Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ କର୍ନାଟକରେ କଂଗ୍ରେସ ଯୁଗର ଅନ୍ତ ହେବା ସୁନିଶ୍ଚିତ କରିବୁ: ଦେବେଗୌଡ଼ା 

ନୂଆଦିଲ୍ଲୀ,୫।୧: କଂଗ୍ରେସ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଧର୍ମନିରପେକ୍ଷ ଜନତା ଦଳ(ଜେଡିଏସ୍‌)ର ସୁପ୍ରିମୋ ଏଚ୍‌.ଡି.ଦେବେଗୌଡ଼ା। କର୍ନାଟକରେ କଂଗ୍ରେସର ସିଦ୍ଧରମେୟା ସରକାର ହିନ୍ଦୁ କର୍ମକର୍ତ୍ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। ଏନେଇ ପ୍ରତିକ୍ରିୟା ରଖିଛନ୍ତି ଦେବେଗୌଡ଼ା। କଂଗ୍ରେସ ଯୁଗର ଅନ୍ତ ଦେଖିବାକୁ ସେ ଚାହିଁ ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ  ନେତୃତ୍ୱରେ ତାଙ୍କ ଦଳ ଏହା ସୁନିଶ୍ଚିତ କରିବ ବୋଲି ସେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ତେବେ କଂଗ୍ରେସ ଏନ୍‌ଡିଏର ପରାଜୟ ଏବଂ ରାଜ୍ୟରେ ହେବାକୁ ଥିବା ନିର୍ବାଚନରେ ୨୦ ଆସନରେ ବିଜେତା ହେବାର ସ୍ବପ୍ନ ଦେଖି ଏଭଳି କରୁଥିବା ସେ ମଧ୍ୟ କହିଛନ୍ତି।
ଦେବେଗୌଡ଼ା କହିଛନ୍ତି, ଗୋଟିଏ ପଟେ ପ୍ରଧାନମନ୍ତ୍ରୀ ମୋଦି ଶ୍ରୀରାମ ନାମ ଜପ କରୁଛନ୍ତି। ସେ ବ୍ରତ ରଖୁଛନ୍ତି। ହେଲେ ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ଯାହାଙ୍କୁ କଂଗ୍ରେସ ନିଜର ରାମ ବୋଲି ଭାବୁଛନ୍ତି, ତାଙ୍କ ନାମରେ ଲୋକ ସଭାର ୨୦ ଆସନରେ ବିଜେତା ହେବାକୁ ଚାହୁଁଛି। ହେଲେ ଏହା କେବଳ ଏକ ସ୍ବପ୍ନ ହୋଇ ରହିବ। କର୍ନାଟକରେ ଏହା ସମ୍ଭବ ନୁହେଁ। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଆମେ ଆଶାଠାରୁ ଅଧିକ ଆସନରେ ବିଜେତା ହେବୁ। ରାଜ୍ୟବାସୀ ଜନାଦେଶ ଆଣିବେ ବୋଲି ସେ କହିଛନ୍ତି।
ସେହିଭଳି ଆସନ ବଣ୍ଟାଯିବା ପ୍ରଶ୍ନର ଜବାବରେ ସେ କହିଛନ୍ତି, ଆମେ କଂଗ୍ରେସକୁ ହରାଇବାକୁ ଚାହୁଁଛୁ। ଏଣୁ ଏ ସଙ୍କ୍ରାନ୍ତରେ ଅଧିକ ଆଲୋଚନା ହେବ ନାହିଁ। ଆସନ ବଣ୍ଟାଯିବା କଥା ଉପରେ ପରେ ବିଚାର କରାଯିବ। ମୁଁ ଧର୍ମନିରପେକ୍ଷତା ଆଦର୍ଶରେ କୌଣସି ଚୁକ୍ତି  ନ କରି ଦେଶ ଶାସନ କରିଥିଲି। ହେଲେ କଂଗ୍ରେସ ଏବଂ ‘ଇଣ୍ଡିଆ’ ମେଣ୍ଟ ମୋର ଅପମାନ କରିଛନ୍ତି। ଏଣୁ ରାଜ୍ୟରେ କଂଗ୍ରେସକୁ ହରାଇବାକୁ ହେବ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?