କର୍ନାଟକରେ କଂଗ୍ରେସ ଯୁଗର ଅନ୍ତ ହେବା ସୁନିଶ୍ଚିତ କରିବୁ: ଦେବେଗୌଡ଼ା 

ନୂଆଦିଲ୍ଲୀ,୫।୧: କଂଗ୍ରେସ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଧର୍ମନିରପେକ୍ଷ ଜନତା ଦଳ(ଜେଡିଏସ୍‌)ର ସୁପ୍ରିମୋ ଏଚ୍‌.ଡି.ଦେବେଗୌଡ଼ା। କର୍ନାଟକରେ କଂଗ୍ରେସର ସିଦ୍ଧରମେୟା ସରକାର ହିନ୍ଦୁ କର୍ମକର୍ତ୍ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। ଏନେଇ ପ୍ରତିକ୍ରିୟା ରଖିଛନ୍ତି ଦେବେଗୌଡ଼ା। କଂଗ୍ରେସ ଯୁଗର ଅନ୍ତ ଦେଖିବାକୁ ସେ ଚାହିଁ ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ  ନେତୃତ୍ୱରେ ତାଙ୍କ ଦଳ ଏହା ସୁନିଶ୍ଚିତ କରିବ ବୋଲି ସେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ତେବେ କଂଗ୍ରେସ ଏନ୍‌ଡିଏର ପରାଜୟ ଏବଂ ରାଜ୍ୟରେ ହେବାକୁ ଥିବା ନିର୍ବାଚନରେ ୨୦ ଆସନରେ ବିଜେତା ହେବାର ସ୍ବପ୍ନ ଦେଖି ଏଭଳି କରୁଥିବା ସେ ମଧ୍ୟ କହିଛନ୍ତି।
ଦେବେଗୌଡ଼ା କହିଛନ୍ତି, ଗୋଟିଏ ପଟେ ପ୍ରଧାନମନ୍ତ୍ରୀ ମୋଦି ଶ୍ରୀରାମ ନାମ ଜପ କରୁଛନ୍ତି। ସେ ବ୍ରତ ରଖୁଛନ୍ତି। ହେଲେ ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ଯାହାଙ୍କୁ କଂଗ୍ରେସ ନିଜର ରାମ ବୋଲି ଭାବୁଛନ୍ତି, ତାଙ୍କ ନାମରେ ଲୋକ ସଭାର ୨୦ ଆସନରେ ବିଜେତା ହେବାକୁ ଚାହୁଁଛି। ହେଲେ ଏହା କେବଳ ଏକ ସ୍ବପ୍ନ ହୋଇ ରହିବ। କର୍ନାଟକରେ ଏହା ସମ୍ଭବ ନୁହେଁ। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଆମେ ଆଶାଠାରୁ ଅଧିକ ଆସନରେ ବିଜେତା ହେବୁ। ରାଜ୍ୟବାସୀ ଜନାଦେଶ ଆଣିବେ ବୋଲି ସେ କହିଛନ୍ତି।
ସେହିଭଳି ଆସନ ବଣ୍ଟାଯିବା ପ୍ରଶ୍ନର ଜବାବରେ ସେ କହିଛନ୍ତି, ଆମେ କଂଗ୍ରେସକୁ ହରାଇବାକୁ ଚାହୁଁଛୁ। ଏଣୁ ଏ ସଙ୍କ୍ରାନ୍ତରେ ଅଧିକ ଆଲୋଚନା ହେବ ନାହିଁ। ଆସନ ବଣ୍ଟାଯିବା କଥା ଉପରେ ପରେ ବିଚାର କରାଯିବ। ମୁଁ ଧର୍ମନିରପେକ୍ଷତା ଆଦର୍ଶରେ କୌଣସି ଚୁକ୍ତି  ନ କରି ଦେଶ ଶାସନ କରିଥିଲି। ହେଲେ କଂଗ୍ରେସ ଏବଂ ‘ଇଣ୍ଡିଆ’ ମେଣ୍ଟ ମୋର ଅପମାନ କରିଛନ୍ତି। ଏଣୁ ରାଜ୍ୟରେ କଂଗ୍ରେସକୁ ହରାଇବାକୁ ହେବ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri