Posted inଖେଳ

୨୦୩୬ ଅଲିମ୍ପିକ୍ସ ଭାରତରେ !

ଅହମ୍ମଦାବାଦ,୯।୧୦: ୨୦୩୬ ସମର ଅଲିମ୍ପିକ୍ସ ଭାରତରେ ଆୟୋଜିତ ହୋଇପାରେ। ଏହି ଅଲିମ୍ପିକ୍ସ ଆୟୋଜନ ଅଧିକାର ହାସଲ କରିବା ପାଇଁ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ସହ ଆଲୋଚନା ଚାଲିଛି। ଅଲିମ୍ପିକ୍ସ ଆୟୋଜନ ପାଇଁ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମ ଶ୍ରେଷ୍ଠ ଭେନ୍ୟୁ ବୋଲି କହିଛନ୍ତି ଇଣ୍ଡିଆନ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ସଭାପତି ନରିନ୍ଦର ବାତ୍ରା।

ବିଶ୍ୱର ବୃହତ୍‌ କ୍ରିକେଟ ଷ୍ଟାଡିୟମ ଭାବେ ଜଣାଶୁଣା ମୋଟେରା ଗ୍ରାଉଣ୍ଡକୁ ଚଳିତ ଫେବୃୟାରୀରେ ନରେନ୍ଦ୍ର ମୋଦି ଷ୍ଟାଡିୟମ ନାମରେ ନାମିତ କରାଯାଇଥିଲା।

“ମୋ ମତରେ ଅଲିମ୍ପିକ୍ସର ଉଦ୍‌ଘାଟନ ଉତ୍ସବ ଲାଗି ମୋଟେରା ଷ୍ଟାଡିୟମ ଶ୍ରେଷ୍ଠ ଭେନ୍ୟୁ। ଅଲିମ୍ପିକ୍ସ ଭଳି ଇଭେଣ୍ଟ ଆୟୋଜନ କରିବା ପାଇଁ ପୂରା ଭାରତରେ ସେଭଳି ଦକ୍ଷତା ଥିବା ଷ୍ଟାଡିୟମ ନାହିଁ। ୨୦୩୬ ସୁଦ୍ଧା କ’ଣ ହେବ, ମୁଁ କହି ପାରିବି ନାହିଁ। କିନ୍ତୁ ଓପନିଂ ସେରିମନି ଲାଗି ମୁଁ ଭେନ୍ୟୁ ଭାବେ ଅହମ୍ମଦାବାଦର ପ୍ରସ୍ତାବ ଦେବି। ଅଲିମ୍ପିକ୍‌ ଖେଳ ଭାରତର ୩ରୁ ୪ଟି ସହରରେ ଆୟୋଜିତ ହୋଇପାରିବ” ବୋଲି ଆଇଓଏ ମୁଖ୍ୟ କହିଛନ୍ତି।

୨୦୩୬ ଅଲିମ୍ପିକ୍ସ ଗେମ୍ସ ଆୟୋଜନ କରିବାକୁ ଚାହୁଁଛୁ। ଏ ନେଇ ଆମେ ଆଇଓସି ସହ କଥା ହେଉଛୁ। ଏହି ଅଲିମ୍ପିକ୍ସ କେଉଁଠାରେ ହେବ, ତାହା ଆସନ୍ତା ୨ରୁ ୩ ବର୍ଷ ମଧ୍ୟରେ ଜଣାପଡ଼ିବ ବୋଲି ବାତ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri