Posted inଜାତୀୟ

ବଜେଟ୍‌କୁ ନେଇ ଆମେ ଖୁସି: କାହିଁକି ଏମିତି କହିଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୨୩।୭: ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ କେନ୍ଦ୍ର ବଜେଟ ୨୦୨୪ ଉପସ୍ଥାପନ କରିଥିଲେ। ବଜେଟ ଉପସ୍ଥାପିତ ହେବା ମାତ୍ରେ କଂଗ୍ରେସ ଭାଜପାକୁ ଟାର୍ଗେଟ୍‌ କରିଛି। ଲୋକ ସଭା ନିର୍ବାଚନ ଫଳାଫଳ ପରେ ଅର୍ଥମନ୍ତ୍ରୀ କଂଗ୍ରେସର ୨୦୨୪ ମାନିଫେଷ୍ଟୋ ପଢିଥିବାରୁ ଆମେ ଖୁସି ବୋଲି କଂଗ୍ରେସ କହିଛନ୍ତି।

ଅର୍ଥମନ୍ତ୍ରୀ ସୀତାରମଣ କେନ୍ଦ୍ର ବଜେଟ ୨୦୨୪-୨୫ରେ ପ୍ରଧାନମନ୍ତ୍ରୀ ଇଣ୍ଟର୍ନଶିପ ଯୋଜନା ଘୋଷଣା କରିଛନ୍ତି। ଏଥିରେ ଯୁବକମାନେ ଇଣ୍ଟର୍ନସିପ ସହିତ ମାସିକ ୫୦୦୦ ଟଙ୍କା ଭତ୍ତା ପାଇବେ। ଏନେଇ
କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି, ସରକାର ଘୋଷଣା କରିଥିବା ଇଣ୍ଟର୍ନସିପ ଯୋଜନା ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସ ମାନିଫେଷ୍ଟୋରେ ରାଇଟ ଟୁ ଆପ୍ରେଣ୍ଟିଶିପ ପ୍ରତିଶ୍ରୁତି ଥିଲା। ଏହା ଏକ ବର୍ଷ ପାଇଁ ଡିପ୍ଲୋମା ଏବଂ ଡିଗ୍ରୀ ହାସଲ କରିଥିବା ବେକାର ଯୁବକମାନଙ୍କୁ ତାଲିମ ପ୍ରଦାନ କରିବା ସହ ପ୍ରତି ମାସରେ ୮୫୦୦ ଟଙ୍କା ଦେବାକୁ ପ୍ରତିଶୃତି ଦେଇଥିଲେ। କଂଗ୍ରେସ ଏହି କାର୍ଯ୍ୟକ୍ରମକୁ ‘ପେହଲି ନଉକ୍ରି ପାକ୍କି’ ନାଁ ଦେଇଥିଲା।

ପୂର୍ବତନ ଅର୍ଥମନ୍ତ୍ରୀ ଚିଦାମ୍ବରମ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ କହିଛନ୍ତି, ମୁଁ ଜାଣି ଖୁସି ଯେ ନିର୍ବାଚନ ଫଳାଫଳ ପରେ ଅର୍ଥମନ୍ତ୍ରୀ କଂଗ୍ରେସ ଲୋକ ସଭା ୨୦୨୪ ମାନିଫେଷ୍ଟୋ ପଢିଛନ୍ତି। ମୁଁ ମଧ୍ୟ ଖୁସି ଯେ ସେମାନେ କଂଗ୍ରେସ ମାନିଫେଷ୍ଟର ପୃଷ୍ଠା ୩୦ ରେ ଉଲ୍ଲେଖ କରାଯାଇଥିବା ଏମ୍ପ୍ଲୟମେଣ୍ଟ ଲିଙ୍କେଡ ଇନସେଣ୍ଟିଭ (ଇଏଲ୍‌ଆଇ) ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?