Posted inଖେଳ

ମହିଳା ଆଇପିଏଲ୍‌ ନେଇ ଗାଙ୍ଗୁଲିଙ୍କ ଘୋଷଣା

ନୂଆଦିଲ୍ଳୀ,୨।୮(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ମହିଳା ସଂସ୍କରଣ ଆୟୋଜନ ହେବା ସ୍ପଷ୍ଟ ହୋଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଏ ନେଇ ଘୋଷଣା କରିଛନ୍ତି। ମହିଳା ଆଇପିଏଲ ବା ଚ୍ୟାଲେଞ୍ଜର୍ସ ସିରିଜ୍‌ ନେଇ ଚାଲିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି।
ପୁରୁଷ ଆଇପିଏଲ୍‌ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ) ସେପ୍ଟେମ୍ବର ୧୯ରୁ ନଭେମ୍ବର ୮ କିମ୍ବା ୧୦ ମଧ୍ୟରେ ଆୟୋଜନ ହେବ। ଫାଇନାଲ ତାରିଖ ଏପର୍ଯ୍ୟନ୍ତ ଅବଶ୍ୟ ଘୋଷଣା କରାଯାଇ ନାହିଁ। ମହିଳା ଆଇପିଏଲ୍‌ ମଧ୍ୟ ଏହି କାର୍ଯ୍ୟସୂଚୀ ସହ ମେଳ ଖାଇବ ବୋଲି ଗାଙ୍ଗୁଲି କହିଛନ୍ତି। ମହିଳା ଆଇପିଏଲ୍‌ ଆୟୋଜନ ନେଇ ଆମେ କାର୍ଯ୍ୟ କରୁଛୁ ଓ ଜାତୀୟ ମହିଳା ଦଳ ନେଇ ମଧ୍ୟ ଆମର ଯୋଜନା ରହିଛି ବୋଲି ଆଇପିଏଲ୍‌ ଗଭର୍ନିଂ କାଉନ୍‌ସିଲ ବୈଠକ ପୂର୍ବରୁ ସେ କହିଛନ୍ତି। ମହିଳା ଚ୍ୟାଲେଞ୍ଜର ଟ୍ରଫି ଗତବର୍ଷ ଭଳି ଆଇପିଏଲ୍‌ର ଅନ୍ତିମ ପର୍ଯ୍ୟାୟରେ ଆୟୋଜନ ହେବ ବୋଲି ବୋର୍ଡର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୧ରୁ ୧୦ ମଧ୍ୟରେ ମହିଳା ଚ୍ୟାଲେଞ୍ଜର ସିରିଜ ଆୟୋଜନ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହା ପୂର୍ବରୁ ଏକ କ୍ୟାମ୍ପର ମଧ୍ୟ ଆୟୋଜନ ହେବ। ଚୁକ୍ତିବଦ୍ଧ ମହିଳା ଖେଳାଳିଙ୍କ ପାଇଁ କ୍ୟାମ୍ପ ଆୟୋଜନ ହେବ। ଦେଶରେ ଦେଖାଦେଇଥିବା କରୋନ ସ୍ଥିତି ଯୋଗୁ ଏଥିରେ ବିଳମ୍ବ ହୋଇଛି ବୋଲି ଗାଙ୍ଗୁଲି କହିଛନ୍ତି। କୋଭିଡ୍‌-୧୯ କାରଣରୁ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ମଧ୍ୟ ବନ୍ଦ ରହିବ। ଏହା ସତ୍ତ୍ୱେ ମହିଳା କ୍ରିକେଟରଙ୍କ ପାଇଁ କ୍ୟାମ୍ପ ଆୟୋଜନ ହେବ ବୋଲି ସେ ସ୍ପଷ୍ଟ କରିଛନ୍ତି। ପୁଣି ନ୍ୟୁଜିଲାଣ୍ଡରେ ଦିନିକିଆ ବିଶ୍ୱକପ୍‌ ଖେଳିବା ପୂର୍ବରୁ ଭାରତୀୟ ମହିଳା ଦଳ ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ଏକ ପୂରା ସୀମିତ ଓଭର ସିରିଜ ଖେଳିବା ନେଇ ବିସିସିଆଇ କ୍ରିକେଟ ଅପରେଶନ ଟିମ୍‌ କାର୍ଯ୍ୟସୂଚୀ ସ୍ଥିର କରିବାକୁ ପ୍ରୟାୟ ଆରମ୍ଭ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri